ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

ଆଦି ପୁସ୍ତକ ଅଧ୍ୟାୟ 13

1 ଅନନ୍ତର ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ । 2 ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ୍ ଥିଲେ । 3 ପୁଣି ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବୈଥେଲ ଆଡ଼କୁ ଯାଉ ଯାଉ ବୈଥେଲ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ଵୁ ସ୍ଥାପିତ ହୋଇଥିଲା, 4 ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦୀ ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ । 5 ପୁଣି ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ଵୁ ଥିଲା । 6 ଏନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ । 7 ପୁଣି ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା । ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ । 8 ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ । 9 ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଦକ୍ଷିଣକୁ ଯାଏ; ନୋହିଲେ ତୁମ୍ଭେ ଦକ୍ଷିଣକୁ ଯାଅ, ମୁଁ ବାମକୁ ଯାଏ । 10 ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ଵାରା ବିନଷ୍ଟ ହୋଇ ନ ଥିଲା । 11 ଏଣୁକରି ଲୋଟ ଆପଣା ପାଇଁ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ । 12 ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ଵୁ ସ୍ଥାପନ କରିବାକୁ ଲାଗିଲେ । 13 ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ । 14 ଅନନ୍ତର ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର; 15 କାରଣ ଏହି ଯେ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା । 16 ପୁଣି ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯେବେ ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ । 17 ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା । 18 ସେତେବେଳେ ଅବ୍ରାମ ତମ୍ଵୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ ।
1 ଅନନ୍ତର ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ । .::. 2 ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ୍ ଥିଲେ । .::. 3 ପୁଣି ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବୈଥେଲ ଆଡ଼କୁ ଯାଉ ଯାଉ ବୈଥେଲ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ଵୁ ସ୍ଥାପିତ ହୋଇଥିଲା, .::. 4 ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦୀ ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ । .::. 5 ପୁଣି ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ଵୁ ଥିଲା । .::. 6 ଏନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ । .::. 7 ପୁଣି ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା । ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ । .::. 8 ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ । .::. 9 ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଦକ୍ଷିଣକୁ ଯାଏ; ନୋହିଲେ ତୁମ୍ଭେ ଦକ୍ଷିଣକୁ ଯାଅ, ମୁଁ ବାମକୁ ଯାଏ । .::. 10 ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ଵାରା ବିନଷ୍ଟ ହୋଇ ନ ଥିଲା । .::. 11 ଏଣୁକରି ଲୋଟ ଆପଣା ପାଇଁ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ । .::. 12 ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ଵୁ ସ୍ଥାପନ କରିବାକୁ ଲାଗିଲେ । .::. 13 ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ । .::. 14 ଅନନ୍ତର ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର; .::. 15 କାରଣ ଏହି ଯେ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା । .::. 16 ପୁଣି ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯେବେ ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ । .::. 17 ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା । .::. 18 ସେତେବେଳେ ଅବ୍ରାମ ତମ୍ଵୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References