ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ

ରେକର୍ଡଗୁଡିକ

ଯିଶାଇୟ ଅଧ୍ୟାୟ 22

1 ଦର୍ଶନ ଉପତ୍ୟକା ବିଷୟକ ଭାରୋକ୍ତି । ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ? 2 ହେ ଆନନ୍ଦ ଧ୍ଵନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ଼୍‍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି । 3 ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ଵାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ । 4 ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ । 5 କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର ଓ ଦଳନର ଓ ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି । 6 ପୁଣି, ଏଲମ ରଥାରୋହୀ ଓ ଅଶ୍ଵାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍ ଢାଲ ଅନାବୃତ କଲା । 7 ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ଵାରୋହୀମାନେ ନଗର-ଦ୍ଵାରରେ ସସଜ୍ଜ ହୋଇଥିଲେ । 8 ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ । 9 ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ । 10 ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ । 11 ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଙ୍କଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ । 12 ପୁଣି, ସେଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ତନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ; 13 ମାତ୍ର ଦେଖ, ଆମୋଦପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା । 14 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ଵୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ନୋହିବ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି । 15 ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶୀବ୍ନ ନିକଟକୁ ଯାଇ କୁହ, 16 ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି! 17 ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ । 18 ନିଶ୍ଚୟ ସେ ପେଣ୍ତୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ଵରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ଵରୂପ । 19 ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ । 20 ଆଉ, ସେଦିନ ଆମ୍ଭେ ଆପଣା ଦାସକୁ, ହିଲ୍‍କୀୟର ପୁତ୍ର ଇଲୀୟାକୀମ୍କୁ ଡାକିବା; 21 ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ଵାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ । 22 ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ । 23 ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ଵରୂପ ହେବ । 24 ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ । 25 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ; କାରଣ ସଦାପ୍ରଭୁ ଏହା କହିଅଛନ୍ତି ।
1. ଦର୍ଶନ ଉପତ୍ୟକା ବିଷୟକ ଭାରୋକ୍ତି । ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ? 2. ହେ ଆନନ୍ଦ ଧ୍ଵନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ଼୍‍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି । 3. ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ଵାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ । 4. ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ । 5. କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର ଓ ଦଳନର ଓ ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି । 6. ପୁଣି, ଏଲମ ରଥାରୋହୀ ଓ ଅଶ୍ଵାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍ ଢାଲ ଅନାବୃତ କଲା । 7. ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ଵାରୋହୀମାନେ ନଗର-ଦ୍ଵାରରେ ସସଜ୍ଜ ହୋଇଥିଲେ । 8. ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ । 9. ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ । 10. ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ । 11. ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଙ୍କଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ । 12. ପୁଣି, ସେଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ତନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ; 13. ମାତ୍ର ଦେଖ, ଆମୋଦପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା । 14. ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ଵୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ନୋହିବ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି । 15. ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶୀବ୍ନ ନିକଟକୁ ଯାଇ କୁହ, 16. ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି! 17. ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ । 18. ନିଶ୍ଚୟ ସେ ପେଣ୍ତୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ଵରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ଵରୂପ । 19. ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ । 20. ଆଉ, ସେଦିନ ଆମ୍ଭେ ଆପଣା ଦାସକୁ, ହିଲ୍‍କୀୟର ପୁତ୍ର ଇଲୀୟାକୀମ୍କୁ ଡାକିବା; 21. ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ଵାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ । 22. ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ । 23. ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ଵରୂପ ହେବ । 24. ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ । 25. ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ; କାରଣ ସଦାପ୍ରଭୁ ଏହା କହିଅଛନ୍ତି ।
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References