ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 1

1 ମୁଁ ପାଉଲ, ଜଣେ ପ୍ରେରିତ (ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ଵାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଏବଂ ଯେଉଁ ପିତା ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ଵାରା), 2 ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ତଳୀ-ସମୂହକୁ ଲେଖୁଅଛୁ; 3 ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ-ଠାରୁଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ; 4 ସେ ଆମ୍ଭମାନଙ୍କ ପିତା ଈଶ୍ଵରଙ୍କ ଇଚ୍ଛାନୁସାରେ ଏହି ବର୍ତ୍ତମାନ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; 5 ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ । ଆମେନ୍ । 6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ଵାନ କଲେ, ତାହାଙ୍କ-ଠାରୁ ତୁମ୍ଭେମାନେ ଯେ ଏଡ଼େ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି; 7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି । 8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ଵା ସ୍ଵର୍ଗଦୂତ ହେଲେ ମଧ୍ୟ କେହି ତଦ୍ଭିନ୍ନ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ । 9 ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତଦ୍ଭିନ୍ନ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ । 10 ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ଵା ଈଶ୍ଵରଙ୍କର ପ୍ରିୟପାତ୍ର ହେବାକୁ ଯନି କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସାାହୁଅନ୍ତି ନାହିଁ । 11 କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ଵାରା ପ୍ରଚାରିତ ହୋଇଅଛି, ସେ ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ; 12 ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ଵାରା ପାଇଅଛି । 13 ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚାରବ୍ୟବହାର ସମ୍ଵନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ଵରଙ୍କ ମଣ୍ତଳୀକି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି, 14 ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟ; ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ଵଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି । 15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ଵାନ କଲେ, 16 ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ବିଜାତିମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି 17 କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମକୁ ନ ଯାଇ ସେହିକ୍ଷଣି ଆରବକୁ ବାହାରିଗଲି; ପୁନଶ୍ଚ ମୁଁ ଦାମାସ୍କସ୍କୁ ବାହୁଡ଼ି ଆସିଲି । 18 ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ କେଫାଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି । 19 କିନ୍ତୁ ପ୍ରଭୁଙ୍କ ଭ୍ରାତା ଯାକୁବଙ୍କ ଛଡ଼ା ପ୍ରେରିତ-ମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ । 20 ମୁଁ ଯେଉଁସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ଵରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ । 21 ପରେ ମୁଁ ସୁରିଆ ଓ କିଲିକିଆ ଅଞ୍ଚଳକୁ ଗଲି । 22 ଯିହୂଦା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ତଳୀସମୂହ ନିକଟରେ ମୁଁ ବ୍ୟକ୍ତିଗତଭାବେ ପରିଚିତ ନ ଥିଲି; 23 ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ଵାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି; 24 ଆଉ ସେମାନେ ମୋʼ ସକାଶେ ଈଶ୍ଵରଙ୍କ ପ୍ରଶଂସା କରୁଥିଲେ ।
1 ମୁଁ ପାଉଲ, ଜଣେ ପ୍ରେରିତ (ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ଵାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଏବଂ ଯେଉଁ ପିତା ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ଵାରା), .::. 2 ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ତଳୀ-ସମୂହକୁ ଲେଖୁଅଛୁ; .::. 3 ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ-ଠାରୁଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ; .::. 4 ସେ ଆମ୍ଭମାନଙ୍କ ପିତା ଈଶ୍ଵରଙ୍କ ଇଚ୍ଛାନୁସାରେ ଏହି ବର୍ତ୍ତମାନ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; .::. 5 ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ । ଆମେନ୍ । .::. 6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ଵାନ କଲେ, ତାହାଙ୍କ-ଠାରୁ ତୁମ୍ଭେମାନେ ଯେ ଏଡ଼େ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି; .::. 7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି । .::. 8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ଵା ସ୍ଵର୍ଗଦୂତ ହେଲେ ମଧ୍ୟ କେହି ତଦ୍ଭିନ୍ନ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ । .::. 9 ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତଦ୍ଭିନ୍ନ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ । .::. 10 ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ଵା ଈଶ୍ଵରଙ୍କର ପ୍ରିୟପାତ୍ର ହେବାକୁ ଯନି କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସାାହୁଅନ୍ତି ନାହିଁ । .::. 11 କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ଵାରା ପ୍ରଚାରିତ ହୋଇଅଛି, ସେ ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ; .::. 12 ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ଵାରା ପାଇଅଛି । .::. 13 ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚାରବ୍ୟବହାର ସମ୍ଵନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ଵରଙ୍କ ମଣ୍ତଳୀକି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି, .::. 14 ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟ; ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ଵଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି । .::. 15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ଵାନ କଲେ, .::. 16 ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ବିଜାତିମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି .::. 17 କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମକୁ ନ ଯାଇ ସେହିକ୍ଷଣି ଆରବକୁ ବାହାରିଗଲି; ପୁନଶ୍ଚ ମୁଁ ଦାମାସ୍କସ୍କୁ ବାହୁଡ଼ି ଆସିଲି । .::. 18 ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ କେଫାଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି । .::. 19 କିନ୍ତୁ ପ୍ରଭୁଙ୍କ ଭ୍ରାତା ଯାକୁବଙ୍କ ଛଡ଼ା ପ୍ରେରିତ-ମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ । .::. 20 ମୁଁ ଯେଉଁସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ଵରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ । .::. 21 ପରେ ମୁଁ ସୁରିଆ ଓ କିଲିକିଆ ଅଞ୍ଚଳକୁ ଗଲି । .::. 22 ଯିହୂଦା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ତଳୀସମୂହ ନିକଟରେ ମୁଁ ବ୍ୟକ୍ତିଗତଭାବେ ପରିଚିତ ନ ଥିଲି; .::. 23 ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ଵାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି; .::. 24 ଆଉ ସେମାନେ ମୋʼ ସକାଶେ ଈଶ୍ଵରଙ୍କ ପ୍ରଶଂସା କରୁଥିଲେ । .::.
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 1  
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 2  
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 3  
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 4  
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 5  
  • ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 6  
×

Alert

×

Oriya Letters Keypad References