ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ

ହୋଶେୟ ଅଧ୍ୟାୟ 12

1 ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ବହାଯାଏ । 2 ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ତ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ । 3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ଵରଙ୍କ ସହିତ ଯୁଦ୍ଧ କଲା; 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ; 5 ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ । 6 ଏନିମନ୍ତେ ତୁମ୍ଭେ ଆପଣା ପରମେଶ୍ଵରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ଵରଙ୍କ ଅପେକ୍ଷାରେ ଥାଅ । 7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ । 8 ପୁଣି, ଇଫ୍ରୟିମ କହିଲା, ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ସମ୍ପତ୍ତି ପାଇଅଛି; ମୋର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼଠାରେ ପାଇବେ ନାହିଁ । 9 ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ଵୁରେ ବାସ କରାଇବା । 10 ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଦୃଷ୍ଟାନ୍ତ-କଥା ବ୍ୟବହାର କରିଅଛୁ । 11 ଗିଲୀୟଦ୍ କି ଅଧର୍ମମୟ? ସେମାନେ ସର୍ବତୋ-ଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି । 12 ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା । 13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ସେ ରକ୍ଷିତ ହେଲା । 14 ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ ।
1 ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ବହାଯାଏ । .::. 2 ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ତ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ । .::. 3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ଵରଙ୍କ ସହିତ ଯୁଦ୍ଧ କଲା; .::. 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ; .::. 5 ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ । .::. 6 ଏନିମନ୍ତେ ତୁମ୍ଭେ ଆପଣା ପରମେଶ୍ଵରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ଵରଙ୍କ ଅପେକ୍ଷାରେ ଥାଅ । .::. 7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ । .::. 8 ପୁଣି, ଇଫ୍ରୟିମ କହିଲା, ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ସମ୍ପତ୍ତି ପାଇଅଛି; ମୋର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼଠାରେ ପାଇବେ ନାହିଁ । .::. 9 ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ଵୁରେ ବାସ କରାଇବା । .::. 10 ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଦୃଷ୍ଟାନ୍ତ-କଥା ବ୍ୟବହାର କରିଅଛୁ । .::. 11 ଗିଲୀୟଦ୍ କି ଅଧର୍ମମୟ? ସେମାନେ ସର୍ବତୋ-ଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି । .::. 12 ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା । .::. 13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ସେ ରକ୍ଷିତ ହେଲା । .::. 14 ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ । .::.
  • ହୋଶେୟ ଅଧ୍ୟାୟ 1  
  • ହୋଶେୟ ଅଧ୍ୟାୟ 2  
  • ହୋଶେୟ ଅଧ୍ୟାୟ 3  
  • ହୋଶେୟ ଅଧ୍ୟାୟ 4  
  • ହୋଶେୟ ଅଧ୍ୟାୟ 5  
  • ହୋଶେୟ ଅଧ୍ୟାୟ 6  
  • ହୋଶେୟ ଅଧ୍ୟାୟ 7  
  • ହୋଶେୟ ଅଧ୍ୟାୟ 8  
  • ହୋଶେୟ ଅଧ୍ୟାୟ 9  
  • ହୋଶେୟ ଅଧ୍ୟାୟ 10  
  • ହୋଶେୟ ଅଧ୍ୟାୟ 11  
  • ହୋଶେୟ ଅଧ୍ୟାୟ 12  
  • ହୋଶେୟ ଅଧ୍ୟାୟ 13  
  • ହୋଶେୟ ଅଧ୍ୟାୟ 14  
×

Alert

×

Oriya Letters Keypad References