ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯାତ୍ରା ପୁସ୍ତକ

ଯାତ୍ରା ପୁସ୍ତକ ଅଧ୍ୟାୟ 17

1 ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ସୀନ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା । 2 ଏଣୁକରି ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ। ତହିଁରେ ମୋଶା କହିଲେ, ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କିହେତୁ ସଦାପ୍ରଭୁଙ୍କୁ ପରୀକ୍ଷା କର? 3 ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରିକହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ କିହେତୁ ଆଣିଲ? 4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ। 5 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଯଦ୍ଦ୍ଵାରା ନଦୀକି ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି କେତେକ ପ୍ରାଚୀନଙ୍କୁ ସଙ୍ଗ କରି ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ । 6 ଦେଖ, ଆମ୍ଭେ ହୋରେବ୍ରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ । 7 ପୁଣି ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ହେତୁରୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ହେତୁରୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବା (ପରୀକ୍ଷା ଓ ବିବାଦ) ରଖିଲେ । ଅମାଲେକୀୟମାନଙ୍କ ପରାଜୟ 8 ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ। 9 ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; କାଲି ମୁଁ ଆପଣା ହସ୍ତରେ ପରମେଶ୍ଵରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଛିଡ଼ା ହେବି । 10 ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ । 11 ପୁଣି ମୋଶା ଆପଣା ହସ୍ତ ଊର୍ଦ୍ଧ୍ଵକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ । 12 ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ତିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା । 13 ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ଼୍‍ଗଧାରରେ ପରାସ୍ତ କଲେ । 14 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା । 15 ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବା-ନିଃଷି (ସଦାପ୍ରଭୁ ମୋହର ଧ୍ଵଜା) ରଖିଲେ । 16 ପୁଣିସେ ସଦାପ୍ରଭୁଙ୍କ ଧ୍ଵଜାରେ ହସ୍ତ ଦେଇ କହିଲେ, ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ ।
1 ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ସୀନ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା । .::. 2 ଏଣୁକରି ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ। ତହିଁରେ ମୋଶା କହିଲେ, ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କିହେତୁ ସଦାପ୍ରଭୁଙ୍କୁ ପରୀକ୍ଷା କର? .::. 3 ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରିକହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ କିହେତୁ ଆଣିଲ? .::. 4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ। .::. 5 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଯଦ୍ଦ୍ଵାରା ନଦୀକି ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି କେତେକ ପ୍ରାଚୀନଙ୍କୁ ସଙ୍ଗ କରି ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ । .::. 6 ଦେଖ, ଆମ୍ଭେ ହୋରେବ୍ରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ । .::. 7 ପୁଣି ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ହେତୁରୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ହେତୁରୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବା (ପରୀକ୍ଷା ଓ ବିବାଦ) ରଖିଲେ । ଅମାଲେକୀୟମାନଙ୍କ ପରାଜୟ .::. 8 ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ। .::. 9 ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; କାଲି ମୁଁ ଆପଣା ହସ୍ତରେ ପରମେଶ୍ଵରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଛିଡ଼ା ହେବି । .::. 10 ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ । .::. 11 ପୁଣି ମୋଶା ଆପଣା ହସ୍ତ ଊର୍ଦ୍ଧ୍ଵକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ । .::. 12 ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ତିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା । .::. 13 ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ଼୍‍ଗଧାରରେ ପରାସ୍ତ କଲେ । .::. 14 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା । .::. 15 ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବା-ନିଃଷି (ସଦାପ୍ରଭୁ ମୋହର ଧ୍ଵଜା) ରଖିଲେ । .::. 16 ପୁଣିସେ ସଦାପ୍ରଭୁଙ୍କ ଧ୍ଵଜାରେ ହସ୍ତ ଦେଇ କହିଲେ, ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ । .::.
  • ଯାତ୍ରା ପୁସ୍ତକ ଅଧ୍ୟାୟ 1  
  • ଯାତ୍ରା ପୁସ୍ତକ ଅଧ୍ୟାୟ 2  
  • ଯାତ୍ରା ପୁସ୍ତକ ଅଧ୍ୟାୟ 3  
  • ଯାତ୍ରା ପୁସ୍ତକ ଅଧ୍ୟାୟ 4  
  • ଯାତ୍ରା ପୁସ୍ତକ ଅଧ୍ୟାୟ 5  
  • ଯାତ୍ରା ପୁସ୍ତକ ଅଧ୍ୟାୟ 6  
  • ଯାତ୍ରା ପୁସ୍ତକ ଅଧ୍ୟାୟ 7  
  • ଯାତ୍ରା ପୁସ୍ତକ ଅଧ୍ୟାୟ 8  
  • ଯାତ୍ରା ପୁସ୍ତକ ଅଧ୍ୟାୟ 9  
  • ଯାତ୍ରା ପୁସ୍ତକ ଅଧ୍ୟାୟ 10  
  • ଯାତ୍ରା ପୁସ୍ତକ ଅଧ୍ୟାୟ 11  
  • ଯାତ୍ରା ପୁସ୍ତକ ଅଧ୍ୟାୟ 12  
  • ଯାତ୍ରା ପୁସ୍ତକ ଅଧ୍ୟାୟ 13  
  • ଯାତ୍ରା ପୁସ୍ତକ ଅଧ୍ୟାୟ 14  
  • ଯାତ୍ରା ପୁସ୍ତକ ଅଧ୍ୟାୟ 15  
  • ଯାତ୍ରା ପୁସ୍ତକ ଅଧ୍ୟାୟ 16  
  • ଯାତ୍ରା ପୁସ୍ତକ ଅଧ୍ୟାୟ 17  
  • ଯାତ୍ରା ପୁସ୍ତକ ଅଧ୍ୟାୟ 18  
  • ଯାତ୍ରା ପୁସ୍ତକ ଅଧ୍ୟାୟ 19  
  • ଯାତ୍ରା ପୁସ୍ତକ ଅଧ୍ୟାୟ 20  
  • ଯାତ୍ରା ପୁସ୍ତକ ଅଧ୍ୟାୟ 21  
  • ଯାତ୍ରା ପୁସ୍ତକ ଅଧ୍ୟାୟ 22  
  • ଯାତ୍ରା ପୁସ୍ତକ ଅଧ୍ୟାୟ 23  
  • ଯାତ୍ରା ପୁସ୍ତକ ଅଧ୍ୟାୟ 24  
  • ଯାତ୍ରା ପୁସ୍ତକ ଅଧ୍ୟାୟ 25  
  • ଯାତ୍ରା ପୁସ୍ତକ ଅଧ୍ୟାୟ 26  
  • ଯାତ୍ରା ପୁସ୍ତକ ଅଧ୍ୟାୟ 27  
  • ଯାତ୍ରା ପୁସ୍ତକ ଅଧ୍ୟାୟ 28  
  • ଯାତ୍ରା ପୁସ୍ତକ ଅଧ୍ୟାୟ 29  
  • ଯାତ୍ରା ପୁସ୍ତକ ଅଧ୍ୟାୟ 30  
  • ଯାତ୍ରା ପୁସ୍ତକ ଅଧ୍ୟାୟ 31  
  • ଯାତ୍ରା ପୁସ୍ତକ ଅଧ୍ୟାୟ 32  
  • ଯାତ୍ରା ପୁସ୍ତକ ଅଧ୍ୟାୟ 33  
  • ଯାତ୍ରା ପୁସ୍ତକ ଅଧ୍ୟାୟ 34  
  • ଯାତ୍ରା ପୁସ୍ତକ ଅଧ୍ୟାୟ 35  
  • ଯାତ୍ରା ପୁସ୍ତକ ଅଧ୍ୟାୟ 36  
  • ଯାତ୍ରା ପୁସ୍ତକ ଅଧ୍ୟାୟ 37  
  • ଯାତ୍ରା ପୁସ୍ତକ ଅଧ୍ୟାୟ 38  
  • ଯାତ୍ରା ପୁସ୍ତକ ଅଧ୍ୟାୟ 39  
  • ଯାତ୍ରା ପୁସ୍ତକ ଅଧ୍ୟାୟ 40  
×

Alert

×

Oriya Letters Keypad References