ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

Notes

No Verse Added

ଆଦି ପୁସ୍ତକ ଅଧ୍ୟାୟ 48

1. ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ଵାଦ ଦେଇ କହିଲା; ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି; ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ । 2. ସେତେବେଳେ କେହି ଯାକୁବଙ୍କୁ କହିଲା, ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି; ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ । 3. ଅନନ୍ତର ଯାକୁବ ଯୋଷେଫଙ୍କୁ କହିଲେ, କିଣାନ ଦେଶରେ ଲୁସ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ଵର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ, 4. ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବ; ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି ତୁମ୍ଭ ଭବିଷ୍ୟଦ୍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା । 5. ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ୍ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ । 6. ପୁଣି ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଅଧିକାରରେ ବିଖ୍ୟାତ ହେବେ । 7. ପଦ୍ଦନ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥ୍ଲିହିମ୍ର ପଥପାର୍ଶ୍ଵରେ ତାକୁ କବର ଦେଲି । 8. ଅନନ୍ତର ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, ଏମାନେ କିଏ? 9. ତହିଁରେ ଯୋଷେଫ ପିତାଙ୍କୁ କହିଲେ, ଏମାନେ ମୋହର ପୁତ୍ର, ପରମେଶ୍ଵର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି । ତେବେ ଇସ୍ରାଏଲ କହିଲେ, ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି । 10. ସେ ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ପ୍ରଯୁକ୍ତ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟ ରୂପେ ଦେଖି ପାରିଲେ ନାହିଁ । ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ଵନ ଓ ଆଲିଙ୍ଗନ କଲେ । 11. ପୁଣି ଇସ୍ରାଏଲ ଯୋଷେଫଙ୍କୁ କହିଲେ, ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ଵର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ । 12. ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ । 13. ଅନନ୍ତର ଯୋଷେଫ ସେ ଦୁହିଁଙ୍କି ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ଭାଗରେ ଓ ବାମ ହସ୍ତରେ ମନଃଶିକି ଧରି ଇସ୍ରାଏଲଙ୍କ ଦକ୍ଷିଣ ଭାଗରେ ଉପସ୍ଥିତ କରାଇଲେ । 14. ତହିଁରେ ଇସ୍ରାଏଲ ଆପଣା ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନା ପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା । 15. ଅନନ୍ତର ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, ଯେଉଁ ପରମେଶ୍ଵରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ଵର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି, 16. ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକାରଣ୍ୟ ହେଉନ୍ତୁ । 17. ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ, 18. ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ । 19. ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ । 20. ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ଵର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ । ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ । 21. ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ଵର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ । 22. ମୁଁ ଆପଣା ଖଡ଼୍‍ଗ ଓ ଧନୁଦ୍ଵାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି ।
1. ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ଵାଦ ଦେଇ କହିଲା; ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି; ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ । .::. 2. ସେତେବେଳେ କେହି ଯାକୁବଙ୍କୁ କହିଲା, ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି; ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ । .::. 3. ଅନନ୍ତର ଯାକୁବ ଯୋଷେଫଙ୍କୁ କହିଲେ, କିଣାନ ଦେଶରେ ଲୁସ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ଵର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ, .::. 4. ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବ; ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି ତୁମ୍ଭ ଭବିଷ୍ୟଦ୍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା । .::. 5. ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ୍ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ । .::. 6. ପୁଣି ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଅଧିକାରରେ ବିଖ୍ୟାତ ହେବେ । .::. 7. ପଦ୍ଦନ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥ୍ଲିହିମ୍ର ପଥପାର୍ଶ୍ଵରେ ତାକୁ କବର ଦେଲି । .::. 8. ଅନନ୍ତର ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, ଏମାନେ କିଏ? .::. 9. ତହିଁରେ ଯୋଷେଫ ପିତାଙ୍କୁ କହିଲେ, ଏମାନେ ମୋହର ପୁତ୍ର, ପରମେଶ୍ଵର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି । ତେବେ ଇସ୍ରାଏଲ କହିଲେ, ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି । .::. 10. ସେ ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ପ୍ରଯୁକ୍ତ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟ ରୂପେ ଦେଖି ପାରିଲେ ନାହିଁ । ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ଵନ ଓ ଆଲିଙ୍ଗନ କଲେ । .::. 11. ପୁଣି ଇସ୍ରାଏଲ ଯୋଷେଫଙ୍କୁ କହିଲେ, ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ଵର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ । .::. 12. ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ । .::. 13. ଅନନ୍ତର ଯୋଷେଫ ସେ ଦୁହିଁଙ୍କି ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ଭାଗରେ ଓ ବାମ ହସ୍ତରେ ମନଃଶିକି ଧରି ଇସ୍ରାଏଲଙ୍କ ଦକ୍ଷିଣ ଭାଗରେ ଉପସ୍ଥିତ କରାଇଲେ । .::. 14. ତହିଁରେ ଇସ୍ରାଏଲ ଆପଣା ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନା ପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା । .::. 15. ଅନନ୍ତର ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, ଯେଉଁ ପରମେଶ୍ଵରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ଵର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି, .::. 16. ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକାରଣ୍ୟ ହେଉନ୍ତୁ । .::. 17. ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ, .::. 18. ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ । .::. 19. ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ । .::. 20. ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ଵର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ । ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ । .::. 21. ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ଵର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ । .::. 22. ମୁଁ ଆପଣା ଖଡ଼୍‍ଗ ଓ ଧନୁଦ୍ଵାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
Common Bible Languages
West Indian Languages
×

Alert

×

oriya Letters Keypad References