ଓଡିଆ ବାଇବଲ |
NLT
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିରିମିୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
32
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
History
ଦିତୀୟ ଶାମୁୟେଲ 19:33 (11 40 pm)
ଯିରିମିୟ 32:0 (11 40 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିରିମିୟ ଅଧ୍ୟାୟ 32
1
ଯିହୁଦାର ରାଜା ସିଦିକୀୟର ଅଧିକାରର ଦଶମ ବର୍ଷରେ, ଅର୍ଥାତ୍, ନବୂଖଦ୍ନିତ୍ସରର ଅଧିକାରର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ ।
2
ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ-ପ୍ରାଙ୍ଗଣରେ ବନ୍ଦ ଥିଲେ ।
3
ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, ତୁମ୍ଭେ କାହିଁକି ଭବିଷ୍ୟଦ୍ ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;
4
ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲ-ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ଵଚକ୍ଷୁରେ ତାହାର ଚକ୍ଷୁ ଦେଖିବ;
5
ପୁଣି, ସେ ସିଦିକୀୟକୁ ବାବିଲକୁ ଘେନି ଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ଵାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହଁ କୃତକାର୍ଯ୍ୟ ହେବ ନାହିଁ ।
6
ଅନନ୍ତର ଯିରିମୀୟ କହିଲେ, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
7
ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ଵାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି ।
8
ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ-ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ବିନୟ କରୁଅଛି, ବିନ୍ୟାମୀନ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର । ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି ।
9
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି ।
10
ଆଉ, ମୁଁ କ୍ରୟପତ୍ରରେ ସ୍ଵାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି ।
11
ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;
12
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ଵାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ-ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି ।
13
ଆଉ, ସେମାନଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି,
14
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇଖଣ୍ତ କ୍ରୟପତ୍ର ନେଇ ତାହା ଯେପରି ଅନେକ, ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ ।
15
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ ଓ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ ।
16
ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି ।
17
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
18
ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରା; ପରମେଶ୍ଵର, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ନାମ;
19
ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ ।
20
ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ ।
21
ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ଵ ଦ୍ଵାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;
22
ଆଉ, ଏହି ଯେଉଁ ଦୁଗ୍ଧମଧୁପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପିତୃପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
23
ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ ।
24
ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ଼୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ ।
25
ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି ।
26
ତାହାପରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା ।
27
ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ଵର; ଆମ୍ଭର ଅସାଧ୍ୟ କି କିଛି ଅଛି?
28
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ ।
29
ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲେ, ସେହିସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ ।
30
କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ଵାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି ।
31
କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି ।
32
କାରଣ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ, ସେମାନଙ୍କର ରାଜଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍-ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କ୍ରିୟା କରିଅଛନ୍ତି ।
33
ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି ।
34
ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି ।
35
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି ।
36
ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ଖଡ଼୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ତାହା ବାବିଲ-ରାଜାର ହସ୍ତରେ ଅର୍ପିତ ହୋଇଅଛି, ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;
37
ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ତ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା ।
38
ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା;
39
ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦା କାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
40
ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନୋହିବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ନୋହିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
41
ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା ।
42
କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା ।
43
ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ଵଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ ।
44
ବିନ୍ୟାମୀନ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ଵାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ।
ଯିରିମିୟ 32

.::.

ଯିରିମିୟ ଅଧ୍ୟାୟ 1
ଯିରିମିୟ ଅଧ୍ୟାୟ 2
ଯିରିମିୟ ଅଧ୍ୟାୟ 3
ଯିରିମିୟ ଅଧ୍ୟାୟ 4
ଯିରିମିୟ ଅଧ୍ୟାୟ 5
ଯିରିମିୟ ଅଧ୍ୟାୟ 6
ଯିରିମିୟ ଅଧ୍ୟାୟ 7
ଯିରିମିୟ ଅଧ୍ୟାୟ 8
ଯିରିମିୟ ଅଧ୍ୟାୟ 9
ଯିରିମିୟ ଅଧ୍ୟାୟ 10
ଯିରିମିୟ ଅଧ୍ୟାୟ 11
ଯିରିମିୟ ଅଧ୍ୟାୟ 12
ଯିରିମିୟ ଅଧ୍ୟାୟ 13
ଯିରିମିୟ ଅଧ୍ୟାୟ 14
ଯିରିମିୟ ଅଧ୍ୟାୟ 15
ଯିରିମିୟ ଅଧ୍ୟାୟ 16
ଯିରିମିୟ ଅଧ୍ୟାୟ 17
ଯିରିମିୟ ଅଧ୍ୟାୟ 18
ଯିରିମିୟ ଅଧ୍ୟାୟ 19
ଯିରିମିୟ ଅଧ୍ୟାୟ 20
ଯିରିମିୟ ଅଧ୍ୟାୟ 21
ଯିରିମିୟ ଅଧ୍ୟାୟ 22
ଯିରିମିୟ ଅଧ୍ୟାୟ 23
ଯିରିମିୟ ଅଧ୍ୟାୟ 24
ଯିରିମିୟ ଅଧ୍ୟାୟ 25
ଯିରିମିୟ ଅଧ୍ୟାୟ 26
ଯିରିମିୟ ଅଧ୍ୟାୟ 27
ଯିରିମିୟ ଅଧ୍ୟାୟ 28
ଯିରିମିୟ ଅଧ୍ୟାୟ 29
ଯିରିମିୟ ଅଧ୍ୟାୟ 30
ଯିରିମିୟ ଅଧ୍ୟାୟ 31
ଯିରିମିୟ ଅଧ୍ୟାୟ 32
ଯିରିମିୟ ଅଧ୍ୟାୟ 33
ଯିରିମିୟ ଅଧ୍ୟାୟ 34
ଯିରିମିୟ ଅଧ୍ୟାୟ 35
ଯିରିମିୟ ଅଧ୍ୟାୟ 36
ଯିରିମିୟ ଅଧ୍ୟାୟ 37
ଯିରିମିୟ ଅଧ୍ୟାୟ 38
ଯିରିମିୟ ଅଧ୍ୟାୟ 39
ଯିରିମିୟ ଅଧ୍ୟାୟ 40
ଯିରିମିୟ ଅଧ୍ୟାୟ 41
ଯିରିମିୟ ଅଧ୍ୟାୟ 42
ଯିରିମିୟ ଅଧ୍ୟାୟ 43
ଯିରିମିୟ ଅଧ୍ୟାୟ 44
ଯିରିମିୟ ଅଧ୍ୟାୟ 45
ଯିରିମିୟ ଅଧ୍ୟାୟ 46
ଯିରିମିୟ ଅଧ୍ୟାୟ 47
ଯିରିମିୟ ଅଧ୍ୟାୟ 48
ଯିରିମିୟ ଅଧ୍ୟାୟ 49
ଯିରିମିୟ ଅଧ୍ୟାୟ 50
ଯିରିମିୟ ଅଧ୍ୟାୟ 51
ଯିରିମିୟ ଅଧ୍ୟାୟ 52
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References