ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 106

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ । ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ । 2 ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ? 3 ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ । 4 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ଵ ନିଅ; 5 ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି । 6 ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ । 7 ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ । 8 ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ । 9 ଆହୁରି, ସେ ସୂଫ ସମୁଦ୍ରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ । 10 ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ । 11 ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ । 12 ସେତେବେଳେ ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ । 13 ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ 14 ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରା; ହେଲେ ଓ ମରୁଭୂମିରେ ପରମେଶ୍ଵରଙ୍କୁ ପରୀକ୍ଷା କଲେ । 15 ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ । 16 ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ । 17 ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ଆଚ୍ଛାଦନ କଲା । 18 ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ଵଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା । 19 ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ । 20 ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ଵରୂପଙ୍କୁ ପରିବର୍ତ୍ତନ କଲେ । 21 ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ; 22 ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ଵରଙ୍କୁ ପାସୋରିଲେ । 23 ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ । 24 ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ ନାହିଁ । 25 ମାତ୍ର ଆପଣା ଆପଣା ତମ୍ଵୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ । 26 ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ 27 ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ । 28 ଆହୁରି, ସେମାନେ ବାଲ୍-ପିୟୋର୍ ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ । 29 ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ଵାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା । 30 ସେତେବେଳେ ପୀନହସ୍ ଠିଆ ହୋଇ ଦଣ୍ତାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା । 31 ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା । 32 ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା; 33 ଯେହେତୁ ସେମାନେ ତାହାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ । 34 ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ। 35 ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ । 36 ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ଵରୂପ ହେଲା । 37 ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର-କନ୍ୟାମାନଙ୍କୁ ବଳିଦାନ କଲେ । 38 ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା । 39 ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ଵାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ । 40 ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ଵଳିତ ହେଲା, ପୁଣି ସେ ଆପଣା ଅଧିକାରକୁ ଘୃଣା କଲେ । 41 ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; 42 ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ । 43 ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ । 44 ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ । 45 ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ । 46 ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ । 47 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର । 48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ । ପୁଣି, ସମୁଦାୟ ଲୋକ ଆମେନ୍ କୁହନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ । ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ । .::. 2 ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ? .::. 3 ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ । .::. 4 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ଵ ନିଅ; .::. 5 ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି । .::. 6 ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ । .::. 7 ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ । .::. 8 ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ । .::. 9 ଆହୁରି, ସେ ସୂଫ ସମୁଦ୍ରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ । .::. 10 ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ । .::. 11 ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ । .::. 12 ସେତେବେଳେ ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ । .::. 13 ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ .::. 14 ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରା; ହେଲେ ଓ ମରୁଭୂମିରେ ପରମେଶ୍ଵରଙ୍କୁ ପରୀକ୍ଷା କଲେ । .::. 15 ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ । .::. 16 ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ । .::. 17 ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ଆଚ୍ଛାଦନ କଲା । .::. 18 ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ଵଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା । .::. 19 ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ । .::. 20 ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ଵରୂପଙ୍କୁ ପରିବର୍ତ୍ତନ କଲେ । .::. 21 ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ; .::. 22 ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ଵରଙ୍କୁ ପାସୋରିଲେ । .::. 23 ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ । .::. 24 ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ ନାହିଁ । .::. 25 ମାତ୍ର ଆପଣା ଆପଣା ତମ୍ଵୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ । .::. 26 ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ .::. 27 ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ । .::. 28 ଆହୁରି, ସେମାନେ ବାଲ୍-ପିୟୋର୍ ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ । .::. 29 ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ଵାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା । .::. 30 ସେତେବେଳେ ପୀନହସ୍ ଠିଆ ହୋଇ ଦଣ୍ତାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା । .::. 31 ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା । .::. 32 ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା; .::. 33 ଯେହେତୁ ସେମାନେ ତାହାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ । .::. 34 ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ। .::. 35 ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ । .::. 36 ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ଵରୂପ ହେଲା । .::. 37 ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର-କନ୍ୟାମାନଙ୍କୁ ବଳିଦାନ କଲେ । .::. 38 ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା । .::. 39 ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ଵାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ । .::. 40 ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ଵଳିତ ହେଲା, ପୁଣି ସେ ଆପଣା ଅଧିକାରକୁ ଘୃଣା କଲେ । .::. 41 ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; .::. 42 ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ । .::. 43 ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ । .::. 44 ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ । .::. 45 ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ । .::. 46 ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ । .::. 47 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର । .::. 48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ । ପୁଣି, ସମୁଦାୟ ଲୋକ ଆମେନ୍ କୁହନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References