ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 66

1 ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ । ହେ ସମୁଦାୟ ପୃଥିବୀ, ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର । 2 ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ଵିତ କର । 3 ପରମେଶ୍ଵରଙ୍କୁ କୁହ, ତୁମ୍ଭ କର୍ମସକଳ କିପରି ଭୟଙ୍କରଣ! ତୁମ୍ଭ ପରାକ୍ରମର ମହତ୍ତ୍ଵ ଦ୍ଵାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ । 4 ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ । [ସେଲା 5 ଆସ ଓ ପରମେଶ୍ଵରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି । 6 ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ । 7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ଵ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ । [ସେଲା 8 ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାଧ୍ଵନି ଶୁଣାଅ; 9 ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ । 10 କାରଣ ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ । 11 ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ । 12 ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ । 13 ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ 14 ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି । 15 ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି । [ସେଲା 16 ହେ ପରମେଶ୍ଵରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି । 17 ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ଵା ଦ୍ଵାରା ସେ ପ୍ରତିଷ୍ଠିତ ହେଲେ । 18 ଯେବେ ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ; 19 ମାତ୍ର ନିଶ୍ଚୟ ପରମେଶ୍ଵର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି । 20 ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼଠାରୁ ଆପଣା ଦୟା ଦୂର କରି ନାହାନ୍ତି ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ । ହେ ସମୁଦାୟ ପୃଥିବୀ, ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର । 2. ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ଵିତ କର । 3. ପରମେଶ୍ଵରଙ୍କୁ କୁହ, ତୁମ୍ଭ କର୍ମସକଳ କିପରି ଭୟଙ୍କରଣ! ତୁମ୍ଭ ପରାକ୍ରମର ମହତ୍ତ୍ଵ ଦ୍ଵାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ । 4. ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ । [ସେଲା 5. ଆସ ଓ ପରମେଶ୍ଵରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି । 6. ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ । 7. ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ଵ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ । [ସେଲା 8. ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାଧ୍ଵନି ଶୁଣାଅ; 9. ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ । 10. କାରଣ ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ । 11. ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ । 12. ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ । 13. ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ 14. ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି । 15. ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି । [ସେଲା 16. ହେ ପରମେଶ୍ଵରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି । 17. ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ଵା ଦ୍ଵାରା ସେ ପ୍ରତିଷ୍ଠିତ ହେଲେ । 18. ଯେବେ ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ; 19. ମାତ୍ର ନିଶ୍ଚୟ ପରମେଶ୍ଵର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି । 20. ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼଠାରୁ ଆପଣା ଦୟା ଦୂର କରି ନାହାନ୍ତି ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References