ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 38

1 ସେସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା । ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ । 2 ଏଥିରେ ହିଜକୀୟ କାନ୍ଥଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା, 3 ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର । ଆଉ, ହିଜକୀୟ ଅତିଶୟ ରୋଦନ କଲା । 4 ସେତେବେଳେ ଯିଶାଇୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା । 5 ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବ-ପୁରୁଷ ଦାଉଦଙ୍କ ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା । 6 ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା । 7 ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; 8 ଦେଖ, ଆମ୍ଭେ ଆହସର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ତ ପଛକୁ ଫେରାଇ ଆଣିବା । ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା । 9 ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା, 10 ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ଵାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି । 11 ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ । 12 ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷ-ପାଳକର ତମ୍ଵୁ ପରି ମୋʼଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ । 13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ ସେପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ । 14 ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶଦ୍ଦ କରନ୍ତି, ସେପରି ମୁଁ ଚିଁ ଚିଁ ଶଦ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ । 15 ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି । 16 ହେ ପ୍ରଭୋ, ଏହିସବୁ ଦ୍ଵାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର । 17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ । 18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେନ୍ତ ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି । 19 ଯେପରି ଆଜି ମୁଁ କରୁଅଛି, ସେପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ । 20 ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନ ଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ । 21 ଯିଶାଇୟ କହିଥିଲେ, ସେମାନେ ଡିମିରି ଚକ୍ତି ନେଇ ସ୍ଫୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ । 22 ହିଜକୀୟ ମଧ୍ୟ କହିଥିଲା, ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ?
1 ସେସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା । ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ । .::. 2 ଏଥିରେ ହିଜକୀୟ କାନ୍ଥଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା, .::. 3 ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର । ଆଉ, ହିଜକୀୟ ଅତିଶୟ ରୋଦନ କଲା । .::. 4 ସେତେବେଳେ ଯିଶାଇୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା । .::. 5 ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବ-ପୁରୁଷ ଦାଉଦଙ୍କ ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା । .::. 6 ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା । .::. 7 ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; .::. 8 ଦେଖ, ଆମ୍ଭେ ଆହସର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ତ ପଛକୁ ଫେରାଇ ଆଣିବା । ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା । .::. 9 ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା, .::. 10 ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ଵାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି । .::. 11 ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ । .::. 12 ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷ-ପାଳକର ତମ୍ଵୁ ପରି ମୋʼଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ । .::. 13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ ସେପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ । .::. 14 ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶଦ୍ଦ କରନ୍ତି, ସେପରି ମୁଁ ଚିଁ ଚିଁ ଶଦ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ । .::. 15 ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି । .::. 16 ହେ ପ୍ରଭୋ, ଏହିସବୁ ଦ୍ଵାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର । .::. 17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ । .::. 18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେନ୍ତ ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି । .::. 19 ଯେପରି ଆଜି ମୁଁ କରୁଅଛି, ସେପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ । .::. 20 ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ; ଏହେତୁ ଆମ୍ଭେମାନେ ଜୀବନ ଯାଏ ସଦାପ୍ରଭୁଙ୍କ ଗୃହରେ ତାରଯୁକ୍ତ ଯନ୍ତ୍ର ସହିତ ମୋହର ସଙ୍ଗୀତ ଗାନ କରିବୁ । .::. 21 ଯିଶାଇୟ କହିଥିଲେ, ସେମାନେ ଡିମିରି ଚକ୍ତି ନେଇ ସ୍ଫୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ । .::. 22 ହିଜକୀୟ ମଧ୍ୟ କହିଥିଲା, ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ? .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References