ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

Notes

No Verse Added

ଆଦି ପୁସ୍ତକ ଅଧ୍ୟାୟ 31

1. ପୁଣି ଯାକୁବ ଆମ୍ଭମାନଙ୍କ ପିତାର ସର୍ବସ୍ଵ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାର ଧନରୁ ତାହାର ଏହି ସମସ୍ତ ଐଶ୍ଵର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା । 2. ପୁଣି ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା । 3. ଅନନ୍ତର ସଦାପ୍ରଭୁ ଯାକୁବକୁ କହିଲେ, ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା । 4. ଏଣୁ ଯାକୁବ କ୍ଷେତ୍ରରେ ପଶୁପଲ ନିକଟକୁ ରାହେଲ ଓ ଲେୟାକୁ ଡକାଇ କହିଲା, 5. ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ଵର ମୋହର ସହାୟ ଅଟନ୍ତି । 6. ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ । 7. ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ଵର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି । 8. ଯେହେତୁ ଚିତ୍ରବିଚିତ୍ର ପଶୁଗଣ ତୁମ୍ଭର ବର୍ତ୍ତନ ସ୍ଵରୂପ ହେବେ, ସେ ଆପେ ଯେତେବେଳେ ଏହି କଥା କହିଲେ, ସେତେବେଳେ ସମସ୍ତ ପଶୁ ଚିତ୍ରବିଚିତ୍ର ଛୁଆ ପ୍ରସବ କଲେ; ପୁଣି ରେଖାଙ୍କିତ ପଶୁଗଣ ତୁମ୍ଭର ବର୍ତ୍ତନ ସ୍ଵରୂପ ହେବେ, ସେ ଯେତେବେଳେ ଏହା କହିଲେ, ସେତେବେଳେ ସମସ୍ତ ପଶୁ ରେଖାଙ୍କିତ ଛୁଆ ପ୍ରସବ କଲେ । 9. ଏହିରୂପେ ପରମେଶ୍ଵର ତୁମ୍ଭମାନଙ୍କ ପିତାଙ୍କର ପଶୁଧନ ନେଇ ମୋତେ ଦେଲେ । 10. କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ଵପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ । 11. ସେତେବେଳେ ପରମେଶ୍ଵରଙ୍କ ଦୂତ ସ୍ଵପ୍ନରେ ମୋତେ ଯାକୁବ ବୋଲି ଡାକନ୍ତେ, ମୁଁ କହିଲି, ଦେଖନ୍ତୁ, ମୁଁ ଏଠାରେ । 12. ତହିଁରେ ସେ କହିଲେ, ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ । 13. ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବୈଥେଲର ପରମେଶ୍ଵର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରି ଯାଅଣ! 14. ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି? 15. ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକି ଆମ୍ଭମାନଙ୍କର ମୂଲ୍ୟସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି । 16. ଏହେତୁ ପରମେଶ୍ଵର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁ ସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର । ଏଣୁ ପରମେଶ୍ଵର ତୁମ୍ଭକୁ ଯାହା କହିଲେ, ତୁମ୍ଭେ ତାହା କର । 17. ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା; 18. ପୁଣି ଆପଣା ଉପାର୍ଜ୍ଜିତ ପଶ୍ଵାଦି ସକଳ ଧନ, ଅର୍ଥାତ୍, ପଦ୍ଦନ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‍ହାକ ନିକଟକୁ ପ୍ରସ୍ଥାନ କଲା । 19. ସେହି ସମୟରେ ଲାବନ ମେଷଲୋମ ଛେଦନ କରିବାକୁ ଯାଇଥିଲା; ପୁଣି ରାହେଲ ଆପଣା ପିତାର ଠାକୁରମାନଙ୍କୁ ହରଣ କଲା । 20. ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ଵାଦ ନ ଦେଇ ଅରାମୀୟ ଲାବନକୁ ବଞ୍ଚନା କଲା । 21. ଏହି ପ୍ରକାରେ ସେ ଆପଣା ସର୍ବସ୍ଵ ଘେନି ପଳାୟନ କଲା, ପୁଣି ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ୍ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା । 22. ଅନନ୍ତର ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ଵାଦ ଦିଆଗଲା । 23. ତହିଁରେ ସେ ଆପଣା କୁଟୁମ୍ଵମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ି ଯାଇ ଗିଲୀୟଦ୍ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା । 24. ମାତ୍ର ପରମେଶ୍ଵର ରାତ୍ରି କାଳେ ସ୍ଵପ୍ନ ଯୋଗେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, ସାବଧାନ, ଯାକୁବକୁ ଭଲମନ୍ଦ କିଛି କୁହ ନାହିଁ । 25. ଅନନ୍ତର ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ଵୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ଵମାନଙ୍କ ସହିତ ଗିଲୀୟଦ୍ ପର୍ବତରେ ତମ୍ଵୁ ସ୍ଥାପନ କଲା । 26. ପୁଣି ଲାବନ ଯାକୁବକୁ କହିଲା, ତୁମ୍ଭେ କାହିଁକି ଏରୂପ କର୍ମ କଲ? ମୋତେ ବଞ୍ଚନା କଲ, ପୁଣି ମୋʼ କନ୍ୟାମାନଙ୍କୁ ଖଡ଼୍‍ଗଧୃତ ବନ୍ଦୀ ଲୋକଙ୍କ ପରି ଘେନି ଆସିଲ । 27. ତୁମ୍ଭେ ମୋତେ ବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ଵାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାʼନ୍ତି । 28. ତୁମ୍ଭେ ମୋହର ପୁତ୍ର କନ୍ୟାମାନଙ୍କୁ ଚୁମ୍ଵନ କରିବାକୁ ହିଁ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ । 29. ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତ ରାତ୍ରି ତୁମ୍ଭର ପୈତୃକ ପରମେଶ୍ଵର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ । 30. ଆଉ ପିତୃଗୃହକୁ ଝୁରିବାରୁ ଯେବେ ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ । 31. ତହିଁରେ ଯାକୁବ ଲାବନକୁ ଉତ୍ତର କଲା, ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋʼଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡ଼ାଇ ନେବ, ଏପରି ବିଚାର କଲି । 32. ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ଵଗଣର ସାକ୍ଷାତରେ ଚିହ୍ନି କରି ନିଅ, ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା । 33. ତହୁଁ ଲାବନ ଯାକୁବର ତମ୍ଵୁଗୃହ ଓ ଲେୟାର ତମ୍ଵୁଗୃହ ଓ ଦୁଇ ଦାସୀର ତମ୍ଵୁଗୃହକୁ ଯାଇ ଅନ୍ଵେଷଣ କଲା; ମାତ୍ର ପାଇଲା ନାହିଁ । ଏଣୁ ସେ ଲେୟାର ତମ୍ଵୁଗୃହ ଛାଡ଼ି ରାହେଲର ତମ୍ଵୁଗୃହରେ ପ୍ରବେଶ କଲା । 34. ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା । ତହିଁରେ ଲାବନ ତାହାର ତମ୍ଵୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ । 35. ସେତେବେଳେ ରାହେଲ ପିତାକୁ କହିଲା, ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି । ଏହିରୂପେ ସେ ଅନ୍ଵେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ । 36. ତହୁଁ ଯାକୁବ କ୍ରୁଦ୍ଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି ଯାକୁବ ଲାବନକୁ ଉତ୍ତର କରି କହିଲା, ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଵଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ? 37. ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ଵମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ । 38. ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି । ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ । 39. ବରଞ୍ଚ ହିଂସକ ଜନ୍ତୁ ଯାହାକୁ ଖଣ୍ତିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ । 40. ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆକ୍ଷିରୁ ନିଦ ପଳାଇ ଗଲା; ଏହିପରି ମୁଁ ଥିଲି; 41. ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛ । 42. ମୋର ପୈତୃକ ପରମେଶ୍ଵର, ଅବ୍ରହାମର ପରମେଶ୍ଵର ଓ ଇସ୍‍ହାକର ଭୟସ୍ଥାନ ଯେବେ ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାʼନ୍ତ । ପରମେଶ୍ଵର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ । 43. ତହିଁରେ ଲାବନ ଯାକୁବକୁ ଉତ୍ତର କଲା, ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି ଯାହା ଯାହା ଦେଖୁଅଛ, ସେ ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି? 44. ଆସ, ଆମ୍ଭେ ଦୁହେଁ ନିୟମ ସ୍ଥିର କରୁ, ତାହା ଆମ୍ଭମାନଙ୍କର ସାକ୍ଷୀ ହେଉ । 45. ସେତେବେଳେ ଯାକୁବ ଖଣ୍ତିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲା । 46. ପୁଣି ଯାକୁବ ଆପଣା କୁଟୁମ୍ଵମାନଙ୍କୁ କହିଲା, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ । 47. ଅନନ୍ତର ଲାବନ ତାହାର ନାମ ଯିଗର-ସାହଦୂଥା (ସାକ୍ଷୀ ରାଶି) ରଖିଲା, ମାତ୍ର ଯାକୁବ ତାହାର ନାମ ଗଲ-ୟଦ୍ (ସାକ୍ଷୀ ରାଶୀ) ରଖିଲା । 48. ସେତେବେଳେ ଲାବନ କହିଲା, ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଣୁକରି ତାହାର ନାମ ଗଲ-ୟଦ୍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା; 49. ଯେହେତୁ ସେ କହିଲା, ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ । 50. ତୁମ୍ଭେ ଯେବେ ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ ପ୍ରମାଣ, ମାତ୍ର ଦେଖ, ପରମେଶ୍ଵର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ । 51. ଆହୁରି ଲାବନ ଯାକୁବକୁ କହିଲା, ଏହି ରାଶି ଦେଖ, ପୁଣି ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ । 52. ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ, ମଧ୍ୟ ତୁମ୍ଭେ ଏହି ରାଶି ଓ ଏହି ସ୍ତମ୍ଭ ପାର ହୋଇ ମୋʼ ନିକଟକୁ ଆସିବ ନାହିଁ; ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ । 53. ଏବିଷୟରେ ଅବ୍ରହାମଙ୍କର ପରମେଶ୍ଵର, ନାହୋରର ପରମେଶ୍ଵର ଓ ସେମାନଙ୍କ ପୈତୃକ ପରମେଶ୍ଵର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ; ସେତେବେଳେ ଯାକୁବ ଆପଣା ପିତା ଇସ୍‍ହାକର ଭୟସ୍ଥାନର ଶପଥ କଲା । 54. ଅନନ୍ତର ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ଵମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସମସ୍ତ ରାତ୍ରି ଯାପନ କଲେ । 55. ଏଥିଉତ୍ତାରୁ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ଵନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ଵସ୍ଥାନକୁ ଫେରିଗଲା ।
1. ପୁଣି ଯାକୁବ ଆମ୍ଭମାନଙ୍କ ପିତାର ସର୍ବସ୍ଵ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାର ଧନରୁ ତାହାର ଏହି ସମସ୍ତ ଐଶ୍ଵର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା । .::. 2. ପୁଣି ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା । .::. 3. ଅନନ୍ତର ସଦାପ୍ରଭୁ ଯାକୁବକୁ କହିଲେ, ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା । .::. 4. ଏଣୁ ଯାକୁବ କ୍ଷେତ୍ରରେ ପଶୁପଲ ନିକଟକୁ ରାହେଲ ଓ ଲେୟାକୁ ଡକାଇ କହିଲା, .::. 5. ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ଵର ମୋହର ସହାୟ ଅଟନ୍ତି । .::. 6. ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ । .::. 7. ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ଵର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି । .::. 8. ଯେହେତୁ ଚିତ୍ରବିଚିତ୍ର ପଶୁଗଣ ତୁମ୍ଭର ବର୍ତ୍ତନ ସ୍ଵରୂପ ହେବେ, ସେ ଆପେ ଯେତେବେଳେ ଏହି କଥା କହିଲେ, ସେତେବେଳେ ସମସ୍ତ ପଶୁ ଚିତ୍ରବିଚିତ୍ର ଛୁଆ ପ୍ରସବ କଲେ; ପୁଣି ରେଖାଙ୍କିତ ପଶୁଗଣ ତୁମ୍ଭର ବର୍ତ୍ତନ ସ୍ଵରୂପ ହେବେ, ସେ ଯେତେବେଳେ ଏହା କହିଲେ, ସେତେବେଳେ ସମସ୍ତ ପଶୁ ରେଖାଙ୍କିତ ଛୁଆ ପ୍ରସବ କଲେ । .::. 9. ଏହିରୂପେ ପରମେଶ୍ଵର ତୁମ୍ଭମାନଙ୍କ ପିତାଙ୍କର ପଶୁଧନ ନେଇ ମୋତେ ଦେଲେ । .::. 10. କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ଵପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ । .::. 11. ସେତେବେଳେ ପରମେଶ୍ଵରଙ୍କ ଦୂତ ସ୍ଵପ୍ନରେ ମୋତେ ଯାକୁବ ବୋଲି ଡାକନ୍ତେ, ମୁଁ କହିଲି, ଦେଖନ୍ତୁ, ମୁଁ ଏଠାରେ । .::. 12. ତହିଁରେ ସେ କହିଲେ, ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ । .::. 13. ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବୈଥେଲର ପରମେଶ୍ଵର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରି ଯାଅଣ! .::. 14. ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି? .::. 15. ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକି ଆମ୍ଭମାନଙ୍କର ମୂଲ୍ୟସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି । .::. 16. ଏହେତୁ ପରମେଶ୍ଵର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁ ସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର । ଏଣୁ ପରମେଶ୍ଵର ତୁମ୍ଭକୁ ଯାହା କହିଲେ, ତୁମ୍ଭେ ତାହା କର । .::. 17. ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା; .::. 18. ପୁଣି ଆପଣା ଉପାର୍ଜ୍ଜିତ ପଶ୍ଵାଦି ସକଳ ଧନ, ଅର୍ଥାତ୍, ପଦ୍ଦନ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‍ହାକ ନିକଟକୁ ପ୍ରସ୍ଥାନ କଲା । .::. 19. ସେହି ସମୟରେ ଲାବନ ମେଷଲୋମ ଛେଦନ କରିବାକୁ ଯାଇଥିଲା; ପୁଣି ରାହେଲ ଆପଣା ପିତାର ଠାକୁରମାନଙ୍କୁ ହରଣ କଲା । .::. 20. ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ଵାଦ ନ ଦେଇ ଅରାମୀୟ ଲାବନକୁ ବଞ୍ଚନା କଲା । .::. 21. ଏହି ପ୍ରକାରେ ସେ ଆପଣା ସର୍ବସ୍ଵ ଘେନି ପଳାୟନ କଲା, ପୁଣି ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ୍ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା । .::. 22. ଅନନ୍ତର ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ଵାଦ ଦିଆଗଲା । .::. 23. ତହିଁରେ ସେ ଆପଣା କୁଟୁମ୍ଵମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ି ଯାଇ ଗିଲୀୟଦ୍ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା । .::. 24. ମାତ୍ର ପରମେଶ୍ଵର ରାତ୍ରି କାଳେ ସ୍ଵପ୍ନ ଯୋଗେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, ସାବଧାନ, ଯାକୁବକୁ ଭଲମନ୍ଦ କିଛି କୁହ ନାହିଁ । .::. 25. ଅନନ୍ତର ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ଵୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ଵମାନଙ୍କ ସହିତ ଗିଲୀୟଦ୍ ପର୍ବତରେ ତମ୍ଵୁ ସ୍ଥାପନ କଲା । .::. 26. ପୁଣି ଲାବନ ଯାକୁବକୁ କହିଲା, ତୁମ୍ଭେ କାହିଁକି ଏରୂପ କର୍ମ କଲ? ମୋତେ ବଞ୍ଚନା କଲ, ପୁଣି ମୋʼ କନ୍ୟାମାନଙ୍କୁ ଖଡ଼୍‍ଗଧୃତ ବନ୍ଦୀ ଲୋକଙ୍କ ପରି ଘେନି ଆସିଲ । .::. 27. ତୁମ୍ଭେ ମୋତେ ବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ଵାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାʼନ୍ତି । .::. 28. ତୁମ୍ଭେ ମୋହର ପୁତ୍ର କନ୍ୟାମାନଙ୍କୁ ଚୁମ୍ଵନ କରିବାକୁ ହିଁ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ । .::. 29. ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତ ରାତ୍ରି ତୁମ୍ଭର ପୈତୃକ ପରମେଶ୍ଵର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ । .::. 30. ଆଉ ପିତୃଗୃହକୁ ଝୁରିବାରୁ ଯେବେ ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ । .::. 31. ତହିଁରେ ଯାକୁବ ଲାବନକୁ ଉତ୍ତର କଲା, ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋʼଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡ଼ାଇ ନେବ, ଏପରି ବିଚାର କଲି । .::. 32. ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ଵଗଣର ସାକ୍ଷାତରେ ଚିହ୍ନି କରି ନିଅ, ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା । .::. 33. ତହୁଁ ଲାବନ ଯାକୁବର ତମ୍ଵୁଗୃହ ଓ ଲେୟାର ତମ୍ଵୁଗୃହ ଓ ଦୁଇ ଦାସୀର ତମ୍ଵୁଗୃହକୁ ଯାଇ ଅନ୍ଵେଷଣ କଲା; ମାତ୍ର ପାଇଲା ନାହିଁ । ଏଣୁ ସେ ଲେୟାର ତମ୍ଵୁଗୃହ ଛାଡ଼ି ରାହେଲର ତମ୍ଵୁଗୃହରେ ପ୍ରବେଶ କଲା । .::. 34. ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା । ତହିଁରେ ଲାବନ ତାହାର ତମ୍ଵୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ । .::. 35. ସେତେବେଳେ ରାହେଲ ପିତାକୁ କହିଲା, ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି । ଏହିରୂପେ ସେ ଅନ୍ଵେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ । .::. 36. ତହୁଁ ଯାକୁବ କ୍ରୁଦ୍ଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି ଯାକୁବ ଲାବନକୁ ଉତ୍ତର କରି କହିଲା, ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଵଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ? .::. 37. ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ଵମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ । .::. 38. ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି । ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ । .::. 39. ବରଞ୍ଚ ହିଂସକ ଜନ୍ତୁ ଯାହାକୁ ଖଣ୍ତିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ । .::. 40. ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆକ୍ଷିରୁ ନିଦ ପଳାଇ ଗଲା; ଏହିପରି ମୁଁ ଥିଲି; .::. 41. ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛ । .::. 42. ମୋର ପୈତୃକ ପରମେଶ୍ଵର, ଅବ୍ରହାମର ପରମେଶ୍ଵର ଓ ଇସ୍‍ହାକର ଭୟସ୍ଥାନ ଯେବେ ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାʼନ୍ତ । ପରମେଶ୍ଵର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ । .::. 43. ତହିଁରେ ଲାବନ ଯାକୁବକୁ ଉତ୍ତର କଲା, ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି ଯାହା ଯାହା ଦେଖୁଅଛ, ସେ ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି? .::. 44. ଆସ, ଆମ୍ଭେ ଦୁହେଁ ନିୟମ ସ୍ଥିର କରୁ, ତାହା ଆମ୍ଭମାନଙ୍କର ସାକ୍ଷୀ ହେଉ । .::. 45. ସେତେବେଳେ ଯାକୁବ ଖଣ୍ତିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲା । .::. 46. ପୁଣି ଯାକୁବ ଆପଣା କୁଟୁମ୍ଵମାନଙ୍କୁ କହିଲା, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ । .::. 47. ଅନନ୍ତର ଲାବନ ତାହାର ନାମ ଯିଗର-ସାହଦୂଥା (ସାକ୍ଷୀ ରାଶି) ରଖିଲା, ମାତ୍ର ଯାକୁବ ତାହାର ନାମ ଗଲ-ୟଦ୍ (ସାକ୍ଷୀ ରାଶୀ) ରଖିଲା । .::. 48. ସେତେବେଳେ ଲାବନ କହିଲା, ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଣୁକରି ତାହାର ନାମ ଗଲ-ୟଦ୍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା; .::. 49. ଯେହେତୁ ସେ କହିଲା, ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ । .::. 50. ତୁମ୍ଭେ ଯେବେ ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ ପ୍ରମାଣ, ମାତ୍ର ଦେଖ, ପରମେଶ୍ଵର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ । .::. 51. ଆହୁରି ଲାବନ ଯାକୁବକୁ କହିଲା, ଏହି ରାଶି ଦେଖ, ପୁଣି ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ । .::. 52. ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ, ମଧ୍ୟ ତୁମ୍ଭେ ଏହି ରାଶି ଓ ଏହି ସ୍ତମ୍ଭ ପାର ହୋଇ ମୋʼ ନିକଟକୁ ଆସିବ ନାହିଁ; ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ । .::. 53. ଏବିଷୟରେ ଅବ୍ରହାମଙ୍କର ପରମେଶ୍ଵର, ନାହୋରର ପରମେଶ୍ଵର ଓ ସେମାନଙ୍କ ପୈତୃକ ପରମେଶ୍ଵର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ; ସେତେବେଳେ ଯାକୁବ ଆପଣା ପିତା ଇସ୍‍ହାକର ଭୟସ୍ଥାନର ଶପଥ କଲା । .::. 54. ଅନନ୍ତର ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ଵମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସମସ୍ତ ରାତ୍ରି ଯାପନ କଲେ । .::. 55. ଏଥିଉତ୍ତାରୁ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ଵନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ଵସ୍ଥାନକୁ ଫେରିଗଲା । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
Common Bible Languages
West Indian Languages
×

Alert

×

oriya Letters Keypad References