ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆମୋଷ

ରେକର୍ଡଗୁଡିକ

ଆମୋଷ ଅଧ୍ୟାୟ 4

1 ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ଆଣ, ଆମ୍ଭେମାନେ ପାନ କରିବା । 2 ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବଡ଼ଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ । 3 ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ, ଏହା ସଦାପ୍ରଭୁ କହନ୍ତି । 4 ତୁମ୍ଭେମାନେ ବୈଥେଲକୁ ଯାଇ ଅପରାଧ କର; ଗିଲ୍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର; 5 ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ିମିଶ୍ରତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 6 ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । 7 ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଖଣ୍ତେ (କ୍ଷେତ୍ରରେ) ବୃଷ୍ଟି ହେଲା ଓ ଯେଉଁ ଖଣ୍ତକରେ ବୃଷ୍ଟି ନୋହିଲା, ତାହା ଶୁଷ୍କ ହେଲା । 8 ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ନୋହିଲେ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । 9 ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ଵାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୁକକୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର ଓ ଡିମିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । 10 ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ଼୍‍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ଵଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି-ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁଣ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । 11 ପରମେଶ୍ଵର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟା ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । 12 ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏହିହେତୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ଵରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ । 13 କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି ଓ ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି; ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ତାହାଙ୍କର ନାମ ।
1 ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ଆଣ, ଆମ୍ଭେମାନେ ପାନ କରିବା । .::. 2 ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବଡ଼ଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ । .::. 3 ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ, ଏହା ସଦାପ୍ରଭୁ କହନ୍ତି । .::. 4 ତୁମ୍ଭେମାନେ ବୈଥେଲକୁ ଯାଇ ଅପରାଧ କର; ଗିଲ୍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର; .::. 5 ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ିମିଶ୍ରତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । .::. 6 ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । .::. 7 ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଖଣ୍ତେ (କ୍ଷେତ୍ରରେ) ବୃଷ୍ଟି ହେଲା ଓ ଯେଉଁ ଖଣ୍ତକରେ ବୃଷ୍ଟି ନୋହିଲା, ତାହା ଶୁଷ୍କ ହେଲା । .::. 8 ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ନୋହିଲେ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । .::. 9 ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ଵାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୁକକୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର ଓ ଡିମିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । .::. 10 ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ଼୍‍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ଵଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି-ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁଣ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । .::. 11 ପରମେଶ୍ଵର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟା ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । .::. 12 ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏହିହେତୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ଵରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ । .::. 13 କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି ଓ ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି; ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ତାହାଙ୍କର ନାମ । .::.
  • ଆମୋଷ ଅଧ୍ୟାୟ 1  
  • ଆମୋଷ ଅଧ୍ୟାୟ 2  
  • ଆମୋଷ ଅଧ୍ୟାୟ 3  
  • ଆମୋଷ ଅଧ୍ୟାୟ 4  
  • ଆମୋଷ ଅଧ୍ୟାୟ 5  
  • ଆମୋଷ ଅଧ୍ୟାୟ 6  
  • ଆମୋଷ ଅଧ୍ୟାୟ 7  
  • ଆମୋଷ ଅଧ୍ୟାୟ 8  
  • ଆମୋଷ ଅଧ୍ୟାୟ 9  
×

Alert

×

Oriya Letters Keypad References