ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ

ହୋଶେୟ ଅଧ୍ୟାୟ 5

1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ଵନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ଵରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ଵରୂପ ହୋଇଅଛ । 2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେସମସ୍ତଙ୍କର ଅନୁଯୋଗକାରୀ ଅଟୁ । 3 ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଆଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି । 4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ । 5 ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ । 6 ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି । 7 ସେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିଶ୍ଵାସ-ଘାତକତା କରିଅଛନ୍ତି; କାରଣ ସେମାନେ ବିଦେଶୀୟ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ । 8 ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ଵନି କର, ରାମାରେ ତୂରୀ ବଜାଅ; ବୈଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍, 9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ଵଂସସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ । 10 ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଜଳ ପରି ଢାଳିବା । 11 ଇଫ୍ରୟିମ ସନ୍ତୁଷ୍ଟ ହୋଇ ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରୁତ ଓ ବିଚାରରେ କ୍ଳିଷ୍ଟ ହୋଇଅଛି । 12 ଏସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ଵରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ଵରୂପ ହୋଇଅଛୁ । 13 ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ପାରେ ନାହିଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ । 14 କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା । ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା; ଆମ୍ଭେ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ । 15 ସେମାନେ ଆପଣା ଆପଣା ଅପରାଧ ସ୍ଵୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଯନିରେ ଆମ୍ଭର ଅନ୍ଵେଷଣ କରିବେ ।
1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ଵନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ଵରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ଵରୂପ ହୋଇଅଛ । .::. 2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେସମସ୍ତଙ୍କର ଅନୁଯୋଗକାରୀ ଅଟୁ । .::. 3 ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଆଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି । .::. 4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ । .::. 5 ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ । .::. 6 ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି । .::. 7 ସେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିଶ୍ଵାସ-ଘାତକତା କରିଅଛନ୍ତି; କାରଣ ସେମାନେ ବିଦେଶୀୟ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ । .::. 8 ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ଵନି କର, ରାମାରେ ତୂରୀ ବଜାଅ; ବୈଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍, .::. 9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ଵଂସସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ । .::. 10 ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଜଳ ପରି ଢାଳିବା । .::. 11 ଇଫ୍ରୟିମ ସନ୍ତୁଷ୍ଟ ହୋଇ ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରୁତ ଓ ବିଚାରରେ କ୍ଳିଷ୍ଟ ହୋଇଅଛି । .::. 12 ଏସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ଵରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ଵରୂପ ହୋଇଅଛୁ । .::. 13 ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ପାରେ ନାହିଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ । .::. 14 କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା । ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା; ଆମ୍ଭେ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ । .::. 15 ସେମାନେ ଆପଣା ଆପଣା ଅପରାଧ ସ୍ଵୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଯନିରେ ଆମ୍ଭର ଅନ୍ଵେଷଣ କରିବେ । .::.
  • ହୋଶେୟ ଅଧ୍ୟାୟ 1  
  • ହୋଶେୟ ଅଧ୍ୟାୟ 2  
  • ହୋଶେୟ ଅଧ୍ୟାୟ 3  
  • ହୋଶେୟ ଅଧ୍ୟାୟ 4  
  • ହୋଶେୟ ଅଧ୍ୟାୟ 5  
  • ହୋଶେୟ ଅଧ୍ୟାୟ 6  
  • ହୋଶେୟ ଅଧ୍ୟାୟ 7  
  • ହୋଶେୟ ଅଧ୍ୟାୟ 8  
  • ହୋଶେୟ ଅଧ୍ୟାୟ 9  
  • ହୋଶେୟ ଅଧ୍ୟାୟ 10  
  • ହୋଶେୟ ଅଧ୍ୟାୟ 11  
  • ହୋଶେୟ ଅଧ୍ୟାୟ 12  
  • ହୋଶେୟ ଅଧ୍ୟାୟ 13  
  • ହୋଶେୟ ଅଧ୍ୟାୟ 14  
×

Alert

×

Oriya Letters Keypad References