ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 22

1 ତୃତୀୟ କଥୋପକଥନ ଇଲୀଫସ୍ - ଆୟୁବର ଦୁଷ୍ଟତା ଅଧିକ ଅନନ୍ତର ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା, 2 ମନୁଷ୍ୟ କʼଣ ପରମେଶ୍ଵରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ । 3 ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ? 4 ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି? 5 ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ । 6 ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ । 7 ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ । 8 ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା । 9 ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି । 10 ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି । 11 ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି । 12 ପରମେଶ୍ଵର କʼଣ ଉଚ୍ଚତମ ସ୍ଵର୍ଗରେ ନାହାନ୍ତି? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ! 13 ପୁଣି, ତୁମ୍ଭେ କହୁଅଛ, ପରମେଶ୍ଵର କʼଣ ଜାଣନ୍ତି? ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି? 14 ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ତଳରେ ଗମନାଗମନ କରନ୍ତି । 15 ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କʼଣ ସେହି ପୁରାତନ ପଥ ଧରିବ? 16 ସେମାନେ ଅକାଳରେ ଛିଣ୍ତାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲାନ୍ତ 17 ସେମାନେ ପରମେଶ୍ଵରଙ୍କୁ କହିଲେ, ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ଆମ୍ଭମାନଙ୍କ ପାଇଁ କʼଣ କରି ପାରନ୍ତି? 18 ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ । 19 ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି, 20 ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି । 21 ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ଵାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ । 22 ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର । 23 ଯେବେ ତୁମ୍ଭେ ସର୍ବଶକ୍ତିମାନଙ୍କ ପ୍ରତି ଫେରିବ, ଯେବେ ଆପଣା ତମ୍ଵୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ । 24 ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇ ଦିଅ; 25 ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ଵରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ଵରୂପ ହେବେ । 26 କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କ-ଠାରେ ଆନନ୍ଦ କରିବ ଓ ପରମେଶ୍ଵରଙ୍କ ଆଡ଼େ ଆପଣା ମୁଖ ଟେକିବ । 27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ । 28 ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ । 29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଓ ସେ ନମ୍ର ଲୋକକୁ ରକ୍ଷା କରିବେ । 30 ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ଵାରା ସେ ଉଦ୍ଧାର ପାଇବ ।
1 ତୃତୀୟ କଥୋପକଥନ ଇଲୀଫସ୍ - ଆୟୁବର ଦୁଷ୍ଟତା ଅଧିକ ଅନନ୍ତର ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା, .::. 2 ମନୁଷ୍ୟ କʼଣ ପରମେଶ୍ଵରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ । .::. 3 ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ? .::. 4 ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି? .::. 5 ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ । .::. 6 ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ । .::. 7 ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ । .::. 8 ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା । .::. 9 ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି । .::. 10 ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି । .::. 11 ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି । .::. 12 ପରମେଶ୍ଵର କʼଣ ଉଚ୍ଚତମ ସ୍ଵର୍ଗରେ ନାହାନ୍ତି? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ! .::. 13 ପୁଣି, ତୁମ୍ଭେ କହୁଅଛ, ପରମେଶ୍ଵର କʼଣ ଜାଣନ୍ତି? ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି? .::. 14 ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ତଳରେ ଗମନାଗମନ କରନ୍ତି । .::. 15 ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କʼଣ ସେହି ପୁରାତନ ପଥ ଧରିବ? .::. 16 ସେମାନେ ଅକାଳରେ ଛିଣ୍ତାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲାନ୍ତ .::. 17 ସେମାନେ ପରମେଶ୍ଵରଙ୍କୁ କହିଲେ, ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ଆମ୍ଭମାନଙ୍କ ପାଇଁ କʼଣ କରି ପାରନ୍ତି? .::. 18 ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ । .::. 19 ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି, .::. 20 ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି । .::. 21 ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ଵାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ । .::. 22 ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର । .::. 23 ଯେବେ ତୁମ୍ଭେ ସର୍ବଶକ୍ତିମାନଙ୍କ ପ୍ରତି ଫେରିବ, ଯେବେ ଆପଣା ତମ୍ଵୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ । .::. 24 ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇ ଦିଅ; .::. 25 ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ଵରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ଵରୂପ ହେବେ । .::. 26 କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କ-ଠାରେ ଆନନ୍ଦ କରିବ ଓ ପରମେଶ୍ଵରଙ୍କ ଆଡ଼େ ଆପଣା ମୁଖ ଟେକିବ । .::. 27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ । .::. 28 ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ । .::. 29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଓ ସେ ନମ୍ର ଲୋକକୁ ରକ୍ଷା କରିବେ । .::. 30 ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ଵାରା ସେ ଉଦ୍ଧାର ପାଇବ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References