ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 64

1 ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ, 2 ଅଗ୍ନି ଝାଟି ଜ୍ଵଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯେବେ ତୁମ୍ଭେ ଆକାଶମଣ୍ତଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସ; ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେଣ! 3 ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ । 4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ଵର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ । 5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା? 6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ । 7 ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ଵାରା ଆମ୍ଭମାନଙ୍କୁ କ୍ଷୟ କରିଅଛ । 8 ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ । 9 ହେ ସଦାପ୍ରଭୋ, ଅତ୍ୟ; କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ । 10 ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ଵଂସସ୍ଥାନ ହୋଇଅଛି । 11 ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି। 12 ହେ ସଦାପ୍ରଭୁ, ଏସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷା; କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟ; କ୍ଳେଶ ଦେବ?
1 ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ, .::. 2 ଅଗ୍ନି ଝାଟି ଜ୍ଵଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯେବେ ତୁମ୍ଭେ ଆକାଶମଣ୍ତଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସ; ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେଣ! .::. 3 ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ । .::. 4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ଵର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ । .::. 5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା? .::. 6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ । .::. 7 ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ଵାରା ଆମ୍ଭମାନଙ୍କୁ କ୍ଷୟ କରିଅଛ । .::. 8 ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ । .::. 9 ହେ ସଦାପ୍ରଭୋ, ଅତ୍ୟ; କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ । .::. 10 ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ଵଂସସ୍ଥାନ ହୋଇଅଛି । .::. 11 ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି। .::. 12 ହେ ସଦାପ୍ରଭୁ, ଏସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷା; କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟ; କ୍ଳେଶ ଦେବ? .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References