ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ଶାମୁୟେଲ

ପ୍ରଥମ ଶାମୁୟେଲ ଅଧ୍ୟାୟ 1

1 ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍-ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହର ପୌତ୍ର, ଯିରୋହମର ପୁତ୍ର; 2 ପୁଣି ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ । 3 ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ⇧ ଯାଉଥାଏ । ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସଦାପ୍ରଭୁଙ୍କ ଯାଜକ ଥିଲେ । 4 ପୁଣି ଇଲ୍‍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା; 5 ମାତ୍ର ସେ ହାନ୍ନାକୁ ଦ୍ଵିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କଲା, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ । 6 ପୁଣି ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପନିୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ । 7 ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ଵାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପନିୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ । 8 ଏଥିରେ ତାହାର ସ୍ଵାମୀ ଇଲ୍‍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ? 9 ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା । ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ଵାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ । 10 ପୁଣି ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା । 11 ପୁଣି ସେ ଏକ ମାନତ ମନାସି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତା; ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକି ପାସୋରିବ ନାହିଁ, ମାତ୍ର ଆପଣା ଦାସୀକି ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ । 12 ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ । 13 ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ । 14 ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର । 15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି । 16 ଆପଣା ଦାସୀକି ପାପାଧମର କନ୍ୟା ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ହେତୁରୁ ଏପର୍ଯ୍ୟନ୍ତ କଥା କହୁଥିଲି । 17 ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ଵର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ । 18 ତହୁଁ ସେ କହିଲା, ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ । ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି ତାହାର ମୁଖ ଆଉ ବିଷର୍ଣ୍ଣ ନୋହିଲା । 19 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ । 20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ଵର ଦତ୍ତ) ରଖିଲା । 21 ଏଉତ୍ତାରେ ଇଲ୍‍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ । 22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ଵାମୀକି କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ⇧ । 23 ତହୁଁ ତାହାର ସ୍ଵାମୀ ଇଲ୍‍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ । ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା । 24 ଅନନ୍ତର ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପବୟସ୍କ ଥିଲା । 25 ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ । 26 ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି । 27 ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି । 28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦିତ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା ।
1 ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍-ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହର ପୌତ୍ର, ଯିରୋହମର ପୁତ୍ର; .::. 2 ପୁଣି ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ । .::. 3 ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ⇧ ଯାଉଥାଏ । ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସଦାପ୍ରଭୁଙ୍କ ଯାଜକ ଥିଲେ । .::. 4 ପୁଣି ଇଲ୍‍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା; .::. 5 ମାତ୍ର ସେ ହାନ୍ନାକୁ ଦ୍ଵିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କଲା, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ । .::. 6 ପୁଣି ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପନିୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ । .::. 7 ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ଵାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପନିୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ । .::. 8 ଏଥିରେ ତାହାର ସ୍ଵାମୀ ଇଲ୍‍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ? .::. 9 ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା । ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ଵାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ । .::. 10 ପୁଣି ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା । .::. 11 ପୁଣି ସେ ଏକ ମାନତ ମନାସି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତା; ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକି ପାସୋରିବ ନାହିଁ, ମାତ୍ର ଆପଣା ଦାସୀକି ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ । .::. 12 ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ । .::. 13 ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ । .::. 14 ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର । .::. 15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି । .::. 16 ଆପଣା ଦାସୀକି ପାପାଧମର କନ୍ୟା ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ହେତୁରୁ ଏପର୍ଯ୍ୟନ୍ତ କଥା କହୁଥିଲି । .::. 17 ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ଵର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ । .::. 18 ତହୁଁ ସେ କହିଲା, ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ । ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି ତାହାର ମୁଖ ଆଉ ବିଷର୍ଣ୍ଣ ନୋହିଲା । .::. 19 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ । .::. 20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ଵର ଦତ୍ତ) ରଖିଲା । .::. 21 ଏଉତ୍ତାରେ ଇଲ୍‍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ । .::. 22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ଵାମୀକି କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ⇧ । .::. 23 ତହୁଁ ତାହାର ସ୍ଵାମୀ ଇଲ୍‍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ । ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା । .::. 24 ଅନନ୍ତର ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପବୟସ୍କ ଥିଲା । .::. 25 ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ । .::. 26 ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି । .::. 27 ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି । .::. 28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦିତ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା । .::.
  • ପ୍ରଥମ ଶାମୁୟେଲ ଅଧ୍ୟାୟ 1  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 2  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 3  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 4  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 5  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 6  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 7  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 8  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 9  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 10  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 11  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 12  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 13  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 14  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 15  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 16  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 17  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 18  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 19  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 20  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 21  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 22  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 23  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 24  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 25  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 26  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 27  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 28  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 29  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 30  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 31  
×

Alert

×

Oriya Letters Keypad References