ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 61

1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକ- ମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର-ମୁକ୍ତ ହେବାର⇧ କଥା ପ୍ରଚାର କରିବାକୁ; 2 ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ଵନା କରିବାକୁ; 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ଵିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ⇧ ବୋଲି ବିଖ୍ୟାତ ହେବେ । 4 ପୁଣି, ସେମାନେ ପୁରାତନ ଧ୍ଵଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ଵଂସିତ ଓ ଅନେକ ପୁରୁଷ-ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ । 5 ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ । 6 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ଵର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ । 7 ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ । 8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା⇧ । 9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ଵୀକାର କରିବେ । 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ଵରଙ୍କଠାରେ ଉଲ୍ଲସିତ ହେବନ୍ତ କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରନିରେ ଆପଣାକୁ ଭୂଷିତା କରେ, ସେପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ଵିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି⇧। 11 କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟ-ମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ ।
1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକ- ମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର-ମୁକ୍ତ ହେବାର⇧ କଥା ପ୍ରଚାର କରିବାକୁ; .::. 2 ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ଵନା କରିବାକୁ; .::. 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ଵିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ⇧ ବୋଲି ବିଖ୍ୟାତ ହେବେ । .::. 4 ପୁଣି, ସେମାନେ ପୁରାତନ ଧ୍ଵଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ଵଂସିତ ଓ ଅନେକ ପୁରୁଷ-ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ । .::. 5 ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ । .::. 6 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ଵର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ । .::. 7 ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ । .::. 8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା⇧ । .::. 9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ଵୀକାର କରିବେ । .::. 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ଵରଙ୍କଠାରେ ଉଲ୍ଲସିତ ହେବନ୍ତ କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରନିରେ ଆପଣାକୁ ଭୂଷିତା କରେ, ସେପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ଵିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି⇧। .::. 11 କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟ-ମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References