ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ

ଯିଶାଇୟ ଅଧ୍ୟାୟ 63

1 ଇଦୋମରୁ, ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ଵିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ । 2 ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ତରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି? 3 ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣ-ରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ । 4 କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି । 5 ପୁଣି, ଆମ୍ଭେ ଅନାଇଲୁ, ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲାି⇧ ଓ ଆମ୍ଭର କୋପ ଆମ୍ଭର ସହାୟତା କଲା । 6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣ-ରକ୍ତ ଢାଳି ପକାଇଲୁ । 7 ଆମ୍ଭ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ-କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା । 8 କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ । 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ଵରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ⇧ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହି କରି ନେଲେ । 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ⇧ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ । 11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ⇧, 12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ଵିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନ; କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ, 13 ଯେ ପ୍ରାନ୍ତରରେ ଗମନ କରିବା ଅଶ୍ଵ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି? 14 ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ଵିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ । 15 ଏବେ ସ୍ଵର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମ-କାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ⇧ ମୋʼ ପ୍ରତି ନିବୃତ୍ତ ହୋଇଅଛି । 16 ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ଵୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନ; କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି । 17 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛଣ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ଵରୂପ ଗୋଷ୍ଠୀଗଣର ସକାଶୁ ଫେର । 18 ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି । 19 ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ଵ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ ।
1. ଇଦୋମରୁ, ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ଵିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ । 2. ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ତରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି? 3. ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣ-ରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ । 4. କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି । 5. ପୁଣି, ଆମ୍ଭେ ଅନାଇଲୁ, ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲାି⇧ ଓ ଆମ୍ଭର କୋପ ଆମ୍ଭର ସହାୟତା କଲା । 6. ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣ-ରକ୍ତ ଢାଳି ପକାଇଲୁ । 7. ଆମ୍ଭ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ-କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା । 8. କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ । 9. ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ଵରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ⇧ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହି କରି ନେଲେ । 10. ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ⇧ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ । 11. ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ⇧, 12. ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ଵିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନ; କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ, 13. ଯେ ପ୍ରାନ୍ତରରେ ଗମନ କରିବା ଅଶ୍ଵ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି? 14. ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ଵିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ । 15. ଏବେ ସ୍ଵର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମ-କାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ⇧ ମୋʼ ପ୍ରତି ନିବୃତ୍ତ ହୋଇଅଛି । 16. ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ଵୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନ; କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି । 17. ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛଣ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ଵରୂପ ଗୋଷ୍ଠୀଗଣର ସକାଶୁ ଫେର । 18. ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି । 19. ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ଵ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ ।
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References