ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏଷ୍ଟର ବିବରଣ

ଏଷ୍ଟର ବିବରଣ ଅଧ୍ୟାୟ 5

1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲା; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ଵାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲା । 2 ଏଥିରେ ରାଜା ଏଷ୍ଟର ରାଣୀକି ପ୍ରାଙ୍ଗଣରେ ଠିଆ ହେବାର ଦେଖିଲା, ପୁଣି ଏଷ୍ଟର ରାଜାର ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ତ ବଢ଼ାଇଲା; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ତର ଅଗ୍ରଭାଗ ଛୁଇଁଲା । 3 ପୁଣି, ରାଜା ତାହାକୁ ପଚାରିଲା, ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା? ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ । 4 ଏଷ୍ଟର ଉତ୍ତର କଲା, ଯେବେ ମହାରାଜଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜକୁ ଆଗମନ କରନ୍ତୁ । 5 ଏଥିରେ ରାଜା କହିଲା, ଏଷ୍ଟରର କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍କୁ କୁହ; ଅନନ୍ତର ରାଜା ଓ ହାମନ୍ ଏଷ୍ଟରର ପ୍ରସ୍ତୁତ ଭୋଜକୁ ଆସିଲେ । 6 ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରକୁ କହିଲା, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ । 7 ତହିଁରେ ଏଷ୍ଟର ଉତ୍ତର ଦେଲା, ମୋହର ନିବେଦନ ଓ ପ୍ରାର୍ଥନା ଏହି; 8 ମୁଁ ଯେବେ ମହାରାଜଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜଙ୍କ ଆଜ୍ଞାନୁସାରେ କହିବି । 9 ତହିଁରେ ସେହିଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ଵାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟକୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା । 10 ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲା । 11 ଆଉ, ହାମନ୍ ଆପଣା ଧନ ଓ ଐଶ୍ଵର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିରୂପେ ତାହାକୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା । 12 ହାମନ୍ ଆହୁରି କହିଲା, ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ଵାରା ନିମନ୍ତ୍ରିତ ହୋଇଅଛି । 13 ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟକୁ ରାଜଦ୍ଵାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ । 14 ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାକୁ କହିଲେ, ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟକୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରୁ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ । ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲା ।
1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲା; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ଵାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲା । .::. 2 ଏଥିରେ ରାଜା ଏଷ୍ଟର ରାଣୀକି ପ୍ରାଙ୍ଗଣରେ ଠିଆ ହେବାର ଦେଖିଲା, ପୁଣି ଏଷ୍ଟର ରାଜାର ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ତ ବଢ଼ାଇଲା; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ତର ଅଗ୍ରଭାଗ ଛୁଇଁଲା । .::. 3 ପୁଣି, ରାଜା ତାହାକୁ ପଚାରିଲା, ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା? ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ । .::. 4 ଏଷ୍ଟର ଉତ୍ତର କଲା, ଯେବେ ମହାରାଜଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜକୁ ଆଗମନ କରନ୍ତୁ । .::. 5 ଏଥିରେ ରାଜା କହିଲା, ଏଷ୍ଟରର କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍କୁ କୁହ; ଅନନ୍ତର ରାଜା ଓ ହାମନ୍ ଏଷ୍ଟରର ପ୍ରସ୍ତୁତ ଭୋଜକୁ ଆସିଲେ । .::. 6 ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରକୁ କହିଲା, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ । .::. 7 ତହିଁରେ ଏଷ୍ଟର ଉତ୍ତର ଦେଲା, ମୋହର ନିବେଦନ ଓ ପ୍ରାର୍ଥନା ଏହି; .::. 8 ମୁଁ ଯେବେ ମହାରାଜଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜଙ୍କ ଆଜ୍ଞାନୁସାରେ କହିବି । .::. 9 ତହିଁରେ ସେହିଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ଵାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟକୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା । .::. 10 ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲା । .::. 11 ଆଉ, ହାମନ୍ ଆପଣା ଧନ ଓ ଐଶ୍ଵର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିରୂପେ ତାହାକୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା । .::. 12 ହାମନ୍ ଆହୁରି କହିଲା, ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ଵାରା ନିମନ୍ତ୍ରିତ ହୋଇଅଛି । .::. 13 ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟକୁ ରାଜଦ୍ଵାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ । .::. 14 ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାକୁ କହିଲେ, ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟକୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରୁ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ । ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲା । .::.
  • ଏଷ୍ଟର ବିବରଣ ଅଧ୍ୟାୟ 1  
  • ଏଷ୍ଟର ବିବରଣ ଅଧ୍ୟାୟ 2  
  • ଏଷ୍ଟର ବିବରଣ ଅଧ୍ୟାୟ 3  
  • ଏଷ୍ଟର ବିବରଣ ଅଧ୍ୟାୟ 4  
  • ଏଷ୍ଟର ବିବରଣ ଅଧ୍ୟାୟ 5  
  • ଏଷ୍ଟର ବିବରଣ ଅଧ୍ୟାୟ 6  
  • ଏଷ୍ଟର ବିବରଣ ଅଧ୍ୟାୟ 7  
  • ଏଷ୍ଟର ବିବରଣ ଅଧ୍ୟାୟ 8  
  • ଏଷ୍ଟର ବିବରଣ ଅଧ୍ୟାୟ 9  
  • ଏଷ୍ଟର ବିବରଣ ଅଧ୍ୟାୟ 10  
×

Alert

×

Oriya Letters Keypad References