ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯୂନସ

ରେକର୍ଡଗୁଡିକ

ଯୂନସ ଅଧ୍ୟାୟ 4

1 ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ । 2 ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ଵଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ଵର ଅଟ, ଏହା ମୁଁ ଜାଣିଲି । 3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ। 4 ତହିଁରେ ସଦାପ୍ରଭୁ କହିଲେ, ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ? 5 ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ । 6 ତହିଁରେ ସଦାପ୍ରଭୁ ପରମେଶ୍ଵର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ । ଏଥିରେ ଯୁନସ ସେହି କଖାରୁଲତା ସକାଶୁ ବଡ଼ ଆହ୍ଳାଦିତ ହେଲେ । 7 ମାତ୍ର ତହିଁ ଆର ଦିନ ଅରୁଣୋଦୟ ସମୟରେ ପରମେଶ୍ଵର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା । 8 ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ଵର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳା; ହୋଇ ଆପଣାର ମୃତ୍ୟୁ ପ୍ରାର୍ଥନା କରି କହିଲେ, ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ । 9 ଏଥିରେ ପରମେଶ୍ଵର ଯୂନସଙ୍କୁ କହିଲେ, ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ? ତହିଁରେ ସେ କହିଲେ, ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ । 10 ପୁଣି, ସଦାପ୍ରଭୁ କହିଲେ, ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା । 11 ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?
1 ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ । .::. 2 ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ଵଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ଵର ଅଟ, ଏହା ମୁଁ ଜାଣିଲି । .::. 3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ। .::. 4 ତହିଁରେ ସଦାପ୍ରଭୁ କହିଲେ, ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ? .::. 5 ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ । .::. 6 ତହିଁରେ ସଦାପ୍ରଭୁ ପରମେଶ୍ଵର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ । ଏଥିରେ ଯୁନସ ସେହି କଖାରୁଲତା ସକାଶୁ ବଡ଼ ଆହ୍ଳାଦିତ ହେଲେ । .::. 7 ମାତ୍ର ତହିଁ ଆର ଦିନ ଅରୁଣୋଦୟ ସମୟରେ ପରମେଶ୍ଵର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା । .::. 8 ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ଵର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳା; ହୋଇ ଆପଣାର ମୃତ୍ୟୁ ପ୍ରାର୍ଥନା କରି କହିଲେ, ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ । .::. 9 ଏଥିରେ ପରମେଶ୍ଵର ଯୂନସଙ୍କୁ କହିଲେ, ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ? ତହିଁରେ ସେ କହିଲେ, ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ । .::. 10 ପୁଣି, ସଦାପ୍ରଭୁ କହିଲେ, ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା । .::. 11 ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା? .::.
  • ଯୂନସ ଅଧ୍ୟାୟ 1  
  • ଯୂନସ ଅଧ୍ୟାୟ 2  
  • ଯୂନସ ଅଧ୍ୟାୟ 3  
  • ଯୂନସ ଅଧ୍ୟାୟ 4  
×

Alert

×

Oriya Letters Keypad References