ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ

ହିତୋପଦେଶ ଅଧ୍ୟାୟ 19

1 ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ । 2 ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ । 3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ । 4 ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ । 5 ମିଥ୍ୟାସାକ୍ଷୀ ଅଦଣ୍ତିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ । 6 ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି । 7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି । 8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ । 9 ମିଥ୍ୟାସାକ୍ଷୀ ଅଦଣ୍ତିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ । 10 ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ଵ ତତୋଧିକ ଅନୁପଯୁକ୍ତ । 11 ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ । 12 ରାଜାର କୋପ ସିଂହଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ । 13 ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି । 14 ଗୃହ ଓ ଧନ ପିତୃଲୋକଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ । 15 ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ । 16 ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ । 17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ । 18 ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ । 19 ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ । 20 ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର । 21 ମନୁଷ୍ୟର ମନରେ ନାନା ସଙ୍କଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ । 22 ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ । 23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ । 24 ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ । 25 ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନକୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ । 26 ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନ-ଜନକ । 27 ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ । 28 ପାଷାଣ୍ତ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ । 29 ନିନ୍ଦକମାନଙ୍କ ପାଇଁ ଦଣ୍ତାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି ।
1 ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ । .::. 2 ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ । .::. 3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ । .::. 4 ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ । .::. 5 ମିଥ୍ୟାସାକ୍ଷୀ ଅଦଣ୍ତିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ । .::. 6 ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି । .::. 7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି । .::. 8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ । .::. 9 ମିଥ୍ୟାସାକ୍ଷୀ ଅଦଣ୍ତିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ । .::. 10 ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ଵ ତତୋଧିକ ଅନୁପଯୁକ୍ତ । .::. 11 ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ । .::. 12 ରାଜାର କୋପ ସିଂହଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ । .::. 13 ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି । .::. 14 ଗୃହ ଓ ଧନ ପିତୃଲୋକଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ । .::. 15 ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ । .::. 16 ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ । .::. 17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ । .::. 18 ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ । .::. 19 ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ । .::. 20 ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର । .::. 21 ମନୁଷ୍ୟର ମନରେ ନାନା ସଙ୍କଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ । .::. 22 ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ । .::. 23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ । .::. 24 ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ । .::. 25 ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନକୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ । .::. 26 ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନ-ଜନକ । .::. 27 ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ । .::. 28 ପାଷାଣ୍ତ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ । .::. 29 ନିନ୍ଦକମାନଙ୍କ ପାଇଁ ଦଣ୍ତାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି । .::.
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References