ଓଡିଆ ବାଇବଲ |
LXXRP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯୋହନଙ୍କ ପ୍ରଥମ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
2
1
2
3
4
5
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
ରେକର୍ଡଗୁଡିକ
ଯୋହନଙ୍କ ପ୍ରଥମ ପତ୍ର 2:0 (07 02 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 2
1
ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି । କିନ୍ତୁ କେହି ଯଦି ପାପ କରେ, ତାହା- ହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେହି ଧାର୍ମିକ ଯୀଶୁ ଖ୍ରୀଷ୍ଟ ।
2
ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ଵରୂପ ଅଟନ୍ତି ।
3
ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ଦ୍ଵାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ ।
4
ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;
5
କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ଵରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ ।
6
ଯେ ତାହାଙ୍କଠାରେ ରହେ ବୋଲି କହେ, ତାହାର ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ ।
7
ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା ।ପ୍ର.ଯୋହ. ୩:୧୧; ଦ୍ଵି.ଯୋହ. ୧:୫ ପ୍ର.ଯୋହ. ୪:୨୧
8
ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ । କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି ।
9
ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି ।
10
ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ ।
11
କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି ଅନ୍ଧକାରରେ ଭ୍ରମଣ କରି କେଉଁ ଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି ।
12
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି ।
13
ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ ।
14
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ । ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି ଈଶ୍ଵରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ ।
15
ସଂସାର କିଅବା ସେଥିରେ ଥିବା ବିଷୟସବୁକୁ ପ୍ରେମ ନ କର । କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
16
କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହିସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ ।
17
ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ଵରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ ।
18
ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଖ୍ରୀଷ୍ଟାରି ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଖ୍ରୀଷ୍ଟାରି ଉଠିଲେଣି; ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ ।
19
ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ ।
20
ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ ।
21
ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି ।
22
ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଖ୍ରୀଷ୍ଟାରି ।
23
ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ ହୋଇ ନାହିଁ; ଯେ ପୁତ୍ରଙ୍କୁ ସ୍ଵୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ ହୋଇଅଛି ।
24
ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ । ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ ।
25
ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନ; ଜୀବନ ।
26
ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ଵନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହିସମସ୍ତ ଲେଖିଲି ।
27
କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ ।
28
ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା ।
29
ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେକେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ,, ଏହା ମଧ୍ୟ ଜାଣ ।
ଯୋହନଙ୍କ ପ୍ରଥମ ପତ୍ର 2
1. ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି । କିନ୍ତୁ କେହି ଯଦି ପାପ କରେ, ତାହା- ହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେହି ଧାର୍ମିକ ଯୀଶୁ ଖ୍ରୀଷ୍ଟ । 2. ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ଵରୂପ ଅଟନ୍ତି । 3. ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ଦ୍ଵାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ । 4. ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ; 5. କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ଵରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ । 6. ଯେ ତାହାଙ୍କଠାରେ ରହେ ବୋଲି କହେ, ତାହାର ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ । 7. ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା ।ପ୍ର.ଯୋହ. ୩:୧୧; ଦ୍ଵି.ଯୋହ. ୧:୫ ପ୍ର.ଯୋହ. ୪:୨୧ 8. ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ । କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି । 9. ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି । 10. ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ । 11. କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି ଅନ୍ଧକାରରେ ଭ୍ରମଣ କରି କେଉଁ ଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି । 12. ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି । 13. ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ । 14. ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ । ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି ଈଶ୍ଵରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ । 15. ସଂସାର କିଅବା ସେଥିରେ ଥିବା ବିଷୟସବୁକୁ ପ୍ରେମ ନ କର । କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; 16. କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହିସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ । 17. ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ଵରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ । 18. ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଖ୍ରୀଷ୍ଟାରି ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଖ୍ରୀଷ୍ଟାରି ଉଠିଲେଣି; ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ । 19. ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ । 20. ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ । 21. ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି । 22. ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଖ୍ରୀଷ୍ଟାରି । 23. ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ ହୋଇ ନାହିଁ; ଯେ ପୁତ୍ରଙ୍କୁ ସ୍ଵୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ ହୋଇଅଛି । 24. ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ । ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ । 25. ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନ; ଜୀବନ । 26. ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ଵନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହିସମସ୍ତ ଲେଖିଲି । 27. କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ । 28. ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା । 29. ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେକେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ,, ଏହା ମଧ୍ୟ ଜାଣ ।
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 1
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 2
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 3
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 4
ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References