ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 15

1 ମୋୟାବ ବିଷୟକ ଭାରୋକ୍ତି । ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା । 2 ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେସମସ୍ତଙ୍କର ମସ୍ତକ ମୁଣ୍ତନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି । 3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି । 4 ହିଶ୍ବୋନ୍ ଓ ଇଲୀୟାଲି କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି । 5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍ ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି । 6 କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍ବର୍ଣ୍ଣର କିଛି ହିଁ ନାହିଁ । 7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ । 8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶଦ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି । 9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା ।
1 ମୋୟାବ ବିଷୟକ ଭାରୋକ୍ତି । ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା । .::. 2 ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେସମସ୍ତଙ୍କର ମସ୍ତକ ମୁଣ୍ତନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି । .::. 3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି । .::. 4 ହିଶ୍ବୋନ୍ ଓ ଇଲୀୟାଲି କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି । .::. 5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍ ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି । .::. 6 କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍ବର୍ଣ୍ଣର କିଛି ହିଁ ନାହିଁ । .::. 7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ । .::. 8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶଦ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି । .::. 9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References