ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ

Notes

No Verse Added

ପ୍ରଥମ ବଂଶାବଳୀ ଅଧ୍ୟାୟ 18

1. ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ । 2. ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । 3. ଆହୁରି ସୋବାର ରାଜା ହଦରେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ । 4. ପୁଣି ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ; 5. ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦରେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟ-ମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ । 6. ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ । 7. ଆଉ ଦାଉଦ ହଦରେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ । 8. ପୁଣି ଦାଉଦ ହଦରେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ବିସ୍ତର ପିତ୍ତଳ ଆଣିଲେ, ତଦ୍ଦ୍ଵାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ । 9. ଅନନ୍ତର ଦାଉଦ ସୋବାର ରାଜା ହଦରେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ, 10. ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦରେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦରେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା । 11. ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ; ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ । 12. ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ-ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା । 13. ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ । ପୁଣି ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ । 14. ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ଵ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ । 15. ପୁଣି ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ-ଲେଖକ ଥିଲା । 16. ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥର ପୁତ୍ର ଅହୀମେଲକ୍ ଯାଜକ ଥିଲେନ୍ତଆଉ ଶାବ୍ଶା ଲେଖକ ଥିଲା । 17. ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ ।
1. ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ । .::. 2. ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । .::. 3. ଆହୁରି ସୋବାର ରାଜା ହଦରେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ । .::. 4. ପୁଣି ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ; .::. 5. ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦରେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟ-ମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ । .::. 6. ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ । .::. 7. ଆଉ ଦାଉଦ ହଦରେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ । .::. 8. ପୁଣି ଦାଉଦ ହଦରେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ବିସ୍ତର ପିତ୍ତଳ ଆଣିଲେ, ତଦ୍ଦ୍ଵାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ । .::. 9. ଅନନ୍ତର ଦାଉଦ ସୋବାର ରାଜା ହଦରେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ, .::. 10. ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦରେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦରେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା । .::. 11. ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ; ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ । .::. 12. ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ-ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା । .::. 13. ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ । ପୁଣି ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ । .::. 14. ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ଵ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ । .::. 15. ପୁଣି ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ-ଲେଖକ ଥିଲା । .::. 16. ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥର ପୁତ୍ର ଅହୀମେଲକ୍ ଯାଜକ ଥିଲେନ୍ତଆଉ ଶାବ୍ଶା ଲେଖକ ଥିଲା । .::. 17. ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ । .::.
  • ପ୍ରଥମ ବଂଶାବଳୀ ଅଧ୍ୟାୟ 1  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 2  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 3  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 4  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 5  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 6  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 7  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 8  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 9  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 10  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 11  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 12  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 13  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 14  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 15  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 16  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 17  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 18  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 19  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 20  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 21  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 22  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 23  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 24  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 25  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 26  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 27  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 28  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 29  
Common Bible Languages
West Indian Languages
×

Alert

×

oriya Letters Keypad References