ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ନାହୂମ

Notes

No Verse Added

ନାହୂମ ଅଧ୍ୟାୟ 1

1. ନୀନିବୀ ବିଷୟକ ଭାରୋକ୍ତି । ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ । 2. ସଦାପ୍ରଭୁ (ସ୍ଵଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ଵର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି । 3. ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି । 4. ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦନଦୀସକଳ ନିର୍ଜଳ କରନ୍ତି; ବାଶନ୍ ଓ କର୍ମିଲ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ । 5. ତାଙ୍କର ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ ଉଠିଯାଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ ଉଠିଯାʼନ୍ତି । 6. ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ତତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ଵାରା ଶୈଳସବୁ ବିଦୀର୍ଣ୍ଣ ହୁଏ । 7. ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି । 8. ମାତ୍ର ସେ ପ୍ଳାବନକାରୀ ବନ୍ୟା ଦ୍ଵାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ । 9. ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ଵିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ । 10. କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ । 11. ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି । 12. ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେ ବହି ଚାଲିଯିବ । ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ । 13. ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ତାଇ ଦେବା । 14. ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ । 15. ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେ ପାପାଧମ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବ ନାହିଁ; ସେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛି ।
1. ନୀନିବୀ ବିଷୟକ ଭାରୋକ୍ତି । ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ । .::. 2. ସଦାପ୍ରଭୁ (ସ୍ଵଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ଵର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି । .::. 3. ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି । .::. 4. ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦନଦୀସକଳ ନିର୍ଜଳ କରନ୍ତି; ବାଶନ୍ ଓ କର୍ମିଲ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ । .::. 5. ତାଙ୍କର ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ ଉଠିଯାଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ ଉଠିଯାʼନ୍ତି । .::. 6. ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ତତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ଵାରା ଶୈଳସବୁ ବିଦୀର୍ଣ୍ଣ ହୁଏ । .::. 7. ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି । .::. 8. ମାତ୍ର ସେ ପ୍ଳାବନକାରୀ ବନ୍ୟା ଦ୍ଵାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ । .::. 9. ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ଵିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ । .::. 10. କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ । .::. 11. ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି । .::. 12. ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେ ବହି ଚାଲିଯିବ । ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ । .::. 13. ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ତାଇ ଦେବା । .::. 14. ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ । .::. 15. ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେ ପାପାଧମ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବ ନାହିଁ; ସେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛି । .::.
  • ନାହୂମ ଅଧ୍ୟାୟ 1  
  • ନାହୂମ ଅଧ୍ୟାୟ 2  
  • ନାହୂମ ଅଧ୍ୟାୟ 3  
Common Bible Languages
West Indian Languages
×

Alert

×

oriya Letters Keypad References