ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

Notes

No Verse Added

ଆୟୁବ ପୁସ୍ତକ ଅଧ୍ୟାୟ 21

1. ଏଥିରେ ଆୟୁବ ଉତ୍ତର କରି କହିଲା, 2. ମନୋଯୋଗ କରି ମୋʼ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ଵନା ହେଉ । 3. ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ । 4. ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି? 5. ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ । 6. ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ । 7. ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି? 8. ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି । 9. ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ, କିଅବା ସେମାନଙ୍କ ଉପରେ ପରମେଶ୍ଵରଙ୍କର ଯଷ୍ଟି ନ ଥାଏ । 10. ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ । 11. ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି । 12. ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ଵନିରେ ଆନନ୍ଦ କରନ୍ତି । 13. ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇ ଯାʼନ୍ତି । 14. ତଥାପି ସେମାନେ ପରମେଶ୍ଵରଙ୍କୁ କହିଲେ, ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ । 15. ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବାଣ? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା? 16. ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼଠାରୁ ଦୂରରେ ଥାଏ । 17. କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ଵର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତିଣ? 18. ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି? 19. ତୁମ୍ଭେମାନେ କହୁଅଛ, ପରମେଶ୍ଵର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି । ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ । 20. ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ । 21. କାରଣ ମଧ୍ୟଭାଗରୁ ତାହାର ମାସସଂଖ୍ୟା କଟା ଗଲେ, ତାହାର ପଶ୍ଚାଦ୍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ? 22. ପରମେଶ୍ଵର ଊର୍ଦ୍ଧ୍ଵବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ? 23. କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ; 24. ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ । 25. ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ଵାଦ ପାଏ ନାହିଁ । 26. ଏମାନେ ଏକ ସମାନ ଧୂଳିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ । 27. ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଙ୍କଳ୍ପସବୁ ଜାଣେ । 28. କାରଣ ତୁମ୍ଭେମାନେ କହୁଅଛ, ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ଵୁ କାହିଁ? 29. ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ, 30. ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯାʼନ୍ତି? 31. ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ? ଓ କିଏ ତାହାର କୃତକର୍ମର ଫଳ ତାହାକୁ ଦେବ? 32. ତଥାପି ସେ କବରକୁ ବହାଯିବ ଓ କବର ଉପରେ ପ୍ରହରୀ ରହିବ । 33. ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍ ସମସ୍ତ ଲୋକ ଗମନ କରିବେ । 34. ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ଵନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ ।
1. ଏଥିରେ ଆୟୁବ ଉତ୍ତର କରି କହିଲା, .::. 2. ମନୋଯୋଗ କରି ମୋʼ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ଵନା ହେଉ । .::. 3. ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ । .::. 4. ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି? .::. 5. ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ । .::. 6. ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ । .::. 7. ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି? .::. 8. ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି । .::. 9. ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ, କିଅବା ସେମାନଙ୍କ ଉପରେ ପରମେଶ୍ଵରଙ୍କର ଯଷ୍ଟି ନ ଥାଏ । .::. 10. ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ । .::. 11. ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି । .::. 12. ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ଵନିରେ ଆନନ୍ଦ କରନ୍ତି । .::. 13. ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇ ଯାʼନ୍ତି । .::. 14. ତଥାପି ସେମାନେ ପରମେଶ୍ଵରଙ୍କୁ କହିଲେ, ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ । .::. 15. ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବାଣ? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା? .::. 16. ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼଠାରୁ ଦୂରରେ ଥାଏ । .::. 17. କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ଵର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତିଣ? .::. 18. ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି? .::. 19. ତୁମ୍ଭେମାନେ କହୁଅଛ, ପରମେଶ୍ଵର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି । ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ । .::. 20. ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ । .::. 21. କାରଣ ମଧ୍ୟଭାଗରୁ ତାହାର ମାସସଂଖ୍ୟା କଟା ଗଲେ, ତାହାର ପଶ୍ଚାଦ୍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ? .::. 22. ପରମେଶ୍ଵର ଊର୍ଦ୍ଧ୍ଵବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ? .::. 23. କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ; .::. 24. ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ । .::. 25. ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ଵାଦ ପାଏ ନାହିଁ । .::. 26. ଏମାନେ ଏକ ସମାନ ଧୂଳିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ । .::. 27. ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଙ୍କଳ୍ପସବୁ ଜାଣେ । .::. 28. କାରଣ ତୁମ୍ଭେମାନେ କହୁଅଛ, ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ଵୁ କାହିଁ? .::. 29. ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ, .::. 30. ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯାʼନ୍ତି? .::. 31. ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ? ଓ କିଏ ତାହାର କୃତକର୍ମର ଫଳ ତାହାକୁ ଦେବ? .::. 32. ତଥାପି ସେ କବରକୁ ବହାଯିବ ଓ କବର ଉପରେ ପ୍ରହରୀ ରହିବ । .::. 33. ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍ ସମସ୍ତ ଲୋକ ଗମନ କରିବେ । .::. 34. ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ଵନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
Common Bible Languages
West Indian Languages
×

Alert

×

oriya Letters Keypad References