ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 6

1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ । 2 ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ । 3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ । 4 କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ଵାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ; 5 କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ । 6 କିନ୍ତୁ ଯେ ଈଶ୍ଵରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ । 7 ଭ୍ରାନ୍ତ ନ ହୁଅ; ଈଶ୍ଵର ବିଦ୍ରୂପର ପାତ୍ର ନୁହନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ । 8 ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନ; ଜୀବନରୂପ ଶସ୍ୟ କାଟିବ । 9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ ଶ୍ରା; ନ ହେଉ; କାରଣ କ୍ଳା; ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା । 10 ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ଵାସୀ ସମସ୍ତଙ୍କର ମଙ୍ଗଳ କରୁ । 11 ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି । 12 ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ଵାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି । 13 କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ଵନ୍ଧରେ ଗର୍ବ କରି ପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି । 14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ଵାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି । 15 କାରଣ ସୁନ୍ନତ କିମ୍ଵା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର । 16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ଵରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ । 17 ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି । 18 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍ ।
1. ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ । 2. ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ । 3. ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ । 4. କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ଵାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ; 5. କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ । 6. କିନ୍ତୁ ଯେ ଈଶ୍ଵରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ । 7. ଭ୍ରାନ୍ତ ନ ହୁଅ; ଈଶ୍ଵର ବିଦ୍ରୂପର ପାତ୍ର ନୁହନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ । 8. ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନ; ଜୀବନରୂପ ଶସ୍ୟ କାଟିବ । 9. ଆମ୍ଭେମାନେ ଉତ୍ତମ କର୍ମ କରିବାରେ ଶ୍ରା; ନ ହେଉ; କାରଣ କ୍ଳା; ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା । 10. ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ଵାସୀ ସମସ୍ତଙ୍କର ମଙ୍ଗଳ କରୁ । 11. ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି । 12. ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ଵାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି । 13. କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ଵନ୍ଧରେ ଗର୍ବ କରି ପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି । 14. କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ଵାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି । 15. କାରଣ ସୁନ୍ନତ କିମ୍ଵା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର । 16. ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ଵରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ । 17. ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି । 18. ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍ ।
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 1  
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 2  
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 3  
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 4  
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 5  
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 6  
×

Alert

×

Oriya Letters Keypad References