ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 23

1 ସୋର ବିଷୟକ ଭାରୋକ୍ତି । ହେ ତର୍ଶୀଶ୍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କି ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା । 2 ହେ ଦ୍ଵୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ । 3 ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ଵରୂପ ଥିଲା । 4 ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କି ଯୁବତୀଗଣର ଭରଣପୋଷଣ କରି ନାହୁଁ । 5 ଏହି ସମ୍ଵାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ଵାଦରେ ଅତ୍ୟ; ବ୍ୟଥିତ ହେବେ । 6 ତୁମ୍ଭେମାନେ ପାର ହୋଇ ତର୍ଶୀଶକୁ ଯାଅ; ହେ ଦ୍ଵୀପନିବାସୀମାନେ, ହାହାକାର କର । 7 ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀଣ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା । 8 ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି? 9 ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି । 10 ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ । 11 ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି । 12 ପୁଣି, ସେ କହିଲେ, ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ । 13 କଲଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣନିମନ୍ତେ ଅଶୂରୀୟଣତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା । 14 ହେ ତର୍ଶୀଶ୍ର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା । 15 ସେଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ । 16 ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ । 17 ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ଵ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକି ଫେରିବ, ପୁଣି ଭୂମଣ୍ତଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟା ବୃତ୍ତି କରିବ । 18 ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ତାରରେ ରଖା କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ ।
1 ସୋର ବିଷୟକ ଭାରୋକ୍ତି । ହେ ତର୍ଶୀଶ୍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କି ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା । .::. 2 ହେ ଦ୍ଵୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ । .::. 3 ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ଵରୂପ ଥିଲା । .::. 4 ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କି ଯୁବତୀଗଣର ଭରଣପୋଷଣ କରି ନାହୁଁ । .::. 5 ଏହି ସମ୍ଵାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ଵାଦରେ ଅତ୍ୟ; ବ୍ୟଥିତ ହେବେ । .::. 6 ତୁମ୍ଭେମାନେ ପାର ହୋଇ ତର୍ଶୀଶକୁ ଯାଅ; ହେ ଦ୍ଵୀପନିବାସୀମାନେ, ହାହାକାର କର । .::. 7 ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀଣ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା । .::. 8 ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି? .::. 9 ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି । .::. 10 ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ । .::. 11 ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି । .::. 12 ପୁଣି, ସେ କହିଲେ, ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ । .::. 13 କଲଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣନିମନ୍ତେ ଅଶୂରୀୟଣତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା । .::. 14 ହେ ତର୍ଶୀଶ୍ର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା । .::. 15 ସେଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ । .::. 16 ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ । .::. 17 ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ଵ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକି ଫେରିବ, ପୁଣି ଭୂମଣ୍ତଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟା ବୃତ୍ତି କରିବ । .::. 18 ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ତାରରେ ରଖା କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References