ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ପରମଗୀତ

ରେକର୍ଡଗୁଡିକ

ପରମଗୀତ ଅଧ୍ୟାୟ 1

1 ଶଲୋମନଙ୍କର ପରମ ଗୀତ । 2 ସେ ଆପଣା ମୁଖ-ଚୁମ୍ଵନରେ ମୋତେ ଚୁମ୍ଵନ କରନ୍ତୁ; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ । 3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ଵରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି । 4 ମୋତେ ଆକର୍ଷଣ କର; ଆମ୍ଭେମାନେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା । ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି । 5 ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ଵୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ । 6 ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ । ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ । 7 ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି? 8 ଆଗୋ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯେବେ ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ପ.ଗୀ.୫:୯ ଓ ମେଷପାଳମାନଙ୍କ ତମ୍ଵୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ । 9 ଆଗୋ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ଵିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି । 10 ତୁମ୍ଭର ଗଣ୍ତଯୁଗଳ ବେଣୀରେ, ତୁମ୍ଭ ଗଳଦେଶ ରନିହାରରେ ସୁଶୋଭିତ । 11 ଆମ୍ଭେମାନେ ତୁମ୍ଭ ପାଇଁ ରୂପା ଭୁଣ୍ତିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା । 12 ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋʼ ଜଟାମାଂସୀର ସୁବାସ ବ୍ୟାପ୍ତ ହେଲା । 13 ମୋହର ପ୍ରିୟତମ ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି । 14 ମୋʼ ପ୍ରିୟତମ ମୋʼ ପ୍ରତି ଐନ୍ଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦିପୁଷ୍ପ ଥୋପା ତୁଲ୍ୟ ଅଟନ୍ତି । 15 ଆଗୋ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ନେତ୍ରଯୁଗଳ କପୋତ ତୁଲ୍ୟ । 16 ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଆସନ ହରିଦ୍ବର୍ଣ୍ଣ । 17 ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି
1. ଶଲୋମନଙ୍କର ପରମ ଗୀତ । 2. ସେ ଆପଣା ମୁଖ-ଚୁମ୍ଵନରେ ମୋତେ ଚୁମ୍ଵନ କରନ୍ତୁ; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ । 3. ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ଵରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି । 4. ମୋତେ ଆକର୍ଷଣ କର; ଆମ୍ଭେମାନେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା । ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି । 5. ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ଵୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ । 6. ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ । ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ । 7. ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି? 8. ଆଗୋ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯେବେ ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ପ.ଗୀ.୫:୯ ଓ ମେଷପାଳମାନଙ୍କ ତମ୍ଵୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ । 9. ଆଗୋ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ଵିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି । 10. ତୁମ୍ଭର ଗଣ୍ତଯୁଗଳ ବେଣୀରେ, ତୁମ୍ଭ ଗଳଦେଶ ରନିହାରରେ ସୁଶୋଭିତ । 11. ଆମ୍ଭେମାନେ ତୁମ୍ଭ ପାଇଁ ରୂପା ଭୁଣ୍ତିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା । 12. ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋʼ ଜଟାମାଂସୀର ସୁବାସ ବ୍ୟାପ୍ତ ହେଲା । 13. ମୋହର ପ୍ରିୟତମ ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି । 14. ମୋʼ ପ୍ରିୟତମ ମୋʼ ପ୍ରତି ଐନ୍ଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦିପୁଷ୍ପ ଥୋପା ତୁଲ୍ୟ ଅଟନ୍ତି । 15. ଆଗୋ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ନେତ୍ରଯୁଗଳ କପୋତ ତୁଲ୍ୟ । 16. ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଆସନ ହରିଦ୍ବର୍ଣ୍ଣ । 17. ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି
  • ପରମଗୀତ ଅଧ୍ୟାୟ 1  
  • ପରମଗୀତ ଅଧ୍ୟାୟ 2  
  • ପରମଗୀତ ଅଧ୍ୟାୟ 3  
  • ପରମଗୀତ ଅଧ୍ୟାୟ 4  
  • ପରମଗୀତ ଅଧ୍ୟାୟ 5  
  • ପରମଗୀତ ଅଧ୍ୟାୟ 6  
  • ପରମଗୀତ ଅଧ୍ୟାୟ 7  
  • ପରମଗୀତ ଅଧ୍ୟାୟ 8  
×

Alert

×

Oriya Letters Keypad References