ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 19

1 ଏଥିରେ ଆୟୁବ ଉତ୍ତର କରି କହିଲା, 2 ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ତ ଖଣ୍ତ କରି ଭାଙ୍ଗିବ? 3 ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ । 4 ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ । 5 ଯେବେ ତୁମ୍ଭେମାନେ ନିତା; ମୋʼ ଉପରେ ଆପଣାମାନଙ୍କୁ ବଡ଼ କରିବ ଓ ମୋʼ ବିରୁଦ୍ଧରେ ମୋʼ ଗ୍ଳାନିର ପ୍ରତିବାଦ କରିବ; 6 ତେବେ ଜାଣ ଯେ, ପରମେଶ୍ଵର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି । 7 ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ । 8 ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି । 9 ସେ ମୋʼ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋʼ ମସ୍ତକରୁ ମୁକୁଟ ନେଇଅଛନ୍ତି । 10 ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି । 11 ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ଵଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି । 12 ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ଵୁ ଚାରିଆଡ଼େ ଛାଉଣି କରନ୍ତି । 13 ସେ ମୋହର ଜ୍ଞାତିମାନଙ୍କୁ ମୋʼଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି । 14 ମୋʼ କୁଟୁମ୍ଵବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି । 15 ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି । 16 ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ । 17 ମୋʼ ନିଶ୍ଵାସ ମୋʼ ଭାର୍ଯ୍ୟା ପ୍ରତି ଓ ମୋʼ ନିବେଦନ ମୋʼ ସହୋଦର ପ୍ରତି ଘୃଣିତ । 18 ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋʼ ବିରୁଦ୍ଧରେ କଥା କହନ୍ତି । 19 ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି । 20 ମୋʼ ମାଂସ ଓ ଚର୍ମରେ ମୋହର ଅସ୍ଥି ଲାଗି ଯାଇଅଛି ଓ ମୁଁ ଚର୍ମାବଶିଷ୍ଟଦ; ହୋଇ ବଞ୍ଚିଅଛି । 21 ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ଵରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି । 22 ପରମେଶ୍ଵରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ଓ ମୋʼ ମାଂସରେ ତୃପ୍ତ ହେଉ ନାହଁ? 23 ଆହା, ଏବେ ମୋʼ କଥାସବୁ ଯେବେ ଲେଖା ଯାʼନ୍ତାଣ! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତାଣ! 24 ଯେବେ ଲୌହ ଲେଖନୀ ଓ ସୀସା ଦ୍ଵାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତାଣ! 25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ; 26 ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ଵରଙ୍କୁ ଦେଖିବି; 27 ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ । ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି । 28 ମୋʼଠାରେ ମୂଳକଥା ଦେଖାଯିବାରୁ ଯେବେ ତୁମ୍ଭେମାନେ କୁହ, ଆମ୍ଭେମାନେ କିରୂପେ ତାହାକୁ ତାଡ଼ନା କରିବା? 29 ତେବେ ତୁମ୍ଭେମାନେ ଖଡ଼୍‍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ଼୍‍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ ।
1 ଏଥିରେ ଆୟୁବ ଉତ୍ତର କରି କହିଲା, .::. 2 ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ତ ଖଣ୍ତ କରି ଭାଙ୍ଗିବ? .::. 3 ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ । .::. 4 ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ । .::. 5 ଯେବେ ତୁମ୍ଭେମାନେ ନିତା; ମୋʼ ଉପରେ ଆପଣାମାନଙ୍କୁ ବଡ଼ କରିବ ଓ ମୋʼ ବିରୁଦ୍ଧରେ ମୋʼ ଗ୍ଳାନିର ପ୍ରତିବାଦ କରିବ; .::. 6 ତେବେ ଜାଣ ଯେ, ପରମେଶ୍ଵର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି । .::. 7 ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ । .::. 8 ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି । .::. 9 ସେ ମୋʼ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋʼ ମସ୍ତକରୁ ମୁକୁଟ ନେଇଅଛନ୍ତି । .::. 10 ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି । .::. 11 ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ଵଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି । .::. 12 ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ଵୁ ଚାରିଆଡ଼େ ଛାଉଣି କରନ୍ତି । .::. 13 ସେ ମୋହର ଜ୍ଞାତିମାନଙ୍କୁ ମୋʼଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି । .::. 14 ମୋʼ କୁଟୁମ୍ଵବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି । .::. 15 ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି । .::. 16 ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ । .::. 17 ମୋʼ ନିଶ୍ଵାସ ମୋʼ ଭାର୍ଯ୍ୟା ପ୍ରତି ଓ ମୋʼ ନିବେଦନ ମୋʼ ସହୋଦର ପ୍ରତି ଘୃଣିତ । .::. 18 ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋʼ ବିରୁଦ୍ଧରେ କଥା କହନ୍ତି । .::. 19 ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି । .::. 20 ମୋʼ ମାଂସ ଓ ଚର୍ମରେ ମୋହର ଅସ୍ଥି ଲାଗି ଯାଇଅଛି ଓ ମୁଁ ଚର୍ମାବଶିଷ୍ଟଦ; ହୋଇ ବଞ୍ଚିଅଛି । .::. 21 ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ଵରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି । .::. 22 ପରମେଶ୍ଵରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ଓ ମୋʼ ମାଂସରେ ତୃପ୍ତ ହେଉ ନାହଁ? .::. 23 ଆହା, ଏବେ ମୋʼ କଥାସବୁ ଯେବେ ଲେଖା ଯାʼନ୍ତାଣ! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତାଣ! .::. 24 ଯେବେ ଲୌହ ଲେଖନୀ ଓ ସୀସା ଦ୍ଵାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତାଣ! .::. 25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ; .::. 26 ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ଵରଙ୍କୁ ଦେଖିବି; .::. 27 ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ । ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି । .::. 28 ମୋʼଠାରେ ମୂଳକଥା ଦେଖାଯିବାରୁ ଯେବେ ତୁମ୍ଭେମାନେ କୁହ, ଆମ୍ଭେମାନେ କିରୂପେ ତାହାକୁ ତାଡ଼ନା କରିବା? .::. 29 ତେବେ ତୁମ୍ଭେମାନେ ଖଡ଼୍‍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ଼୍‍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References