ଓଡିଆ ବାଇବଲ |
LXXRP
ORV
IRVOR
ଯାତ୍ରା ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
9
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
:
ରେକର୍ଡଗୁଡିକ
ନିହିମିୟା 13:15 (11 08 pm)
ଯିହିଜିକଲ 8:0 (11 08 pm)
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:22 (11 08 pm)
ଯାତ୍ରା ପୁସ୍ତକ 9:0 (11 08 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯାତ୍ରା ପୁସ୍ତକ ଅଧ୍ୟାୟ 9
1
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଇ ତାହାକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁତୁମ୍ଭେ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ ।
2
ମାତ୍ର ଯେବେ ସେମାନଙ୍କୁ ଛାଡ଼ିଦେବା ପାଇଁ ନାସ୍ତି କରିଏବେ ମଧ୍ୟ ବାଧା ଦେବ,
3
ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଟକ, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ ।
4
ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ-ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ ।
5
ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, କାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ ।
6
ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ-ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ ।
7
ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ । ତଥାପି ଫାରୋଙ୍କ ହୃଦୟ ଭାରୀ ହେଲା ଓ ସେ ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ।
8
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚିଦେଉ ।
9
ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ ।
10
ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଛିଡ଼ା ହେଲେ; ପୁଣି ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା ।
11
ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେମୋଶାଙ୍କ ସାକ୍ଷାତରେ ଛିଡ଼ା ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା ।
12
ଅନନ୍ତର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ ।
13
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଛିଡ଼ା ହୋଇ ତାହାକୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ;
14
ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହିଁ, ଏହା ତୁମ୍ଭେ ଜ୍ଞାତ ହେବ ।
15
କାରଣ ଏତେବେଳକୁ ଆମ୍ଭେ ଆପଣା ହସ୍ତ ବିସ୍ତାର କରିମହାମାରୀ ଦ୍ଵାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;
16
ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ ।
17
ଏବେ ହେଁ ତୁମ୍ଭେ କି ଆମ୍ଭ ଲୋକମାନଙ୍କୁ ଛାଡ଼ି ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?
18
ଦେଖ, ଆମ୍ଭେ କାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ ।
19
ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ଵାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ ।
20
ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।
21
ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା ।
22
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳା ବୃଷ୍ଟି ହେବ।
23
ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ ।
24
ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା ।
25
ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ଵାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳା ବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା ।
26
କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ ।
27
ଅନନ୍ତର ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ଆମ୍ଭେ ପାପ କଲୁ; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ।
28
ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ଵରକୃତ ଗର୍ଜ୍ଜନ ଓ ଶିଳା ବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଛାଡ଼ି ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ଵ ହେବ ନାହିଁ ।
29
ସେତେବେଳେ ମୋଶା ତାଙ୍କୁ କହିଲେ, ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣା ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ ।
30
ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଅଦ୍ୟାପି ସଦାପ୍ରଭୁ ପରମେଶ୍ଵରଙ୍କୁ ଭୟ କରୁ ନାହାନ୍ତି ।
31
ସେ ସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
32
ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ ।
33
ଅନନ୍ତର ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ ।
34
ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ ଭାରୀ କଲେ ।
35
ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ଵାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନମାନଙ୍କୁ ଛାଡ଼ି ଦେଲେ ନାହିଁ ।
ଯାତ୍ରା ପୁସ୍ତକ 9
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଇ ତାହାକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁତୁମ୍ଭେ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ । 2. ମାତ୍ର ଯେବେ ସେମାନଙ୍କୁ ଛାଡ଼ିଦେବା ପାଇଁ ନାସ୍ତି କରିଏବେ ମଧ୍ୟ ବାଧା ଦେବ, 3. ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଟକ, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ । 4. ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ-ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ । 5. ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, କାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ । 6. ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ-ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ । 7. ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ । ତଥାପି ଫାରୋଙ୍କ ହୃଦୟ ଭାରୀ ହେଲା ଓ ସେ ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ । 8. ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚିଦେଉ । 9. ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ । 10. ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଛିଡ଼ା ହେଲେ; ପୁଣି ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା । 11. ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେମୋଶାଙ୍କ ସାକ୍ଷାତରେ ଛିଡ଼ା ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା । 12. ଅନନ୍ତର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ । 13. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଛିଡ଼ା ହୋଇ ତାହାକୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ; 14. ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହିଁ, ଏହା ତୁମ୍ଭେ ଜ୍ଞାତ ହେବ । 15. କାରଣ ଏତେବେଳକୁ ଆମ୍ଭେ ଆପଣା ହସ୍ତ ବିସ୍ତାର କରିମହାମାରୀ ଦ୍ଵାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି; 16. ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ । 17. ଏବେ ହେଁ ତୁମ୍ଭେ କି ଆମ୍ଭ ଲୋକମାନଙ୍କୁ ଛାଡ଼ି ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ? 18. ଦେଖ, ଆମ୍ଭେ କାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ । 19. ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ଵାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ । 20. ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା। 21. ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା । 22. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳା ବୃଷ୍ଟି ହେବ। 23. ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ । 24. ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା । 25. ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ଵାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳା ବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା । 26. କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ । 27. ଅନନ୍ତର ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ଆମ୍ଭେ ପାପ କଲୁ; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ । 28. ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ଵରକୃତ ଗର୍ଜ୍ଜନ ଓ ଶିଳା ବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଛାଡ଼ି ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ଵ ହେବ ନାହିଁ । 29. ସେତେବେଳେ ମୋଶା ତାଙ୍କୁ କହିଲେ, ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣା ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ । 30. ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଅଦ୍ୟାପି ସଦାପ୍ରଭୁ ପରମେଶ୍ଵରଙ୍କୁ ଭୟ କରୁ ନାହାନ୍ତି । 31. ସେ ସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା। 32. ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ । 33. ଅନନ୍ତର ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ । 34. ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ ଭାରୀ କଲେ । 35. ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ଵାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନମାନଙ୍କୁ ଛାଡ଼ି ଦେଲେ ନାହିଁ ।
ଯାତ୍ରା ପୁସ୍ତକ ଅଧ୍ୟାୟ 1
ଯାତ୍ରା ପୁସ୍ତକ ଅଧ୍ୟାୟ 2
ଯାତ୍ରା ପୁସ୍ତକ ଅଧ୍ୟାୟ 3
ଯାତ୍ରା ପୁସ୍ତକ ଅଧ୍ୟାୟ 4
ଯାତ୍ରା ପୁସ୍ତକ ଅଧ୍ୟାୟ 5
ଯାତ୍ରା ପୁସ୍ତକ ଅଧ୍ୟାୟ 6
ଯାତ୍ରା ପୁସ୍ତକ ଅଧ୍ୟାୟ 7
ଯାତ୍ରା ପୁସ୍ତକ ଅଧ୍ୟାୟ 8
ଯାତ୍ରା ପୁସ୍ତକ ଅଧ୍ୟାୟ 9
ଯାତ୍ରା ପୁସ୍ତକ ଅଧ୍ୟାୟ 10
ଯାତ୍ରା ପୁସ୍ତକ ଅଧ୍ୟାୟ 11
ଯାତ୍ରା ପୁସ୍ତକ ଅଧ୍ୟାୟ 12
ଯାତ୍ରା ପୁସ୍ତକ ଅଧ୍ୟାୟ 13
ଯାତ୍ରା ପୁସ୍ତକ ଅଧ୍ୟାୟ 14
ଯାତ୍ରା ପୁସ୍ତକ ଅଧ୍ୟାୟ 15
ଯାତ୍ରା ପୁସ୍ତକ ଅଧ୍ୟାୟ 16
ଯାତ୍ରା ପୁସ୍ତକ ଅଧ୍ୟାୟ 17
ଯାତ୍ରା ପୁସ୍ତକ ଅଧ୍ୟାୟ 18
ଯାତ୍ରା ପୁସ୍ତକ ଅଧ୍ୟାୟ 19
ଯାତ୍ରା ପୁସ୍ତକ ଅଧ୍ୟାୟ 20
ଯାତ୍ରା ପୁସ୍ତକ ଅଧ୍ୟାୟ 21
ଯାତ୍ରା ପୁସ୍ତକ ଅଧ୍ୟାୟ 22
ଯାତ୍ରା ପୁସ୍ତକ ଅଧ୍ୟାୟ 23
ଯାତ୍ରା ପୁସ୍ତକ ଅଧ୍ୟାୟ 24
ଯାତ୍ରା ପୁସ୍ତକ ଅଧ୍ୟାୟ 25
ଯାତ୍ରା ପୁସ୍ତକ ଅଧ୍ୟାୟ 26
ଯାତ୍ରା ପୁସ୍ତକ ଅଧ୍ୟାୟ 27
ଯାତ୍ରା ପୁସ୍ତକ ଅଧ୍ୟାୟ 28
ଯାତ୍ରା ପୁସ୍ତକ ଅଧ୍ୟାୟ 29
ଯାତ୍ରା ପୁସ୍ତକ ଅଧ୍ୟାୟ 30
ଯାତ୍ରା ପୁସ୍ତକ ଅଧ୍ୟାୟ 31
ଯାତ୍ରା ପୁସ୍ତକ ଅଧ୍ୟାୟ 32
ଯାତ୍ରା ପୁସ୍ତକ ଅଧ୍ୟାୟ 33
ଯାତ୍ରା ପୁସ୍ତକ ଅଧ୍ୟାୟ 34
ଯାତ୍ରା ପୁସ୍ତକ ଅଧ୍ୟାୟ 35
ଯାତ୍ରା ପୁସ୍ତକ ଅଧ୍ୟାୟ 36
ଯାତ୍ରା ପୁସ୍ତକ ଅଧ୍ୟାୟ 37
ଯାତ୍ରା ପୁସ୍ତକ ଅଧ୍ୟାୟ 38
ଯାତ୍ରା ପୁସ୍ତକ ଅଧ୍ୟାୟ 39
ଯାତ୍ରା ପୁସ୍ତକ ଅଧ୍ୟାୟ 40
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References