ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ

ଯିହିଜିକଲ ଅଧ୍ୟାୟ 35

1 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 2 ହେ ମନୁଷ୍ୟସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ତାହାକୁ କୁହ, 3 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ଵଂସସ୍ଥାନ ଓ ବିସ୍ମୟର ବିଷୟ କରିବା । 4 ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ଵଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ । 5 ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ଼୍‍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ; 6 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ଓ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ । 7 ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ବିସ୍ମୟର ବିଷୟ ଓ ଧ୍ଵଂସସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟ ଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା । 8 ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସକଳରେ ଖଡ଼୍‍ଗ ଦ୍ଵାରା ହତ ଲୋକମାନେ ପତିତ ହେବେ । 9 ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ଵଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ । 10 ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋର ହେବ ଓ ଆମ୍ଭେମାନେ ତାହା ଅଧିକାର କରିବା; 11 ଏହେତୁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ହେତୁରୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା । 12 ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, ସେସବୁ ଧ୍ଵଂସସ୍ଥାନ ଓ ସେସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ । 13 ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ । 14 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ଵଂସ କରିବା । 15 ଇସ୍ରାଏଲ-ବଂଶର ଅଧିକାର ଧ୍ଵଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ଵଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ ।
1 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, .::. 2 ହେ ମନୁଷ୍ୟସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ତାହାକୁ କୁହ, .::. 3 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ଵଂସସ୍ଥାନ ଓ ବିସ୍ମୟର ବିଷୟ କରିବା । .::. 4 ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ଵଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ । .::. 5 ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ଼୍‍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ; .::. 6 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ଓ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ । .::. 7 ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ବିସ୍ମୟର ବିଷୟ ଓ ଧ୍ଵଂସସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟ ଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା । .::. 8 ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସକଳରେ ଖଡ଼୍‍ଗ ଦ୍ଵାରା ହତ ଲୋକମାନେ ପତିତ ହେବେ । .::. 9 ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ଵଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ । .::. 10 ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋର ହେବ ଓ ଆମ୍ଭେମାନେ ତାହା ଅଧିକାର କରିବା; .::. 11 ଏହେତୁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ହେତୁରୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା । .::. 12 ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, ସେସବୁ ଧ୍ଵଂସସ୍ଥାନ ଓ ସେସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ । .::. 13 ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ । .::. 14 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ଵଂସ କରିବା । .::. 15 ଇସ୍ରାଏଲ-ବଂଶର ଅଧିକାର ଧ୍ଵଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ଵଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ । .::.
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
×

Alert

×

Oriya Letters Keypad References