ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ

Notes

No Verse Added

ଯିହିଜିକଲ ଅଧ୍ୟାୟ 45

1. ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ, ସେସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ । 2. ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ନଳ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ । 3. ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ । 4. ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ । 5. ପୁଣି, ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ । 6. ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାରରୂପ ଅଂଶର ପାଖେ ପାଖେ ପାଞ୍ଚହଜାର ନଳ ପ୍ରସ୍ଥ ଓ ପଚିଶହଜାର ନଳ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ-ବଂଶର ନିମନ୍ତେ ହେବ । 7. ପୁଣି, ଅଧିପତିର ନିମନ୍ତେ ଯାହା ହେବ, ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିର ଏପାଖରେ ଓ ସେପାଖରେ ରହିବ, ତାହା ପବିତ୍ର ଉପହାରର ଓ ନଗର ଅଧିକାରର ସମ୍ମୁଖବର୍ତ୍ତୀ ହୋଇ ପଶ୍ଚିମ ପାର୍ଶ୍ଵରେ ପଶ୍ଚିମ ଆଡ଼େ ଓ ପୂର୍ବ ପାର୍ଶ୍ଵରେ ପୂର୍ବ ଆଡ଼େ ବିସ୍ତୃତ ହେବନ୍ତ ଆଉ, ତାହା ଦୀର୍ଘତାରେ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ଅଂଶମାନର ମଧ୍ୟରୁ ଏକ ଅଂଶର ସମାନ ହେବ । 8. ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ ମାତ୍ର ଇସ୍ରାଏଲ-ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ । 9. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 10. ତୁମ୍ଭେମାନେ ଯଥାର୍ଥ ତରାଜୁ ଓ ଯଥାର୍ଥ ଐଫା ଓ ଯଥାର୍ଥ ବାତ୍ ରଖିବ । 11. ବାତ୍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ । 12. ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ । 13. ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ; 14. ପୁଣି, ବାତ୍ସମ୍ଵନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ, କୋର ଦଶ ବାତ୍, ଅର୍ଥାତ୍, ଏକ ହୋମର; କାରଣ ଦଶ ବାତ୍ରେ ଏକ ହୋମର ହୁଏ; 15. ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 16. ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ । 17. ପୁଣି, ପର୍ବାଦିରେ ଓ ଅମାବାସ୍ୟାରେ ଓ ବିଶ୍ରାମବାରସକଳରେ, ଇସ୍ରାଏଲ-ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ-ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ । 18. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସ, ମାସର ପ୍ରଥମ ଦିନ ଦୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ । 19. ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ଵାର ଚୌକାଠର ଉପରେ ଲଗାଇବ । 20. ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ । 21. ପ୍ରଥମ ମାସ, ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟୀ ଭୋଜନ କରାଯିବ । 22. ପୁଣି, ସେହିଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ । 23. ଆଉ, ପର୍ବର ସାତ ଦିନଯାଏ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ଯାଏ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ । 24. ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା ଓ ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ । 25. ସପ୍ତମ ମାସ, ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନଯାଏ ଏହିରୂପ, ଅର୍ଥାତ୍, ପାପାର୍ଥକ ବଳିର ଓ ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ ।
1. ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ, ସେସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ । .::. 2. ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ନଳ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ । .::. 3. ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ । .::. 4. ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ । .::. 5. ପୁଣି, ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ । .::. 6. ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାରରୂପ ଅଂଶର ପାଖେ ପାଖେ ପାଞ୍ଚହଜାର ନଳ ପ୍ରସ୍ଥ ଓ ପଚିଶହଜାର ନଳ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ-ବଂଶର ନିମନ୍ତେ ହେବ । .::. 7. ପୁଣି, ଅଧିପତିର ନିମନ୍ତେ ଯାହା ହେବ, ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିର ଏପାଖରେ ଓ ସେପାଖରେ ରହିବ, ତାହା ପବିତ୍ର ଉପହାରର ଓ ନଗର ଅଧିକାରର ସମ୍ମୁଖବର୍ତ୍ତୀ ହୋଇ ପଶ୍ଚିମ ପାର୍ଶ୍ଵରେ ପଶ୍ଚିମ ଆଡ଼େ ଓ ପୂର୍ବ ପାର୍ଶ୍ଵରେ ପୂର୍ବ ଆଡ଼େ ବିସ୍ତୃତ ହେବନ୍ତ ଆଉ, ତାହା ଦୀର୍ଘତାରେ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ଅଂଶମାନର ମଧ୍ୟରୁ ଏକ ଅଂଶର ସମାନ ହେବ । .::. 8. ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ ମାତ୍ର ଇସ୍ରାଏଲ-ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ । .::. 9. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । .::. 10. ତୁମ୍ଭେମାନେ ଯଥାର୍ଥ ତରାଜୁ ଓ ଯଥାର୍ଥ ଐଫା ଓ ଯଥାର୍ଥ ବାତ୍ ରଖିବ । .::. 11. ବାତ୍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ । .::. 12. ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ । .::. 13. ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ; .::. 14. ପୁଣି, ବାତ୍ସମ୍ଵନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ, କୋର ଦଶ ବାତ୍, ଅର୍ଥାତ୍, ଏକ ହୋମର; କାରଣ ଦଶ ବାତ୍ରେ ଏକ ହୋମର ହୁଏ; .::. 15. ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । .::. 16. ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ । .::. 17. ପୁଣି, ପର୍ବାଦିରେ ଓ ଅମାବାସ୍ୟାରେ ଓ ବିଶ୍ରାମବାରସକଳରେ, ଇସ୍ରାଏଲ-ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ-ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ । .::. 18. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସ, ମାସର ପ୍ରଥମ ଦିନ ଦୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ । .::. 19. ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ଵାର ଚୌକାଠର ଉପରେ ଲଗାଇବ । .::. 20. ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ । .::. 21. ପ୍ରଥମ ମାସ, ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟୀ ଭୋଜନ କରାଯିବ । .::. 22. ପୁଣି, ସେହିଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ । .::. 23. ଆଉ, ପର୍ବର ସାତ ଦିନଯାଏ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ଯାଏ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ । .::. 24. ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା ଓ ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ । .::. 25. ସପ୍ତମ ମାସ, ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନଯାଏ ଏହିରୂପ, ଅର୍ଥାତ୍, ପାପାର୍ଥକ ବଳିର ଓ ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ । .::.
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
Common Bible Languages
West Indian Languages
×

Alert

×

oriya Letters Keypad References