ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଖରିୟ

ରେକର୍ଡଗୁଡିକ

ଯିଖରିୟ ଅଧ୍ୟାୟ 2

1 ଅନନ୍ତର ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷ । 2 ତେବେ ମୁଁ କହିଲି, ଆପଣ କେଉଁଠାକୁ ଯାଉଅଛନ୍ତି? ତହୁଁ ସେ ମୋତେ କହିଲେ, ଯିରୂଶାଲମକୁ ମାପିବା ପାଇଁ, ତହିଁର ପ୍ରସ୍ଥ କେତେ ଓ ତହିଁର ଦୀର୍ଘତା କେତେ, ଏହା ଦେଖିବା ପାଇଁ ଯାଉଅଛୁ । 3 ଆଉ ଦେଖ, ମୋʼ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ, 4 ପୁଣି, ତାହାଙ୍କୁ କହିଲେ, ଦୌଡ଼, ଏହି ଯୁବାଲୋକକୁ କୁହ; ଯିରୂଶାଲମର ମଧ୍ୟବର୍ତ୍ତୀ ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ । 5 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ଵରୂପ ହେବା ଓ ଆମ୍ଭେ ତହିଁର ମଧ୍ୟରେ ପ୍ରତାପସ୍ଵରୂପ ହେବା । 6 ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି । 7 ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ । 8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ମହିମାର୍ଥେ ସେ ମୋତେ ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ। 9 ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀ-ଗଣର ଲୁଟବସ୍ତୁ ସ୍ଵରୂପ ହେବେ । ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ । 10 ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର; କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି । 11 ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ । 12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ । 13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି ।
1. ଅନନ୍ତର ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷ । 2. ତେବେ ମୁଁ କହିଲି, ଆପଣ କେଉଁଠାକୁ ଯାଉଅଛନ୍ତି? ତହୁଁ ସେ ମୋତେ କହିଲେ, ଯିରୂଶାଲମକୁ ମାପିବା ପାଇଁ, ତହିଁର ପ୍ରସ୍ଥ କେତେ ଓ ତହିଁର ଦୀର୍ଘତା କେତେ, ଏହା ଦେଖିବା ପାଇଁ ଯାଉଅଛୁ । 3. ଆଉ ଦେଖ, ମୋʼ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ, 4. ପୁଣି, ତାହାଙ୍କୁ କହିଲେ, ଦୌଡ଼, ଏହି ଯୁବାଲୋକକୁ କୁହ; ଯିରୂଶାଲମର ମଧ୍ୟବର୍ତ୍ତୀ ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ । 5. କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ଵରୂପ ହେବା ଓ ଆମ୍ଭେ ତହିଁର ମଧ୍ୟରେ ପ୍ରତାପସ୍ଵରୂପ ହେବା । 6. ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି । 7. ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ । 8. କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ମହିମାର୍ଥେ ସେ ମୋତେ ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ। 9. ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀ-ଗଣର ଲୁଟବସ୍ତୁ ସ୍ଵରୂପ ହେବେ । ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ । 10. ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର; କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି । 11. ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ । 12. ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ । 13. ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି ।
  • ଯିଖରିୟ ଅଧ୍ୟାୟ 1  
  • ଯିଖରିୟ ଅଧ୍ୟାୟ 2  
  • ଯିଖରିୟ ଅଧ୍ୟାୟ 3  
  • ଯିଖରିୟ ଅଧ୍ୟାୟ 4  
  • ଯିଖରିୟ ଅଧ୍ୟାୟ 5  
  • ଯିଖରିୟ ଅଧ୍ୟାୟ 6  
  • ଯିଖରିୟ ଅଧ୍ୟାୟ 7  
  • ଯିଖରିୟ ଅଧ୍ୟାୟ 8  
  • ଯିଖରିୟ ଅଧ୍ୟାୟ 9  
  • ଯିଖରିୟ ଅଧ୍ୟାୟ 10  
  • ଯିଖରିୟ ଅଧ୍ୟାୟ 11  
  • ଯିଖରିୟ ଅଧ୍ୟାୟ 12  
  • ଯିଖରିୟ ଅଧ୍ୟାୟ 13  
  • ଯିଖରିୟ ଅଧ୍ୟାୟ 14  
×

Alert

×

Oriya Letters Keypad References