ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 13

1 ପ୍ରତ୍ୟେକ ଜଣ ଅଧିକାର ପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ଵରଙ୍କଠାରୁ ଆସେ, ଆଉ ଯେସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ଵରଙ୍କ ଦ୍ଵାରା ନିଯୁକ୍ତ । 2 ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ଵରଙ୍କ ବିଧାନର ପ୍ରତିରୋଧ କରେ; ପୁଣି ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ତ ଘଟାଇବେ । 3 କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ । ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ, 4 କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ଵରଙ୍କ ସେବକ । କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍‍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ଵରଙ୍କ ସେବକ ସ୍ଵରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ତଦାତା ଅଟନ୍ତି । 5 ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ । 6 ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ଵ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ଵରଙ୍କ ସେବକ ସ୍ଵରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି । 7 ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ଵ ଦେବାକୁ ହୁଏ, ତାହାଙ୍କୁ ରାଜସ୍ଵ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର । 8 ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି । 9 କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର । 10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ । 11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ଵାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ । 12 ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ । 13 ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ, ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ । 14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ଉଦ୍ରେକ କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।
1 ପ୍ରତ୍ୟେକ ଜଣ ଅଧିକାର ପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ଵରଙ୍କଠାରୁ ଆସେ, ଆଉ ଯେସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ଵରଙ୍କ ଦ୍ଵାରା ନିଯୁକ୍ତ । .::. 2 ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ଵରଙ୍କ ବିଧାନର ପ୍ରତିରୋଧ କରେ; ପୁଣି ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ତ ଘଟାଇବେ । .::. 3 କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ । ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ, .::. 4 କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ଵରଙ୍କ ସେବକ । କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍‍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ଵରଙ୍କ ସେବକ ସ୍ଵରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ତଦାତା ଅଟନ୍ତି । .::. 5 ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ । .::. 6 ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ଵ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ଵରଙ୍କ ସେବକ ସ୍ଵରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି । .::. 7 ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ଵ ଦେବାକୁ ହୁଏ, ତାହାଙ୍କୁ ରାଜସ୍ଵ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର । .::. 8 ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି । .::. 9 କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର । .::. 10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ । .::. 11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ଵାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ । .::. 12 ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ । .::. 13 ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ, ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ । .::. 14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ଉଦ୍ରେକ କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ । .::.
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 1  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 2  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 3  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 4  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 5  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 6  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 7  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 8  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 9  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 10  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 11  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 12  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 13  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 14  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 15  
  • ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 16  
×

Alert

×

Oriya Letters Keypad References