ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 18

1 ଏଥି ଉତ୍ତାରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା, ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ? 2 ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା । 3 ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ? 4 କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ଵସ୍ଥାନରୁ ଦୂରୀକୃତ ହେବ? 5 ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ । 6 ତାହାର ତମ୍ଵୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ । 7 ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ । 8 ସେ ଆପଣା ଚରଣ ଦ୍ଵାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ । 9 ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ । 10 ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି । 11 ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ । 12 ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ । 13 ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ । 14 ସେ ଆପଣା ବିଶ୍ଵାସ-ସ୍ଥଳରୂପ ତମ୍ଵୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ । 15 ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ଵୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ । 16 ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ । 17 ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ । 18 ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ । 19 ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ । 20 ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ । 21 ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ଵରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି ।
1 ଏଥି ଉତ୍ତାରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା, ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ? .::. 2 ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା । .::. 3 ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ? .::. 4 କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ଵସ୍ଥାନରୁ ଦୂରୀକୃତ ହେବ? .::. 5 ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ । .::. 6 ତାହାର ତମ୍ଵୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ । .::. 7 ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ । .::. 8 ସେ ଆପଣା ଚରଣ ଦ୍ଵାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ । .::. 9 ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ । .::. 10 ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି । .::. 11 ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ । .::. 12 ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ । .::. 13 ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ । .::. 14 ସେ ଆପଣା ବିଶ୍ଵାସ-ସ୍ଥଳରୂପ ତମ୍ଵୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ । .::. 15 ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ଵୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ । .::. 16 ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ । .::. 17 ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ । .::. 18 ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ । .::. 19 ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ । .::. 20 ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ । .::. 21 ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ଵରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References