ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ ଅଧ୍ୟାୟ 3

1 କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ, 2 କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ, ପୁଣି ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ । 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ, ପୁଣି ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳ କ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ । 4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା, 5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ପୁନର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; 6 ସେହି ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳିଦେଲେ, 7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନ; ଜୀବନର ଅଧିକାରୀ ହେବୁ । 8 ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ଵରଙ୍କଠାରେ ବିଶ୍ଵାସକାରୀମାନେ ସମସ୍ତ ସତ୍କର୍ମରେ ବ୍ୟାପୃତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ଼ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା । ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ । 9 କିନ୍ତୁ ବିତଣ୍ତା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ବ୍ୟବସ୍ଥା ବିଷୟକ ବାଗ୍ଯୁଦ୍ଧରୁ ଅନ୍ତର ହୁଅ, କାରଣ ସେହିସବୁ କ୍ଷତିଜନକ ଓ ଅସାର । 10 ଯେଉଁ ଲୋକ ଭ୍ରାନ୍ତ ମତାବଲମ୍ଵୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ ରୁହ; 11 ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହାତ ତୁମ୍ଭେ ଜାଣ । 12 ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ଵା ତୁଖିକଙ୍କୁ ପଠାଇବି, ସେତେବେଳେ ନୀକପଲିକୁ ମୋʼ ପାଖକୁ ଆସିବା ପାଇଁ ଯନି କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି । 13 ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯନିପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ । 14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ବ୍ୟାପୃତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି । 15 ମୋʼ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ବିଶ୍ଵାସ ସମ୍ଵନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ସ୍ନେହ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ । ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।
1. କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ, 2. କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ, ପୁଣି ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ । 3. କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ, ପୁଣି ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳ କ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ । 4. କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା, 5. ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ପୁନର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; 6. ସେହି ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳିଦେଲେ, 7. ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନ; ଜୀବନର ଅଧିକାରୀ ହେବୁ । 8. ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ଵରଙ୍କଠାରେ ବିଶ୍ଵାସକାରୀମାନେ ସମସ୍ତ ସତ୍କର୍ମରେ ବ୍ୟାପୃତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ଼ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା । ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ । 9. କିନ୍ତୁ ବିତଣ୍ତା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ବ୍ୟବସ୍ଥା ବିଷୟକ ବାଗ୍ଯୁଦ୍ଧରୁ ଅନ୍ତର ହୁଅ, କାରଣ ସେହିସବୁ କ୍ଷତିଜନକ ଓ ଅସାର । 10. ଯେଉଁ ଲୋକ ଭ୍ରାନ୍ତ ମତାବଲମ୍ଵୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ ରୁହ; 11. ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହାତ ତୁମ୍ଭେ ଜାଣ । 12. ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ଵା ତୁଖିକଙ୍କୁ ପଠାଇବି, ସେତେବେଳେ ନୀକପଲିକୁ ମୋʼ ପାଖକୁ ଆସିବା ପାଇଁ ଯନି କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି । 13. ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯନିପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ । 14. ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ବ୍ୟାପୃତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି । 15. ମୋʼ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ବିଶ୍ଵାସ ସମ୍ଵନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ସ୍ନେହ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ । ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।
  • ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ ଅଧ୍ୟାୟ 1  
  • ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ ଅଧ୍ୟାୟ 2  
  • ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ ଅଧ୍ୟାୟ 3  
×

Alert

×

Oriya Letters Keypad References