ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହିଜିକଲ

ରେକର୍ଡଗୁଡିକ

ଯିହିଜିକଲ ଅଧ୍ୟାୟ 45

1 ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ, ସେସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ । 2 ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ନଳ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ । 3 ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ । 4 ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ । 5 ପୁଣି, ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ । 6 ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାରରୂପ ଅଂଶର ପାଖେ ପାଖେ ପାଞ୍ଚହଜାର ନଳ ପ୍ରସ୍ଥ ଓ ପଚିଶହଜାର ନଳ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ-ବଂଶର ନିମନ୍ତେ ହେବ । 7 ପୁଣି, ଅଧିପତିର ନିମନ୍ତେ ଯାହା ହେବ, ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିର ଏପାଖରେ ଓ ସେପାଖରେ ରହିବ, ତାହା ପବିତ୍ର ଉପହାରର ଓ ନଗର ଅଧିକାରର ସମ୍ମୁଖବର୍ତ୍ତୀ ହୋଇ ପଶ୍ଚିମ ପାର୍ଶ୍ଵରେ ପଶ୍ଚିମ ଆଡ଼େ ଓ ପୂର୍ବ ପାର୍ଶ୍ଵରେ ପୂର୍ବ ଆଡ଼େ ବିସ୍ତୃତ ହେବନ୍ତ ଆଉ, ତାହା ଦୀର୍ଘତାରେ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ଅଂଶମାନର ମଧ୍ୟରୁ ଏକ ଅଂଶର ସମାନ ହେବ । 8 ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ ମାତ୍ର ଇସ୍ରାଏଲ-ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ । 9 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 10 ତୁମ୍ଭେମାନେ ଯଥାର୍ଥ ତରାଜୁ ଓ ଯଥାର୍ଥ ଐଫା ଓ ଯଥାର୍ଥ ବାତ୍ ରଖିବ । 11 ବାତ୍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ । 12 ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ । 13 ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ; 14 ପୁଣି, ବାତ୍ସମ୍ଵନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ, କୋର ଦଶ ବାତ୍, ଅର୍ଥାତ୍, ଏକ ହୋମର; କାରଣ ଦଶ ବାତ୍ରେ ଏକ ହୋମର ହୁଏ; 15 ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 16 ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ । 17 ପୁଣି, ପର୍ବାଦିରେ ଓ ଅମାବାସ୍ୟାରେ ଓ ବିଶ୍ରାମବାରସକଳରେ, ଇସ୍ରାଏଲ-ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ-ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ । 18 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସ, ମାସର ପ୍ରଥମ ଦିନ ଦୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ । 19 ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ଵାର ଚୌକାଠର ଉପରେ ଲଗାଇବ । 20 ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ । 21 ପ୍ରଥମ ମାସ, ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟୀ ଭୋଜନ କରାଯିବ । 22 ପୁଣି, ସେହିଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ । 23 ଆଉ, ପର୍ବର ସାତ ଦିନଯାଏ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ଯାଏ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ । 24 ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା ଓ ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ । 25 ସପ୍ତମ ମାସ, ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନଯାଏ ଏହିରୂପ, ଅର୍ଥାତ୍, ପାପାର୍ଥକ ବଳିର ଓ ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ ।
1. ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ, ସେସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ । 2. ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ନଳ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ । 3. ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ । 4. ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ । 5. ପୁଣି, ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ । 6. ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାରରୂପ ଅଂଶର ପାଖେ ପାଖେ ପାଞ୍ଚହଜାର ନଳ ପ୍ରସ୍ଥ ଓ ପଚିଶହଜାର ନଳ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ-ବଂଶର ନିମନ୍ତେ ହେବ । 7. ପୁଣି, ଅଧିପତିର ନିମନ୍ତେ ଯାହା ହେବ, ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିର ଏପାଖରେ ଓ ସେପାଖରେ ରହିବ, ତାହା ପବିତ୍ର ଉପହାରର ଓ ନଗର ଅଧିକାରର ସମ୍ମୁଖବର୍ତ୍ତୀ ହୋଇ ପଶ୍ଚିମ ପାର୍ଶ୍ଵରେ ପଶ୍ଚିମ ଆଡ଼େ ଓ ପୂର୍ବ ପାର୍ଶ୍ଵରେ ପୂର୍ବ ଆଡ଼େ ବିସ୍ତୃତ ହେବନ୍ତ ଆଉ, ତାହା ଦୀର୍ଘତାରେ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ଅଂଶମାନର ମଧ୍ୟରୁ ଏକ ଅଂଶର ସମାନ ହେବ । 8. ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ ମାତ୍ର ଇସ୍ରାଏଲ-ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ । 9. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 10. ତୁମ୍ଭେମାନେ ଯଥାର୍ଥ ତରାଜୁ ଓ ଯଥାର୍ଥ ଐଫା ଓ ଯଥାର୍ଥ ବାତ୍ ରଖିବ । 11. ବାତ୍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ । 12. ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ । 13. ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ; 14. ପୁଣି, ବାତ୍ସମ୍ଵନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ, କୋର ଦଶ ବାତ୍, ଅର୍ଥାତ୍, ଏକ ହୋମର; କାରଣ ଦଶ ବାତ୍ରେ ଏକ ହୋମର ହୁଏ; 15. ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 16. ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ । 17. ପୁଣି, ପର୍ବାଦିରେ ଓ ଅମାବାସ୍ୟାରେ ଓ ବିଶ୍ରାମବାରସକଳରେ, ଇସ୍ରାଏଲ-ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ-ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ । 18. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସ, ମାସର ପ୍ରଥମ ଦିନ ଦୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ । 19. ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ଵାର ଚୌକାଠର ଉପରେ ଲଗାଇବ । 20. ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ । 21. ପ୍ରଥମ ମାସ, ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟୀ ଭୋଜନ କରାଯିବ । 22. ପୁଣି, ସେହିଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ । 23. ଆଉ, ପର୍ବର ସାତ ଦିନଯାଏ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ଯାଏ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ । 24. ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା ଓ ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ । 25. ସପ୍ତମ ମାସ, ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନଯାଏ ଏହିରୂପ, ଅର୍ଥାତ୍, ପାପାର୍ଥକ ବଳିର ଓ ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ ।
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
×

Alert

×

Oriya Letters Keypad References