ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6

1 ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ? 2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ଵାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ? 3 ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ? 4 ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ଵନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ତଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର? 5 ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏହା କହୁଅଛି । ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ? 6 ମାତ୍ର ଭାଇ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି ଅବିଶ୍ଵାସୀମାନଙ୍କ ନିକଟରେଣ! 7 ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତା; ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ? 8 କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି ତାହା ଭାଇମାନଙ୍କ ପ୍ରତି କରୁଅଛ । 9 ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ 10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । 11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହିପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ । 12 ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ । 13 ଖାଦ୍ୟ ଉଦର ନିମନ୍ତେ, ପୁଣି ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ଵର ଉଭୟକୁ ଲୋପ କରିବେ । ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେନ,,ଆଉ ପ୍ରଭୁ ଶରୀର ନିମନ୍ତେ; 14 ଈଶ୍ଵର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ଵାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ । 15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ଵରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ । 16 କିମ୍ଵା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ” । 17 କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ । 18 ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ । 19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ଵରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁନ୍ତ 20 କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣା-ଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ଵରଙ୍କ ଗୌରବ ପ୍ରକାଶ କର ।
1 ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ? .::. 2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ଵାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ? .::. 3 ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ? .::. 4 ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ଵନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ତଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର? .::. 5 ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏହା କହୁଅଛି । ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ? .::. 6 ମାତ୍ର ଭାଇ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି ଅବିଶ୍ଵାସୀମାନଙ୍କ ନିକଟରେଣ! .::. 7 ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତା; ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ? .::. 8 କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି ତାହା ଭାଇମାନଙ୍କ ପ୍ରତି କରୁଅଛ । .::. 9 ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ .::. 10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । .::. 11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହିପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ । .::. 12 ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ । .::. 13 ଖାଦ୍ୟ ଉଦର ନିମନ୍ତେ, ପୁଣି ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ଵର ଉଭୟକୁ ଲୋପ କରିବେ । ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେନ,,ଆଉ ପ୍ରଭୁ ଶରୀର ନିମନ୍ତେ; .::. 14 ଈଶ୍ଵର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ଵାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ । .::. 15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ଵରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ । .::. 16 କିମ୍ଵା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ” । .::. 17 କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ । .::. 18 ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ । .::. 19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ଵରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁନ୍ତ .::. 20 କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣା-ଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ଵରଙ୍କ ଗୌରବ ପ୍ରକାଶ କର । .::.
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 7  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 8  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 9  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 10  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 11  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 12  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 14  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 15  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 16  
×

Alert

×

Oriya Letters Keypad References