ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

Notes

No Verse Added

ଆୟୁବ ପୁସ୍ତକ ଅଧ୍ୟାୟ 36

1. ଇଲୀହୂ ଆହୁରି କହିଲା, 2. ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି; କାରଣ ପରମେଶ୍ଵରଙ୍କ ପକ୍ଷରେ ମୋହର ଆହୁରି କିଛି କହିବାର ଅଛି । 3. ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି; 4. କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ । ଜ୍ଞାନରେ ସିଦ୍ଧ ଜଣେ ତୁମ୍ଭ ସଙ୍ଗେ ଅଛି । 5. ଦେଖ, ପରମେଶ୍ଵର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି । 6. ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖ-ଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି । 7. ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି । 8. ପୁଣି, ଯେବେ ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯାʼନ୍ତି; 9. ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି । 10. ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି । 11. ଯେବେ ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ । 12. ମାତ୍ର ସେମାନେ ନ ଶୁଣିଲେ, ଖଡ଼୍‍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ । 13. ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ । 14. ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ । 15. ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ଵାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ଵାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି । 16. ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି ସଙ୍କୀର୍ଣ୍ଣତାରହିତ ପ୍ରଶସ୍ତ ସ୍ଥାନକୁ ନେଇଯାଆନ୍ତେ; ଓ ତୁମ୍ଭ ମେଜ ଉପରେ ସଜ୍ଜିତ ଦ୍ରବ୍ୟ ମେଦପୂର୍ଣ୍ଣ ହୁଅନ୍ତା । 17. ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି । 18. କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ଵାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ଵ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ । 19. ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ? 20. ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ଵ ସ୍ଵ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ । 21. ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହାହିଁ ମନୋନୀତ କରିଅଛ । 22. ଦେଖ, ପରମେଶ୍ଵର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି? 23. କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି? ଅବା କିଏ କହିପାରେ, ତୁମ୍ଭେ ଅଧର୍ମ କରିଅଛ? 24. ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି । 25. ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ । 26. ଦେଖ, ପରମେଶ୍ଵର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ । 27. କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ । 28. ଆକାଶ ତାହା ଢାଳି ଦିଏ ଓ ମନୁଷ୍ୟ ଉପରେ ତାହା ବହୁଳ ରୂପେ ବର୍ଷେ । 29. ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ? 30. ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି । 31. କାରଣ ସେ ଏସବୁ ଦ୍ଵାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି । 32. ସେ ବିଦ୍ୟୁତରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି । 33. ତହିଁର ଶଦ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି ।
1. ଇଲୀହୂ ଆହୁରି କହିଲା, .::. 2. ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି; କାରଣ ପରମେଶ୍ଵରଙ୍କ ପକ୍ଷରେ ମୋହର ଆହୁରି କିଛି କହିବାର ଅଛି । .::. 3. ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି; .::. 4. କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ । ଜ୍ଞାନରେ ସିଦ୍ଧ ଜଣେ ତୁମ୍ଭ ସଙ୍ଗେ ଅଛି । .::. 5. ଦେଖ, ପରମେଶ୍ଵର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି । .::. 6. ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖ-ଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି । .::. 7. ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି । .::. 8. ପୁଣି, ଯେବେ ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯାʼନ୍ତି; .::. 9. ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି । .::. 10. ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି । .::. 11. ଯେବେ ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ । .::. 12. ମାତ୍ର ସେମାନେ ନ ଶୁଣିଲେ, ଖଡ଼୍‍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ । .::. 13. ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ । .::. 14. ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ । .::. 15. ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ଵାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ଵାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି । .::. 16. ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି ସଙ୍କୀର୍ଣ୍ଣତାରହିତ ପ୍ରଶସ୍ତ ସ୍ଥାନକୁ ନେଇଯାଆନ୍ତେ; ଓ ତୁମ୍ଭ ମେଜ ଉପରେ ସଜ୍ଜିତ ଦ୍ରବ୍ୟ ମେଦପୂର୍ଣ୍ଣ ହୁଅନ୍ତା । .::. 17. ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି । .::. 18. କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ଵାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ଵ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ । .::. 19. ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ? .::. 20. ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ଵ ସ୍ଵ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ । .::. 21. ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହାହିଁ ମନୋନୀତ କରିଅଛ । .::. 22. ଦେଖ, ପରମେଶ୍ଵର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି? .::. 23. କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି? ଅବା କିଏ କହିପାରେ, ତୁମ୍ଭେ ଅଧର୍ମ କରିଅଛ? .::. 24. ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି । .::. 25. ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ । .::. 26. ଦେଖ, ପରମେଶ୍ଵର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ । .::. 27. କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ । .::. 28. ଆକାଶ ତାହା ଢାଳି ଦିଏ ଓ ମନୁଷ୍ୟ ଉପରେ ତାହା ବହୁଳ ରୂପେ ବର୍ଷେ । .::. 29. ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ? .::. 30. ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି । .::. 31. କାରଣ ସେ ଏସବୁ ଦ୍ଵାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି । .::. 32. ସେ ବିଦ୍ୟୁତରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି । .::. 33. ତହିଁର ଶଦ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
Common Bible Languages
West Indian Languages
×

Alert

×

oriya Letters Keypad References