ଓଡିଆ ବାଇବଲ |
NCV
ORV
IRVOR
ଲେବୀୟ ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
27
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
:
ରେକର୍ଡଗୁଡିକ
ପ୍ରଥମ ବଂଶାବଳୀ 27:9 (01 30 am)
ନିହିମିୟା 2:14 (01 30 am)
ମାଥିଉଲିଖିତ ସୁସମାଚାର 12:21 (01 30 am)
ଲେବୀୟ ପୁସ୍ତକ 27:0 (01 30 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଲେବୀୟ ପୁସ୍ତକ ଅଧ୍ୟାୟ 27
1
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ ।
3
ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ ।
4
ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ ।
5
ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ ।
6
ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ ।
7
ପୁଣି ଷାଠିଏ ବର୍ଷରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ ।
8
ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ ।
9
ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ ।
10
ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ । ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯେବେ ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ ।
11
ଆଉ ଯାହା ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯେବେ ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ ।
12
ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ ।
13
ମାତ୍ର ଯେବେ ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ ।
14
ଆଉ ଯେବେ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ ।
15
ଆଉ, ଯେବେ ଗୃହ-ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ ।
16
ଆଉ ଯେବେ କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ, ତେବେ ତୁମ୍ଭର ମୂଲ୍ୟ-ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ ।
17
ଯେବେ ସେ ଯୋବେଲ-ବର୍ଷଠାରୁ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ ।
18
ମାତ୍ର ଯେବେ ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ଯାଜକ ଯୋବେଲ-ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ ।
19
ଆଉ ସେହି କ୍ଷେତ୍ର-ପ୍ରତିଷ୍ଠାକାରୀ ଲୋକ ଯେବେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ ।
20
ମାତ୍ର ଯେବେ ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯେବେ ସେ ସେହି କ୍ଷେତ୍ର ଅନ୍ୟକୁ ବିକେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ ।
21
ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ବର୍ଜିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ଯାଜକର ଅଧିକାର ହେବ ।
22
ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯେବେ କିଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ;
23
ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ-ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ ।
24
ଯାହାଠାରୁ ସେହି କ୍ଷେତ୍ର କିଣାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ-ବର୍ଷରେ ତାହାକୁ ଫେରାଇ ଦିଆଯିବ ।
25
ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ ।
26
ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ପ୍ରତିଷ୍ଠା କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ ।
27
ପୁଣି ଯେବେ ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ ।
28
ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ଵରୁ, ଅର୍ଥାତ୍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜନ କରେ,ଏପରି କୌଣସି ବର୍ଜିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ବର୍ଜିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ ।
29
ମନୁଷ୍ୟମାନଙ୍କ ମଧ୍ୟରେ ଯେ ବର୍ଜିତ ହେବ, ଏପରି ବର୍ଜିତ କେହି ମୁକ୍ତ କରାଯିବ ନାହିଁ; ସେ ନିତା; ହତ ହେବ।
30
ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ।
31
ଆଉ ଯେବେ କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ ।
32
ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ-ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ।
33
ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯେବେ ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ ।
34
ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି ।
ଲେବୀୟ ପୁସ୍ତକ 27
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ । 3. ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ । 4. ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ । 5. ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ । 6. ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ । 7. ପୁଣି ଷାଠିଏ ବର୍ଷରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ । 8. ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ । 9. ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ । 10. ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ । ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯେବେ ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ । 11. ଆଉ ଯାହା ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯେବେ ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ । 12. ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ । 13. ମାତ୍ର ଯେବେ ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ । 14. ଆଉ ଯେବେ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ । 15. ଆଉ, ଯେବେ ଗୃହ-ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ । 16. ଆଉ ଯେବେ କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ, ତେବେ ତୁମ୍ଭର ମୂଲ୍ୟ-ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ । 17. ଯେବେ ସେ ଯୋବେଲ-ବର୍ଷଠାରୁ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ । 18. ମାତ୍ର ଯେବେ ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ଯାଜକ ଯୋବେଲ-ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ । 19. ଆଉ ସେହି କ୍ଷେତ୍ର-ପ୍ରତିଷ୍ଠାକାରୀ ଲୋକ ଯେବେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ । 20. ମାତ୍ର ଯେବେ ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯେବେ ସେ ସେହି କ୍ଷେତ୍ର ଅନ୍ୟକୁ ବିକେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ । 21. ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ବର୍ଜିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ଯାଜକର ଅଧିକାର ହେବ । 22. ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯେବେ କିଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ; 23. ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ-ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ । 24. ଯାହାଠାରୁ ସେହି କ୍ଷେତ୍ର କିଣାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ-ବର୍ଷରେ ତାହାକୁ ଫେରାଇ ଦିଆଯିବ । 25. ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ । 26. ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ପ୍ରତିଷ୍ଠା କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ । 27. ପୁଣି ଯେବେ ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ । 28. ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ଵରୁ, ଅର୍ଥାତ୍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜନ କରେ,ଏପରି କୌଣସି ବର୍ଜିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ବର୍ଜିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ । 29. ମନୁଷ୍ୟମାନଙ୍କ ମଧ୍ୟରେ ଯେ ବର୍ଜିତ ହେବ, ଏପରି ବର୍ଜିତ କେହି ମୁକ୍ତ କରାଯିବ ନାହିଁ; ସେ ନିତା; ହତ ହେବ। 30. ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର । 31. ଆଉ ଯେବେ କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ । 32. ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ-ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ । 33. ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯେବେ ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ । 34. ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି ।
ଲେବୀୟ ପୁସ୍ତକ ଅଧ୍ୟାୟ 1
ଲେବୀୟ ପୁସ୍ତକ ଅଧ୍ୟାୟ 2
ଲେବୀୟ ପୁସ୍ତକ ଅଧ୍ୟାୟ 3
ଲେବୀୟ ପୁସ୍ତକ ଅଧ୍ୟାୟ 4
ଲେବୀୟ ପୁସ୍ତକ ଅଧ୍ୟାୟ 5
ଲେବୀୟ ପୁସ୍ତକ ଅଧ୍ୟାୟ 6
ଲେବୀୟ ପୁସ୍ତକ ଅଧ୍ୟାୟ 7
ଲେବୀୟ ପୁସ୍ତକ ଅଧ୍ୟାୟ 8
ଲେବୀୟ ପୁସ୍ତକ ଅଧ୍ୟାୟ 9
ଲେବୀୟ ପୁସ୍ତକ ଅଧ୍ୟାୟ 10
ଲେବୀୟ ପୁସ୍ତକ ଅଧ୍ୟାୟ 11
ଲେବୀୟ ପୁସ୍ତକ ଅଧ୍ୟାୟ 12
ଲେବୀୟ ପୁସ୍ତକ ଅଧ୍ୟାୟ 13
ଲେବୀୟ ପୁସ୍ତକ ଅଧ୍ୟାୟ 14
ଲେବୀୟ ପୁସ୍ତକ ଅଧ୍ୟାୟ 15
ଲେବୀୟ ପୁସ୍ତକ ଅଧ୍ୟାୟ 16
ଲେବୀୟ ପୁସ୍ତକ ଅଧ୍ୟାୟ 17
ଲେବୀୟ ପୁସ୍ତକ ଅଧ୍ୟାୟ 18
ଲେବୀୟ ପୁସ୍ତକ ଅଧ୍ୟାୟ 19
ଲେବୀୟ ପୁସ୍ତକ ଅଧ୍ୟାୟ 20
ଲେବୀୟ ପୁସ୍ତକ ଅଧ୍ୟାୟ 21
ଲେବୀୟ ପୁସ୍ତକ ଅଧ୍ୟାୟ 22
ଲେବୀୟ ପୁସ୍ତକ ଅଧ୍ୟାୟ 23
ଲେବୀୟ ପୁସ୍ତକ ଅଧ୍ୟାୟ 24
ଲେବୀୟ ପୁସ୍ତକ ଅଧ୍ୟାୟ 25
ଲେବୀୟ ପୁସ୍ତକ ଅଧ୍ୟାୟ 26
ଲେବୀୟ ପୁସ୍ତକ ଅଧ୍ୟାୟ 27
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References