ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 68

1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ । ପରମେଶ୍ଵର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ । 2. ଯେପରି ଧୂମ ଚାଳିତ ହୁଏ, ସେପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେପରି ପରମେଶ୍ଵରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ । 3. ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ଵରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ । 4. ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ଯାଃ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର । 5. ପରମେଶ୍ଵର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ବିଚାରକର୍ତ୍ତା ଅଟନ୍ତି । 6. ପରମେଶ୍ଵର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି । 7. ହେ ପରମେଶ୍ଵର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା 8. ପୃଥିବୀ କମ୍ପିଲା, ପରମେଶ୍ଵରଙ୍କ ସାକ୍ଷାତରେ ଆକାଶମଣ୍ତଳ ହିଁ ବିନ୍ଦୁପାତ କଲା; ସେହି ସୀନୟ ପରମେଶ୍ଵରଙ୍କର, ଇସ୍ରାଏଲର ପରମେଶ୍ଵରଙ୍କ ସାକ୍ଷାତରେ କମ୍ପିଲା । 9. ହେ ପରମେଶ୍ଵର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳା; ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ । 10. ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ଵର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀ-ମାନଙ୍କ ପାଇଁ ଆୟୋଜନ କଲ । 11. ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି । 12. ସୈନ୍ୟଶ୍ରେଣୀର ରାଜଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରଇ । 13. ଯେଉଁ କପୋତର ହରିତ୍ ସୁବର୍ଣ୍ଣ-ମଣ୍ତିତ ଡେଣା, ତାହାର ରୌପ୍ୟ-ମଣ୍ତିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ? 14. ସଲ୍ମୋନାରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା । 15. ବାଶନ୍ର ପର୍ବତ ପରମେଶ୍ଵରଙ୍କ ପର୍ବତ; ବାଶନ୍ର ପର୍ବତ ଏକ ଉଚ୍ଚ ପର୍ବତ । 16. ହେ ଉଚ୍ଚ ପର୍ବତଗଣ, ପରମେଶ୍ଵର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ । 17. ପରମେଶ୍ଵରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ରସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି । 18. ତୁମ୍ଭେ ଊର୍ଦ୍ଧ୍ଵରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ଵର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ । 19. ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ଵର ଆମ୍ଭମାନଙ୍କର ପରିତ୍ରାଣ । [ସେଲା 20. ପରମେଶ୍ଵର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ଵର ଅଟନ୍ତି ଓ ମୃତ୍ୟୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ । 21. ମାତ୍ର ପରମେଶ୍ଵର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ । 22. ପ୍ରଭୁ କହିଲେ, ଆମ୍ଭେ ବାଶନ୍ରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା; 23. ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ଵା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ । 24. ହେ ପରମେଶ୍ଵର, ଲୋକମାନେ ତୁମ୍ଭର ଗତି, ଅର୍ଥାତ୍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ଵର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି । 25. ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ ଗାୟକମାନେ ଆଗେ ଆଗେ, ବାଦ୍ୟକରମାନେ ପଛେ ପଛେ ଗମନ କଲେ । 26. ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ଵରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ପ୍ରଭୁଙ୍କର ଧନ୍ୟବାଦ କର । 27. କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନ୍ର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି । 28. ତୁମ୍ଭ ପରମେଶ୍ଵର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଯାହା ସାଧନ କରିଅଛ, ତାହା ସବଳ କର । 29. ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ । 30. ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ତସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି । 31. ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ଵରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ । 32. ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; [ସେଲା 33. ଯେ ଆଦିକାଳୀନ ଉଚ୍ଚତମ ସ୍ଵର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ (ଗାନ କରନ୍ତ) ଗୀତ. ୧୮:୧୦ ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି । 34. ତୁମ୍ଭେମାନେ ପରମେଶ୍ଵରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶ-ମଣ୍ତଳରେ ରହିଅଛି । 35. ହେ ପରମେଶ୍ଵର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ଵର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି । ପରମେଶ୍ଵର ଧନ୍ୟ ହେଉନ୍ତୁ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ । ପରମେଶ୍ଵର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ । .::. 2. ଯେପରି ଧୂମ ଚାଳିତ ହୁଏ, ସେପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେପରି ପରମେଶ୍ଵରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ । .::. 3. ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ଵରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ । .::. 4. ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ଯାଃ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର । .::. 5. ପରମେଶ୍ଵର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ବିଚାରକର୍ତ୍ତା ଅଟନ୍ତି । .::. 6. ପରମେଶ୍ଵର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି । .::. 7. ହେ ପରମେଶ୍ଵର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା .::. 8. ପୃଥିବୀ କମ୍ପିଲା, ପରମେଶ୍ଵରଙ୍କ ସାକ୍ଷାତରେ ଆକାଶମଣ୍ତଳ ହିଁ ବିନ୍ଦୁପାତ କଲା; ସେହି ସୀନୟ ପରମେଶ୍ଵରଙ୍କର, ଇସ୍ରାଏଲର ପରମେଶ୍ଵରଙ୍କ ସାକ୍ଷାତରେ କମ୍ପିଲା । .::. 9. ହେ ପରମେଶ୍ଵର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳା; ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ । .::. 10. ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ଵର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀ-ମାନଙ୍କ ପାଇଁ ଆୟୋଜନ କଲ । .::. 11. ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି । .::. 12. ସୈନ୍ୟଶ୍ରେଣୀର ରାଜଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରଇ । .::. 13. ଯେଉଁ କପୋତର ହରିତ୍ ସୁବର୍ଣ୍ଣ-ମଣ୍ତିତ ଡେଣା, ତାହାର ରୌପ୍ୟ-ମଣ୍ତିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ? .::. 14. ସଲ୍ମୋନାରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା । .::. 15. ବାଶନ୍ର ପର୍ବତ ପରମେଶ୍ଵରଙ୍କ ପର୍ବତ; ବାଶନ୍ର ପର୍ବତ ଏକ ଉଚ୍ଚ ପର୍ବତ । .::. 16. ହେ ଉଚ୍ଚ ପର୍ବତଗଣ, ପରମେଶ୍ଵର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ । .::. 17. ପରମେଶ୍ଵରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ରସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି । .::. 18. ତୁମ୍ଭେ ଊର୍ଦ୍ଧ୍ଵରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ଵର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ । .::. 19. ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ଵର ଆମ୍ଭମାନଙ୍କର ପରିତ୍ରାଣ । [ସେଲା .::. 20. ପରମେଶ୍ଵର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ଵର ଅଟନ୍ତି ଓ ମୃତ୍ୟୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ । .::. 21. ମାତ୍ର ପରମେଶ୍ଵର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ । .::. 22. ପ୍ରଭୁ କହିଲେ, ଆମ୍ଭେ ବାଶନ୍ରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା; .::. 23. ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ଵା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ । .::. 24. ହେ ପରମେଶ୍ଵର, ଲୋକମାନେ ତୁମ୍ଭର ଗତି, ଅର୍ଥାତ୍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ଵର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି । .::. 25. ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ ଗାୟକମାନେ ଆଗେ ଆଗେ, ବାଦ୍ୟକରମାନେ ପଛେ ପଛେ ଗମନ କଲେ । .::. 26. ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ଵରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ପ୍ରଭୁଙ୍କର ଧନ୍ୟବାଦ କର । .::. 27. କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନ୍ର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି । .::. 28. ତୁମ୍ଭ ପରମେଶ୍ଵର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଯାହା ସାଧନ କରିଅଛ, ତାହା ସବଳ କର । .::. 29. ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ । .::. 30. ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ତସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି । .::. 31. ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ଵରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ । .::. 32. ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; [ସେଲା .::. 33. ଯେ ଆଦିକାଳୀନ ଉଚ୍ଚତମ ସ୍ଵର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ (ଗାନ କରନ୍ତ) ଗୀତ. ୧୮:୧୦ ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି । .::. 34. ତୁମ୍ଭେମାନେ ପରମେଶ୍ଵରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶ-ମଣ୍ତଳରେ ରହିଅଛି । .::. 35. ହେ ପରମେଶ୍ଵର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ଵର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି । ପରମେଶ୍ଵର ଧନ୍ୟ ହେଉନ୍ତୁ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References