ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 27

1 ସେଦିନ ସଦାପ୍ରଭୁ ଆପଣାର ଦାରୁଣ ଓ ବୃହତ ଓ ଦୃଢ଼ ଖଡ଼୍‍ଗ ଦ୍ଵାରା ଦ୍ରୁତଗାମୀ ସର୍ପ ଲିବୀୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ । 2 ସେ ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର । 3 ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା । 4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯେବେ କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେସବୁକୁ ଏକାବେଳେ ଦଗ୍ଧ କରନ୍ତୁ । 5 ନତୁବା ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ଵନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ । 6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ତଳକୁ ଫଳରେ ପରିପୂର୍ଣ୍ଣ କରିବେ । 7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ଵାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି? 8 ତୁମ୍ଭେ ତାହାକୁ ଦୂରକୁ ପଠାଇବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ଵାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି । 9 ଏହେତୁ ଏହା ଦ୍ଵାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ । 10 କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି ବୃକ୍ଷର ଶାଖାସବୁ ଗ୍ରାସ କରିବ । 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ । 12 ସେଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି ହେ ଇସ୍ରାଏଲସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ । 13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ ⇧; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ ।
1 ସେଦିନ ସଦାପ୍ରଭୁ ଆପଣାର ଦାରୁଣ ଓ ବୃହତ ଓ ଦୃଢ଼ ଖଡ଼୍‍ଗ ଦ୍ଵାରା ଦ୍ରୁତଗାମୀ ସର୍ପ ଲିବୀୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ । .::. 2 ସେ ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର । .::. 3 ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା । .::. 4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯେବେ କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେସବୁକୁ ଏକାବେଳେ ଦଗ୍ଧ କରନ୍ତୁ । .::. 5 ନତୁବା ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ଵନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ । .::. 6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ତଳକୁ ଫଳରେ ପରିପୂର୍ଣ୍ଣ କରିବେ । .::. 7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ଵାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି? .::. 8 ତୁମ୍ଭେ ତାହାକୁ ଦୂରକୁ ପଠାଇବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ଵାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି । .::. 9 ଏହେତୁ ଏହା ଦ୍ଵାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ । .::. 10 କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି ବୃକ୍ଷର ଶାଖାସବୁ ଗ୍ରାସ କରିବ । .::. 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ । .::. 12 ସେଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି ହେ ଇସ୍ରାଏଲସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ । .::. 13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ ⇧; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References