ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 3

1 ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁଣ? କିମ୍ଵା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ? 2 ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ରସ୍ଵରୂପ; 3 ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର ସ୍ଵରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ । 4 ଆଉ, ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ଵାସ ଅଛି । 5 ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ଵରଙ୍କଠାରୁ; 6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକା, ମାତ୍ର ଆତ୍ମା ଜୀବନଦାୟକ; 7 ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ, 8 ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ? 9 କାରଣ ଯଦି ଦଣ୍ତାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ । 10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି । 11 କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ । 12 ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ, 13 ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିର ଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେ ପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁ ନାହୁଁ । 14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ । 15 ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କର ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ, 16 କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ । 17 ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ଵାଧୀନତା । 18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହିସବୁ ହେଉଅଛି ।
1 ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁଣ? କିମ୍ଵା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ? .::. 2 ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ରସ୍ଵରୂପ; .::. 3 ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର ସ୍ଵରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ । .::. 4 ଆଉ, ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ଵାସ ଅଛି । .::. 5 ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ଵରଙ୍କଠାରୁ; .::. 6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକା, ମାତ୍ର ଆତ୍ମା ଜୀବନଦାୟକ; .::. 7 ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ, .::. 8 ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ? .::. 9 କାରଣ ଯଦି ଦଣ୍ତାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ । .::. 10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି । .::. 11 କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ । .::. 12 ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ, .::. 13 ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିର ଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେ ପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁ ନାହୁଁ । .::. 14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ । .::. 15 ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କର ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ, .::. 16 କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ । .::. 17 ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ଵାଧୀନତା । .::. 18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହିସବୁ ହେଉଅଛି । .::.
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 1  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 2  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 3  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 4  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 5  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 6  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 7  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 8  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 9  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 10  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 11  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 12  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର ଅଧ୍ୟାୟ 13  
×

Alert

×

Oriya Letters Keypad References