ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ

Notes

No Verse Added

ଦିତୀୟ ବିବରଣ ଅଧ୍ୟାୟ 20

1. ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ଵ ଓ ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ । କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି । 2. ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ, ନିକଟକୁ ଆସି ଲୋକମାନଙ୍କୁ କହିବ, 3. ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ । 4. କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି । 5. ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ । 6. ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ । 7. ଆଉ କେଉଁ ଲୋକ କୌଣସି ସ୍ତ୍ରୀକି ବାଗ୍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ । 8. ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ । 9. ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ । 10. ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ । 11. ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ଵାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭକୁ କର ଦେବେ ଓ ତୁମ୍ଭର ସେବା କରିବେ । 12. ମାତ୍ର ଯେବେ ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ । 13. ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ଼୍‍ଗଧାରରେ ବଧ କରିବ । 14. ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ ଓ ବାଳକମାନଙ୍କୁ ଓ ପଶୁମାନଙ୍କୁ ଓ ନଗରର ସର୍ବସ୍ଵ ଆପଣା ନିମନ୍ତେ ଲୁଟ ସ୍ଵରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ । 15. ଯେଉଁ ଯେଉଁ ନଗର ଏହି ଗୋଷ୍ଠୀୟ ଲୋକମାନଙ୍କର ନୁହେଁ, ତୁମ୍ଭଠାରୁ ଅତି ଦୂରବର୍ତ୍ତୀ ଏପରି ସମସ୍ତ ନଗର ପ୍ରତି ଏହି ପ୍ରକାର କରିବ । 16. ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ଲୋକ-ମାନଙ୍କର ଯେ ଯେ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ଵାସଧାରୀ କାହାରିକି ସଜୀବ ରଖିବ ନାହିଁ । 17. ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ବର୍ଜିତ ରୂପେ ବିନାଶ କରିବ । 18. ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବାତାମାନଙ୍କ ଉଦ୍ଦେଶ୍ୟରେ ଯେସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିବ । 19. ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ଵାରା ସେଠା ବୃକ୍ଷମାନ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରିପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ କି ମନୁଷ୍ୟ ଯେ, ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ? 20. କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ ।
1. ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ଵ ଓ ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ । କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି । .::. 2. ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ, ନିକଟକୁ ଆସି ଲୋକମାନଙ୍କୁ କହିବ, .::. 3. ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ । .::. 4. କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି । .::. 5. ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ । .::. 6. ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ । .::. 7. ଆଉ କେଉଁ ଲୋକ କୌଣସି ସ୍ତ୍ରୀକି ବାଗ୍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ । .::. 8. ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ । .::. 9. ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ । .::. 10. ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ । .::. 11. ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ଵାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭକୁ କର ଦେବେ ଓ ତୁମ୍ଭର ସେବା କରିବେ । .::. 12. ମାତ୍ର ଯେବେ ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ । .::. 13. ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ଼୍‍ଗଧାରରେ ବଧ କରିବ । .::. 14. ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ ଓ ବାଳକମାନଙ୍କୁ ଓ ପଶୁମାନଙ୍କୁ ଓ ନଗରର ସର୍ବସ୍ଵ ଆପଣା ନିମନ୍ତେ ଲୁଟ ସ୍ଵରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ । .::. 15. ଯେଉଁ ଯେଉଁ ନଗର ଏହି ଗୋଷ୍ଠୀୟ ଲୋକମାନଙ୍କର ନୁହେଁ, ତୁମ୍ଭଠାରୁ ଅତି ଦୂରବର୍ତ୍ତୀ ଏପରି ସମସ୍ତ ନଗର ପ୍ରତି ଏହି ପ୍ରକାର କରିବ । .::. 16. ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ଲୋକ-ମାନଙ୍କର ଯେ ଯେ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ଵାସଧାରୀ କାହାରିକି ସଜୀବ ରଖିବ ନାହିଁ । .::. 17. ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ବର୍ଜିତ ରୂପେ ବିନାଶ କରିବ । .::. 18. ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବାତାମାନଙ୍କ ଉଦ୍ଦେଶ୍ୟରେ ଯେସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିବ । .::. 19. ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ଵାରା ସେଠା ବୃକ୍ଷମାନ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରିପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ କି ମନୁଷ୍ୟ ଯେ, ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ? .::. 20. କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ । .::.
  • ଦିତୀୟ ବିବରଣ ଅଧ୍ୟାୟ 1  
  • ଦିତୀୟ ବିବରଣ ଅଧ୍ୟାୟ 2  
  • ଦିତୀୟ ବିବରଣ ଅଧ୍ୟାୟ 3  
  • ଦିତୀୟ ବିବରଣ ଅଧ୍ୟାୟ 4  
  • ଦିତୀୟ ବିବରଣ ଅଧ୍ୟାୟ 5  
  • ଦିତୀୟ ବିବରଣ ଅଧ୍ୟାୟ 6  
  • ଦିତୀୟ ବିବରଣ ଅଧ୍ୟାୟ 7  
  • ଦିତୀୟ ବିବରଣ ଅଧ୍ୟାୟ 8  
  • ଦିତୀୟ ବିବରଣ ଅଧ୍ୟାୟ 9  
  • ଦିତୀୟ ବିବରଣ ଅଧ୍ୟାୟ 10  
  • ଦିତୀୟ ବିବରଣ ଅଧ୍ୟାୟ 11  
  • ଦିତୀୟ ବିବରଣ ଅଧ୍ୟାୟ 12  
  • ଦିତୀୟ ବିବରଣ ଅଧ୍ୟାୟ 13  
  • ଦିତୀୟ ବିବରଣ ଅଧ୍ୟାୟ 14  
  • ଦିତୀୟ ବିବରଣ ଅଧ୍ୟାୟ 15  
  • ଦିତୀୟ ବିବରଣ ଅଧ୍ୟାୟ 16  
  • ଦିତୀୟ ବିବରଣ ଅଧ୍ୟାୟ 17  
  • ଦିତୀୟ ବିବରଣ ଅଧ୍ୟାୟ 18  
  • ଦିତୀୟ ବିବରଣ ଅଧ୍ୟାୟ 19  
  • ଦିତୀୟ ବିବରଣ ଅଧ୍ୟାୟ 20  
  • ଦିତୀୟ ବିବରଣ ଅଧ୍ୟାୟ 21  
  • ଦିତୀୟ ବିବରଣ ଅଧ୍ୟାୟ 22  
  • ଦିତୀୟ ବିବରଣ ଅଧ୍ୟାୟ 23  
  • ଦିତୀୟ ବିବରଣ ଅଧ୍ୟାୟ 24  
  • ଦିତୀୟ ବିବରଣ ଅଧ୍ୟାୟ 25  
  • ଦିତୀୟ ବିବରଣ ଅଧ୍ୟାୟ 26  
  • ଦିତୀୟ ବିବରଣ ଅଧ୍ୟାୟ 27  
  • ଦିତୀୟ ବିବରଣ ଅଧ୍ୟାୟ 28  
  • ଦିତୀୟ ବିବରଣ ଅଧ୍ୟାୟ 29  
  • ଦିତୀୟ ବିବରଣ ଅଧ୍ୟାୟ 30  
  • ଦିତୀୟ ବିବରଣ ଅଧ୍ୟାୟ 31  
  • ଦିତୀୟ ବିବରଣ ଅଧ୍ୟାୟ 32  
  • ଦିତୀୟ ବିବରଣ ଅଧ୍ୟାୟ 33  
  • ଦିତୀୟ ବିବରଣ ଅଧ୍ୟାୟ 34  
Common Bible Languages
West Indian Languages
×

Alert

×

oriya Letters Keypad References