ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଦିତୀୟ ବଂଶାବଳୀ

ଦିତୀୟ ବଂଶାବଳୀ ଅଧ୍ୟାୟ 8

1 ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ । 2 ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେ ଯେ ନଗର ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ । 3 ଅନନ୍ତର ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ । 4 ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ରେ ଭଣ୍ତାର-ନଗରସବୁ ନିର୍ମାଣ କଲେ । 5 ଆହୁରି ସେ ଉପରିସ୍ଥ ବୈଥୋରୋଣ ଓ ନୀଚସ୍ଥ ବୈଥୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ଵାର ଓ ଅର୍ଗଳ ସମେତ ନିର୍ମାଣ କଲେ; 6 ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ତାର-ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ଵାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନ୍ରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ । 7 ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ, 8 ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠି-କର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ । 9 ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ଵାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ । 10 ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ । 11 ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେ ଯେ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର । 12 ତହୁ ଶଲୋମନ ବରଣ୍ତା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ; 13 ସେ ମୋଶାଙ୍କର ଆଜ୍ଞାପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୋଟୀର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ଵୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ । 14 ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ଵାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ଵାରରେ ନିଯୁକ୍ତ କଲେ; କାରଣ ପରମେଶ୍ଵରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ । 15 ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ତାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ । 16 ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା । ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା । 17 ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସୀୟୋନ-ଗେବରକୁ ଓ ଏଲତକୁ ଗଲେ । 18 ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀର୍କୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳ; ସୁନା ଆଣିଲେ ।
1. ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ । 2. ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେ ଯେ ନଗର ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ । 3. ଅନନ୍ତର ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ । 4. ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ରେ ଭଣ୍ତାର-ନଗରସବୁ ନିର୍ମାଣ କଲେ । 5. ଆହୁରି ସେ ଉପରିସ୍ଥ ବୈଥୋରୋଣ ଓ ନୀଚସ୍ଥ ବୈଥୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ଵାର ଓ ଅର୍ଗଳ ସମେତ ନିର୍ମାଣ କଲେ; 6. ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ତାର-ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ଵାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନ୍ରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ । 7. ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ, 8. ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠି-କର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ । 9. ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ଵାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ । 10. ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ । 11. ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେ ଯେ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର । 12. ତହୁ ଶଲୋମନ ବରଣ୍ତା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ; 13. ସେ ମୋଶାଙ୍କର ଆଜ୍ଞାପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୋଟୀର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ଵୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ । 14. ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ଵାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ଵାରରେ ନିଯୁକ୍ତ କଲେ; କାରଣ ପରମେଶ୍ଵରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ । 15. ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ତାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ । 16. ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା । ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା । 17. ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସୀୟୋନ-ଗେବରକୁ ଓ ଏଲତକୁ ଗଲେ । 18. ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀର୍କୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳ; ସୁନା ଆଣିଲେ ।
  • ଦିତୀୟ ବଂଶାବଳୀ ଅଧ୍ୟାୟ 1  
  • ଦିତୀୟ ବଂଶାବଳୀ ଅଧ୍ୟାୟ 2  
  • ଦିତୀୟ ବଂଶାବଳୀ ଅଧ୍ୟାୟ 3  
  • ଦିତୀୟ ବଂଶାବଳୀ ଅଧ୍ୟାୟ 4  
  • ଦିତୀୟ ବଂଶାବଳୀ ଅଧ୍ୟାୟ 5  
  • ଦିତୀୟ ବଂଶାବଳୀ ଅଧ୍ୟାୟ 6  
  • ଦିତୀୟ ବଂଶାବଳୀ ଅଧ୍ୟାୟ 7  
  • ଦିତୀୟ ବଂଶାବଳୀ ଅଧ୍ୟାୟ 8  
  • ଦିତୀୟ ବଂଶାବଳୀ ଅଧ୍ୟାୟ 9  
  • ଦିତୀୟ ବଂଶାବଳୀ ଅଧ୍ୟାୟ 10  
  • ଦିତୀୟ ବଂଶାବଳୀ ଅଧ୍ୟାୟ 11  
  • ଦିତୀୟ ବଂଶାବଳୀ ଅଧ୍ୟାୟ 12  
  • ଦିତୀୟ ବଂଶାବଳୀ ଅଧ୍ୟାୟ 13  
  • ଦିତୀୟ ବଂଶାବଳୀ ଅଧ୍ୟାୟ 14  
  • ଦିତୀୟ ବଂଶାବଳୀ ଅଧ୍ୟାୟ 15  
  • ଦିତୀୟ ବଂଶାବଳୀ ଅଧ୍ୟାୟ 16  
  • ଦିତୀୟ ବଂଶାବଳୀ ଅଧ୍ୟାୟ 17  
  • ଦିତୀୟ ବଂଶାବଳୀ ଅଧ୍ୟାୟ 18  
  • ଦିତୀୟ ବଂଶାବଳୀ ଅଧ୍ୟାୟ 19  
  • ଦିତୀୟ ବଂଶାବଳୀ ଅଧ୍ୟାୟ 20  
  • ଦିତୀୟ ବଂଶାବଳୀ ଅଧ୍ୟାୟ 21  
  • ଦିତୀୟ ବଂଶାବଳୀ ଅଧ୍ୟାୟ 22  
  • ଦିତୀୟ ବଂଶାବଳୀ ଅଧ୍ୟାୟ 23  
  • ଦିତୀୟ ବଂଶାବଳୀ ଅଧ୍ୟାୟ 24  
  • ଦିତୀୟ ବଂଶାବଳୀ ଅଧ୍ୟାୟ 25  
  • ଦିତୀୟ ବଂଶାବଳୀ ଅଧ୍ୟାୟ 26  
  • ଦିତୀୟ ବଂଶାବଳୀ ଅଧ୍ୟାୟ 27  
  • ଦିତୀୟ ବଂଶାବଳୀ ଅଧ୍ୟାୟ 28  
  • ଦିତୀୟ ବଂଶାବଳୀ ଅଧ୍ୟାୟ 29  
  • ଦିତୀୟ ବଂଶାବଳୀ ଅଧ୍ୟାୟ 30  
  • ଦିତୀୟ ବଂଶାବଳୀ ଅଧ୍ୟାୟ 31  
  • ଦିତୀୟ ବଂଶାବଳୀ ଅଧ୍ୟାୟ 32  
  • ଦିତୀୟ ବଂଶାବଳୀ ଅଧ୍ୟାୟ 33  
  • ଦିତୀୟ ବଂଶାବଳୀ ଅଧ୍ୟାୟ 34  
  • ଦିତୀୟ ବଂଶାବଳୀ ଅଧ୍ୟାୟ 35  
  • ଦିତୀୟ ବଂଶାବଳୀ ଅଧ୍ୟାୟ 36  
×

Alert

×

Oriya Letters Keypad References