ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ

ଯିରିମିୟ ଅଧ୍ୟାୟ 19

1 ସଦାପ୍ରଭୁ ଏହି କଥା କହିଲେ, ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର,ଣଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ, 2 ହାର୍ଶିତ୍ ଦ୍ଵାରର ପ୍ରବେଶ-ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; 3 ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ । 4 କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି । 5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ; 6 ଏହି ନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି । 7 ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ଼୍‍ଗ ଦ୍ଵାରା ଓ ସେମାନଙ୍କ ପ୍ରାଣ ଅନ୍ଵେଷଣକାରୀମାନଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା । 8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶଦ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶଦ୍ଦ କରିବ । 9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ । 10 ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ, 11 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନୋହିବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ । 12 ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା । 13 ତହିଁରେ ଅଶୁଚୀକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ତଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ । 14 ଅନନ୍ତର ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ; 15 ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି ।
1 ସଦାପ୍ରଭୁ ଏହି କଥା କହିଲେ, ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର,ଣଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ, .::. 2 ହାର୍ଶିତ୍ ଦ୍ଵାରର ପ୍ରବେଶ-ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; .::. 3 ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ । .::. 4 କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି । .::. 5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ; .::. 6 ଏହି ନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି । .::. 7 ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ଼୍‍ଗ ଦ୍ଵାରା ଓ ସେମାନଙ୍କ ପ୍ରାଣ ଅନ୍ଵେଷଣକାରୀମାନଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା । .::. 8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶଦ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶଦ୍ଦ କରିବ । .::. 9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ । .::. 10 ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ, .::. 11 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନୋହିବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ । .::. 12 ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା । .::. 13 ତହିଁରେ ଅଶୁଚୀକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ତଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ । .::. 14 ଅନନ୍ତର ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ; .::. 15 ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି । .::.
  • ଯିରିମିୟ ଅଧ୍ୟାୟ 1  
  • ଯିରିମିୟ ଅଧ୍ୟାୟ 2  
  • ଯିରିମିୟ ଅଧ୍ୟାୟ 3  
  • ଯିରିମିୟ ଅଧ୍ୟାୟ 4  
  • ଯିରିମିୟ ଅଧ୍ୟାୟ 5  
  • ଯିରିମିୟ ଅଧ୍ୟାୟ 6  
  • ଯିରିମିୟ ଅଧ୍ୟାୟ 7  
  • ଯିରିମିୟ ଅଧ୍ୟାୟ 8  
  • ଯିରିମିୟ ଅଧ୍ୟାୟ 9  
  • ଯିରିମିୟ ଅଧ୍ୟାୟ 10  
  • ଯିରିମିୟ ଅଧ୍ୟାୟ 11  
  • ଯିରିମିୟ ଅଧ୍ୟାୟ 12  
  • ଯିରିମିୟ ଅଧ୍ୟାୟ 13  
  • ଯିରିମିୟ ଅଧ୍ୟାୟ 14  
  • ଯିରିମିୟ ଅଧ୍ୟାୟ 15  
  • ଯିରିମିୟ ଅଧ୍ୟାୟ 16  
  • ଯିରିମିୟ ଅଧ୍ୟାୟ 17  
  • ଯିରିମିୟ ଅଧ୍ୟାୟ 18  
  • ଯିରିମିୟ ଅଧ୍ୟାୟ 19  
  • ଯିରିମିୟ ଅଧ୍ୟାୟ 20  
  • ଯିରିମିୟ ଅଧ୍ୟାୟ 21  
  • ଯିରିମିୟ ଅଧ୍ୟାୟ 22  
  • ଯିରିମିୟ ଅଧ୍ୟାୟ 23  
  • ଯିରିମିୟ ଅଧ୍ୟାୟ 24  
  • ଯିରିମିୟ ଅଧ୍ୟାୟ 25  
  • ଯିରିମିୟ ଅଧ୍ୟାୟ 26  
  • ଯିରିମିୟ ଅଧ୍ୟାୟ 27  
  • ଯିରିମିୟ ଅଧ୍ୟାୟ 28  
  • ଯିରିମିୟ ଅଧ୍ୟାୟ 29  
  • ଯିରିମିୟ ଅଧ୍ୟାୟ 30  
  • ଯିରିମିୟ ଅଧ୍ୟାୟ 31  
  • ଯିରିମିୟ ଅଧ୍ୟାୟ 32  
  • ଯିରିମିୟ ଅଧ୍ୟାୟ 33  
  • ଯିରିମିୟ ଅଧ୍ୟାୟ 34  
  • ଯିରିମିୟ ଅଧ୍ୟାୟ 35  
  • ଯିରିମିୟ ଅଧ୍ୟାୟ 36  
  • ଯିରିମିୟ ଅଧ୍ୟାୟ 37  
  • ଯିରିମିୟ ଅଧ୍ୟାୟ 38  
  • ଯିରିମିୟ ଅଧ୍ୟାୟ 39  
  • ଯିରିମିୟ ଅଧ୍ୟାୟ 40  
  • ଯିରିମିୟ ଅଧ୍ୟାୟ 41  
  • ଯିରିମିୟ ଅଧ୍ୟାୟ 42  
  • ଯିରିମିୟ ଅଧ୍ୟାୟ 43  
  • ଯିରିମିୟ ଅଧ୍ୟାୟ 44  
  • ଯିରିମିୟ ଅଧ୍ୟାୟ 45  
  • ଯିରିମିୟ ଅଧ୍ୟାୟ 46  
  • ଯିରିମିୟ ଅଧ୍ୟାୟ 47  
  • ଯିରିମିୟ ଅଧ୍ୟାୟ 48  
  • ଯିରିମିୟ ଅଧ୍ୟାୟ 49  
  • ଯିରିମିୟ ଅଧ୍ୟାୟ 50  
  • ଯିରିମିୟ ଅଧ୍ୟାୟ 51  
  • ଯିରିମିୟ ଅଧ୍ୟାୟ 52  
×

Alert

×

Oriya Letters Keypad References