ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ବିଚାରକର୍ତାମାନଙ୍କ ବିବରଣ

ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 21

1 ଇସ୍ରାଏଲୀୟ ଲୋକମାନେ ମିସ୍ପୀରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ । 2 ତେଣୁ ଲୋକମାନେ ବୈଥେଲକୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ଵରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟ; ରୋଦନ କଲେ । 3 ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା? 4 ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ । 5 ପୁଣି ଇସ୍ରାଏଲ-ସନ୍ତାନମାନେ କହିଲେ, ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି? କାରଣ ମିସ୍ପୀକି ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, ସେ ଅବଶ୍ୟ ହତ ହେବ, ଏହା କହି ସେମାନେ ମହା ଶପଥ କରିଥିଲେ । 6 ପୁଣି ଇସ୍ରାଏଲ-ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ ପାଇଁ ଅନୁତାପ କରି କହିଲେ, ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା । 7 ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ । 8 ପୁଣି ସେମାନେ କହିଲେ, ମିସ୍ପୀକି ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ-ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି? ତହିଁରେ ଦେଖ, ଯାବେଶ୍-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ । 9 କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ୍-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ । 10 ତହୁଁ ମଣ୍ତଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ୍-ଗିଲୀୟଦ ନିବାସୀମାନଙ୍କୁ ଖଡ଼୍‍ଗଧାରରେ ଆଘାତ କର । 11 ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକି ବର୍ଜିତ ରୂପେ ବିନାଶ କରିବ । 12 ତହୁଁ ସେମାନେ ଯାବେଶ୍-ଗିଲୀୟଦ ନିବାସୀ-ମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକି ଆଣିଲେ । 13 ଅନନ୍ତର ସମଗ୍ର ମଣ୍ତଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ସନ୍ଧି ପ୍ରଚାର କଲେ । 14 ସେ ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ୍-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ । 15 ଏହେତୁ ସଦାପ୍ରଭୁ ଇସ୍ରାଏଲ-ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ । 16 ତେବେ ମଣ୍ତଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? 17 ଆହୁରି ସେମାନେ କହିଲେ, ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ । 18 ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣା-ମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେ କେହି ବିନ୍ୟାମୀନକୁ କନ୍ୟା ଦେବ, ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି । 19 ଆହୁରି ସେମାନେ କହିଲେ, ଦେଖ, ବୈଥେଲର ଉତ୍ତର ଦିଗରେ, ବୈଥେଲଠୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ । 20 ଏହେତୁ ସେମାନେ ବିନ୍ୟାମୀନ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ; 21 ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ ଦେଶକୁ ଚାଲି ଯାଅ । 22 ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ି ଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ଏମାନଙ୍କୁ ସେମାନଙ୍କୁ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ । 23 ତହିଁରେ ବିନ୍ୟାମୀନ-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରି ଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ । 24 ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ । 25 ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା ।
1 ଇସ୍ରାଏଲୀୟ ଲୋକମାନେ ମିସ୍ପୀରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ । .::. 2 ତେଣୁ ଲୋକମାନେ ବୈଥେଲକୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ଵରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟ; ରୋଦନ କଲେ । .::. 3 ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା? .::. 4 ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ । .::. 5 ପୁଣି ଇସ୍ରାଏଲ-ସନ୍ତାନମାନେ କହିଲେ, ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି? କାରଣ ମିସ୍ପୀକି ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, ସେ ଅବଶ୍ୟ ହତ ହେବ, ଏହା କହି ସେମାନେ ମହା ଶପଥ କରିଥିଲେ । .::. 6 ପୁଣି ଇସ୍ରାଏଲ-ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ ପାଇଁ ଅନୁତାପ କରି କହିଲେ, ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା । .::. 7 ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ । .::. 8 ପୁଣି ସେମାନେ କହିଲେ, ମିସ୍ପୀକି ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ-ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି? ତହିଁରେ ଦେଖ, ଯାବେଶ୍-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ । .::. 9 କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ୍-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ । .::. 10 ତହୁଁ ମଣ୍ତଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ୍-ଗିଲୀୟଦ ନିବାସୀମାନଙ୍କୁ ଖଡ଼୍‍ଗଧାରରେ ଆଘାତ କର । .::. 11 ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକି ବର୍ଜିତ ରୂପେ ବିନାଶ କରିବ । .::. 12 ତହୁଁ ସେମାନେ ଯାବେଶ୍-ଗିଲୀୟଦ ନିବାସୀ-ମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକି ଆଣିଲେ । .::. 13 ଅନନ୍ତର ସମଗ୍ର ମଣ୍ତଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ସନ୍ଧି ପ୍ରଚାର କଲେ । .::. 14 ସେ ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ୍-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ । .::. 15 ଏହେତୁ ସଦାପ୍ରଭୁ ଇସ୍ରାଏଲ-ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ । .::. 16 ତେବେ ମଣ୍ତଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? .::. 17 ଆହୁରି ସେମାନେ କହିଲେ, ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ । .::. 18 ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣା-ମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେ କେହି ବିନ୍ୟାମୀନକୁ କନ୍ୟା ଦେବ, ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି । .::. 19 ଆହୁରି ସେମାନେ କହିଲେ, ଦେଖ, ବୈଥେଲର ଉତ୍ତର ଦିଗରେ, ବୈଥେଲଠୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ । .::. 20 ଏହେତୁ ସେମାନେ ବିନ୍ୟାମୀନ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ; .::. 21 ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ ଦେଶକୁ ଚାଲି ଯାଅ । .::. 22 ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ି ଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ଏମାନଙ୍କୁ ସେମାନଙ୍କୁ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ । .::. 23 ତହିଁରେ ବିନ୍ୟାମୀନ-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରି ଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ । .::. 24 ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ । .::. 25 ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା । .::.
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 1  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 2  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 3  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 4  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 5  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 6  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 7  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 8  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 9  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 10  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 11  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 12  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 13  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 14  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 15  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 16  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 17  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 18  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 19  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 20  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 21  
×

Alert

×

Oriya Letters Keypad References