ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ଶାମୁୟେଲ

Notes

No Verse Added

ପ୍ରଥମ ଶାମୁୟେଲ ଅଧ୍ୟାୟ 27

1. ଅନନ୍ତର ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି । 2. ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ । 3. ପୁଣି ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ । 4. ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାʼନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ଵେଷଣ କଲେ ନାହିଁ । 5. ଅନନ୍ତର ଦାଉଦ ଆଖୀଶ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ? 6. ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଳଗ୍ ନଗର ଦେଲାନ୍ତଏହି ହେତୁ ଅଦ୍ୟାପି ସିକ୍ଳଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି । 7. ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା । 8. ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାʼନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ । 9. ପୁଣି ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି । 10. ଏଥିରେ ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ ବୋଲି ଆଖୀଶ୍ ପଚାରନ୍ତେ, ଦାଉଦ କହନ୍ତି, ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ । 11. ପୁଣି ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ । 12. ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ଵାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତା; ଦୁର୍ଗନ୍ଧ ସ୍ଵରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ ।
1. ଅନନ୍ତର ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି । .::. 2. ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ । .::. 3. ପୁଣି ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ । .::. 4. ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାʼନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ଵେଷଣ କଲେ ନାହିଁ । .::. 5. ଅନନ୍ତର ଦାଉଦ ଆଖୀଶ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ? .::. 6. ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଳଗ୍ ନଗର ଦେଲାନ୍ତଏହି ହେତୁ ଅଦ୍ୟାପି ସିକ୍ଳଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି । .::. 7. ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା । .::. 8. ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାʼନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ । .::. 9. ପୁଣି ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି । .::. 10. ଏଥିରେ ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ ବୋଲି ଆଖୀଶ୍ ପଚାରନ୍ତେ, ଦାଉଦ କହନ୍ତି, ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ । .::. 11. ପୁଣି ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ । .::. 12. ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ଵାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତା; ଦୁର୍ଗନ୍ଧ ସ୍ଵରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ । .::.
  • ପ୍ରଥମ ଶାମୁୟେଲ ଅଧ୍ୟାୟ 1  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 2  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 3  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 4  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 5  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 6  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 7  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 8  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 9  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 10  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 11  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 12  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 13  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 14  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 15  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 16  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 17  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 18  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 19  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 20  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 21  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 22  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 23  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 24  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 25  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 26  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 27  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 28  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 29  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 30  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 31  
Common Bible Languages
West Indian Languages
×

Alert

×

oriya Letters Keypad References