ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

Notes

No Verse Added

ଆଦି ପୁସ୍ତକ ଅଧ୍ୟାୟ 15

1. ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ଵାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାରସ୍ଵରୂପ । 2. ତହିଁରେ ଅବ୍ରାମ ଉତ୍ତର କଲେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କଅଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି ଦମ୍ମେସକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ । 3. ପୁଣି ଅବ୍ରାମ କହିଲେ, ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ । 4. ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ । 5. ଅନନ୍ତର ସେ ତାଙ୍କୁ ବାହାରକୁ ଆଣି କହିଲେ, ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯେବେ ତାରାସମୂହ ଗଣିପାର, ତେବେ ଗଣି କୁହ । ସେ ଆହୁରି କହିଲେ, ଏହି ପ୍ରକାର ତୁମ୍ଭର ବଂଶ ହେବ। । 6. ସେତେବେଳେ ସେ ସଦାପ୍ରଭୁଙ୍କଠାରେ ବିଶ୍ଵାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ । 7. ଅନନ୍ତର ସେ ତାଙ୍କୁ କହିଲେ, ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ । 8. ତହୁଁ ସେ କହିଲେ, ହେ ପ୍ରଭୋ, ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା କିରୂପେ ଜାଣିବି? 9. ସେ କହିଲେ, ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ । 10. ତହିଁରେ ସେ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ତ କରି ଖଣ୍ତକ ଆଗରେ ଅନ୍ୟ ଖଣ୍ତ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ତ କଲେ ନାହିଁ । 11. ଅନନ୍ତର ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ । 12. ପୁଣି ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ । 13. ସେତେବେଳେ ସେ ଅବ୍ରାମଙ୍କୁ କହିଲେ, ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ; 14. ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ । 15. ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ । 16. ପୁଣି ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇନାହିଁ । 17. ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜଳିତ ଦିହୁଡ଼ି ସେହି ଦୁଇ ଖଣ୍ତ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା । 18. ପୁଣି ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ, 19. ଅର୍ଥାତ୍, କେନୀୟମାନଙ୍କର ଓ କନଜୀୟମାନଙ୍କର ଓ କଦ୍ମୋନୀୟମାନଙ୍କର 20. ଓ ହିତ୍ତୀୟମାନଙ୍କର ଓ ପିରିଜୀୟମାନଙ୍କର ଓ ରଫାୟୀୟମାନଙ୍କର 21. ଓ ଇମୋରୀୟମାନଙ୍କର ଓ କିଣାନୀୟମାନଙ୍କର ଓ ଗିର୍ଗାଶୀୟମାନଙ୍କର ଓ ଯିବୁଷୀୟମାନଙ୍କର ଦେଶ ଦେଲୁ ।
1. ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ଵାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାରସ୍ଵରୂପ । .::. 2. ତହିଁରେ ଅବ୍ରାମ ଉତ୍ତର କଲେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କଅଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି ଦମ୍ମେସକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ । .::. 3. ପୁଣି ଅବ୍ରାମ କହିଲେ, ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ । .::. 4. ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ । .::. 5. ଅନନ୍ତର ସେ ତାଙ୍କୁ ବାହାରକୁ ଆଣି କହିଲେ, ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯେବେ ତାରାସମୂହ ଗଣିପାର, ତେବେ ଗଣି କୁହ । ସେ ଆହୁରି କହିଲେ, ଏହି ପ୍ରକାର ତୁମ୍ଭର ବଂଶ ହେବ। । .::. 6. ସେତେବେଳେ ସେ ସଦାପ୍ରଭୁଙ୍କଠାରେ ବିଶ୍ଵାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ । .::. 7. ଅନନ୍ତର ସେ ତାଙ୍କୁ କହିଲେ, ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ । .::. 8. ତହୁଁ ସେ କହିଲେ, ହେ ପ୍ରଭୋ, ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା କିରୂପେ ଜାଣିବି? .::. 9. ସେ କହିଲେ, ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ । .::. 10. ତହିଁରେ ସେ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ତ କରି ଖଣ୍ତକ ଆଗରେ ଅନ୍ୟ ଖଣ୍ତ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ତ କଲେ ନାହିଁ । .::. 11. ଅନନ୍ତର ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ । .::. 12. ପୁଣି ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ । .::. 13. ସେତେବେଳେ ସେ ଅବ୍ରାମଙ୍କୁ କହିଲେ, ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ; .::. 14. ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ । .::. 15. ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ । .::. 16. ପୁଣି ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇନାହିଁ । .::. 17. ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜଳିତ ଦିହୁଡ଼ି ସେହି ଦୁଇ ଖଣ୍ତ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା । .::. 18. ପୁଣି ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ, .::. 19. ଅର୍ଥାତ୍, କେନୀୟମାନଙ୍କର ଓ କନଜୀୟମାନଙ୍କର ଓ କଦ୍ମୋନୀୟମାନଙ୍କର .::. 20. ଓ ହିତ୍ତୀୟମାନଙ୍କର ଓ ପିରିଜୀୟମାନଙ୍କର ଓ ରଫାୟୀୟମାନଙ୍କର .::. 21. ଓ ଇମୋରୀୟମାନଙ୍କର ଓ କିଣାନୀୟମାନଙ୍କର ଓ ଗିର୍ଗାଶୀୟମାନଙ୍କର ଓ ଯିବୁଷୀୟମାନଙ୍କର ଦେଶ ଦେଲୁ । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
Common Bible Languages
West Indian Languages
×

Alert

×

oriya Letters Keypad References